ଅବହେଳାରୁ ପୁଣି ହିଂସା

ଭୁବନେଶ୍ୱର,୧୯।୨(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ମତଦାନବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଚରଣବିଧିର ଖୋଲାଖୋଲି ଉଲ୍ଲଂଘନ ସହ ବୁଥ୍‌ ଜବରଦଖଲ, ଭୋଟ ବାକ୍ସ ଲୁଟ୍‌, ପ୍ରିଜାଇଡିଂ ଅଫିସର, ଖବରଦାତାଙ୍କୁ ଆକ୍ରମଣ ଭଳି ଘଟଣା ଘଟିଥିଲା। ଏ ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଥିଲା। ଏହାସତ୍ତ୍ୱେ ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ମତଦାନରେ ଏହାର ପୁନରାବୃତ୍ତି ଘଟିଛି। ସରକାରୀ ତଥା ପ୍ରଶାସନିକ ଅବହେଳାରୁ ଏପରି ହିଂସାକାଣ୍ଡ ଘଟୁଥିବା କଂଗ୍ରେସ ଅଭିଯୋଗ କରିଛି।
କଂଗ୍ରେସ ରାଜ୍ୟ ପ୍ରବକ୍ତା ସୁଦର୍ଶନ ଦାସ ଅଭିଯୋଗ କରିଛନ୍ତି, ପୋଲିସ ଉପସ୍ଥିତିରେ ବି ହିଂସାକାଣ୍ଡ ଘଟୁଛି। ବାଲେଶ୍ୱର ଜିଲା ଅନ୍ତର୍ଗତ ବସ୍ତା ବ୍ଲକର ବିଭିନ୍ନ ପଞ୍ଚାୟତରେ ମତଦାନବେଳେ ବ୍ୟାପକ ଜାଲିଆତି, ବୁଥ୍‌ ଦଖଲ ଆଦି ଘଟଣାରେ ସରକାରୀ ଅଫିସରମାନେ ସହଯୋଗ କରିଥିବା ପ୍ରମାଣ ରହିଛି। ୨୦୧୭ ପଞ୍ଚାୟତ ନିର୍ବାଚନରେ ଏଠାରେ ବ୍ୟାପକ ହିଂସାକାଣ୍ଡ ଓ ପୋଡ଼ାଜଳା ହୋଇଥିଲା। ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ବୁଥ୍‌ ଦଖଲ ଓ ରିଗିଂ ଯୋଗୁ ପୁନଃନିର୍ବାଚନ ହୋଇଥିଲା। ଏହା ସତ୍ତ୍ୱେ ଚଳିତ ନିର୍ବାଚନକୁ ଶୃଙ୍ଖଳିତ ତଥା ସୁରକ୍ଷିତ କରିବା ପାଇଁ କୌଣସି ପ୍ରତିକାର କରାଯାଇ ନ ଥିଲା। ଯେଉଁସବୁ ପଞ୍ଚାୟତର ବୁଥ୍‌ଗୁଡିକରେ ଏଭଳି ଅଭିଯୋଗ ଆସିଛି, ତା’ର ବିହିତ ତଦନ୍ତ ସହିତ ସେହି ସ୍ଥାନଗୁଡିକରେ ପୁନଃ ମତଦାନ ସହ କର୍ତ୍ତବ୍ୟରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି।
ଅନ୍ୟପକ୍ଷରେ କଂଗ୍ରେସର ଏକ ପ୍ରତିନିଧି ଦଳ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଉକ୍ତ ସ୍ମାରକପତ୍ରରେ ଶୁକ୍ରବାର ବିଭିନ୍ନ ସ୍ଥାନରେ ଘଟିଥିବା ନିର୍ବାଚନୀ ହିଂସା ଓ ପ୍ରଶାସନର ଅବହେଳା ସମ୍ପର୍କରେ ଉଲ୍ଲେଖ କରାଯିବା ସହ ଅଭିଯୁକ୍ତଙ୍କୁ ଗିରଫ ଓ ପୁନଃ ନିର୍ବାଚନ ଘୋଷଣା ପାଇଁ କଂଗ୍ରେସ ପକ୍ଷରୁ ଅନୁରୋଧ କରାଯାଇଛି। ଏହି ପ୍ରତିନିଧି ଦଳରେ କଂଗ୍ରେସର ନିର୍ବାଚନ ଗଣମାଧ୍ୟମ ମୁଖ୍ୟ ମନୋଜ ମହାପାତ୍ର, ଏଆଇସିସି ସଭ୍ୟ ଶାନ୍ତନୁ ସାହୁ ଓ ସିର୍ଦ୍ଧାଥ ମହାନ୍ତି ପ୍ରମୁଖ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri