ଦୁଇ ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି

ରାୟଗଡ଼ା ଅଫିସ,୧୭ା୨: ରାୟଗଡ଼ା ସହରର ଶାରଳା ଛକସ୍ଥିତ ଜୟ ମା’ ଶାରଳା ଓ କ୍ରିଷ୍ଣା ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି ହୋଇଛି। ଦୋକାନ ସଟର ତାଡ଼ି କାନ୍ଥ ଭାଙ୍ଗି ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି କରି ନେଇଛନ୍ତି ଦୁର୍ବୃତ୍ତ। ଜୟ ମା’ ଶାରଳା ମୋବାଇଲ ଦୋକାନରୁ ପାଖାପାଖି ୫ ଲକ୍ଷ ଓ କ୍ରିଷ୍ଣା ମୋବାଇଲ ଦୋକାନରୁ ୮ ରୁ ୯ ଲକ୍ଷ ଟଙ୍କାର ମୋବାଇଲ ଚୋରି ହୋଇଥିବା ଜଣାପଡ଼ିଛି । ଦୋକାନ ମାଲିକ ଦିଲୀପ ରାଉତ ଓ ଶ୍ରୀଧର ଚୌଧୁରୀ ପ୍ରତିଦିନ ଭଳି ବୁଧବାର ରାତିରେ ଦୋକାନ ବନ୍ଦ କରିଯିବା ପରେ ବିଳମ୍ବିତ ରାତିରେ ଏହି ଚୋରି ହୋଇଥିବା ଜଣାପଡ଼ିଛି। ଆଜି ସକାଳୁ ଦୋକାନ ମାଲିକ ଦ୍ୱୟ ଦୋକାନ ଖୋଲିବା ପରେ ଚୋରି ହୋଇଥିବା ଜାଣିବାକୁ ପାଇ ପୋଲିସକୁ ଖବର ଦେଇଥିଲେ। ଖବରପାଇ ଘଟଣାସ୍ଥଳରେ ରାୟଗଡ଼ା ପୋଲିସ ଏବଂ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଦୋକାନରେ ଲାଗିଥିବା ସିସିଟିଭି ଫୁଟେଜକୁ ଆଧାର କରି ଦୁର୍ବୃତ୍ତମାନଙ୍କୁ ଧରିବା ପାଇଁ ପୋଲିସ ଉଦ୍ୟମ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri