୨୯୮ ଅଭିଯୋଗର ଶୁଣାଣି

ଭୁବନେଶ୍ୱର, ୧୯।୨ (ବ୍ୟୁରୋ): ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରକାଶ ପରେ ଏହାକୁ ନେଇ ଆପତ୍ତି ଅଭିଯୋଗ ସରିଛି। ବୁଧବାର ସୁଦ୍ଧା ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳର ଅସନ୍ତୋଷ ଭୋଟରମାନେ ସେମାନଙ୍କ ଆପତ୍ତି ଅଭିଯୋଗ ଦାଖଲ କରିବା ପରେ ଶୁକ୍ରବାର ଏହାର ଶୁଣାଣି ହୋଇଛି। ଭୁବନେଶ୍ୱର ନିର୍ବାଚନ ଅଧିକାରୀ ତଥା ଏଡିଏମ୍‌ ପ୍ରଫୁଲ୍ଲ କୁମାର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣାଣି କରାଯାଇଛି। ସମୁଦାୟ ୨୯୮ଟି ଅଭିଯୋଗ ଆସିଥିଲା। ଏସବୁର ଶୁଣାଣି ହେବା ପରେ ଏହାର ଡ୍ରାଫ୍ଟ ପ୍ରସ୍ତୁତ କରାଯିବ। ଆସନ୍ତା ୨୪ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ଏଡିଏମ୍‌ ସ୍ବାଇଁ ସୂଚନା ଦେଇଛନ୍ତି। ଯେଉଁ ତାଲିକା ପ୍ରଦାନ କରାଯାଇଥିଲା, ସେହି ଅନୁଯାୟୀ ଭୋଟରଙ୍କ ନାମ ତାଲିକାରେ ସ୍ଥାନ ପାଇଛି। ଏଥିରେ କୌଣସି ତ୍ରୁଟି ହୋଇନାହିଁ। ତେବେ ତାଲିକାରେ ଥିବା ସତ୍ତ୍ୱେ କାହାର ନାମ କଟି ଯାଇଥିଲେ ବା ଓ୍ବାର୍ଡ ପରିବର୍ତ୍ତନ ହୋଇଥିଲେ, ତୁରନ୍ତ ଏହାର ସମାଧାନ କରାଯାଉଛି ବୋଲି ସେ କହିଛନ୍ତି। ପୌର ନିର୍ବାଚନ ପରିପ୍ରେକ୍ଷୀରେ ପ୍ରସ୍ତୁତ ନୂତନ ଭୋଟର ତାଲିକା ଅନୁଯାୟୀ, ଚଳିତବର୍ଷ ୭ଲକ୍ଷ ୨୭ ହଜାର ୪୫୬ଜଣ ଭୋଟର ଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଭୋଟର ତାଲିକା ପ୍ରକାଶ ପାଇବା ପରେ ବିଭିନ୍ନ ଓ୍ବାର୍ଡରେ ଅସନ୍ତୋଷ ଦେଖାଦେଇଥିଲା। କେତେକ ଓ୍ବାର୍ଡରୁ ବହୁ ଭୋଟରଙ୍କ ନାମ ନ ଥିବା ଅଭିଯୋଗ ହୋଇଥିଲା। ଅନେକ ଭୋଟରଙ୍କର ଓ୍ବାର୍ଡ ବଦଳିଯାଇଥିବା ମଧ୍ୟ ଜଣାପଡିଥିଲା। ଅଭିଯୋଗ ଉପରେ ପଦକ୍ଷେପ ନେବା ପାଇଁ ଏଡିଏମ୍‌ଙ୍କ କାର୍ଯ୍ୟାଳୟରେ ୯ଟି ଟିମ୍‌ ଏହି କାର୍ଯ୍ୟରେ ଲାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri