୧୬ ବର୍ଷର ବିବାହ, ଦୁଇ ଝିଅ; ଅଧୁନାଙ୍କ ସହ ସମ୍ପର୍କ ଛିନ୍ନ କରି ଦ୍ୱିତୀୟ ବିବାହ କଲେ ଫର୍‌ହାନ୍‌

ବମ୍ବେ: ୩ ବର୍ଷର ପ୍ରେମ, ୧୬ ବର୍ଷର ବିବାହକୁ ଭୁଲି ଆଗକୁ ବଢ଼ିଛନ୍ତି ବଲିଉଡ୍‌ ଅଭିନେତା ଫରହାନ୍‌ ଅଖ୍‌ତର। ଶନିବାର ସେ ପ୍ରେମିକା ଶିବାନୀ ଦାଣ୍ଡେକରଙ୍କୁ ବିବାହ କରିଛନ୍ତି। ଉଭୟ ଦୀର୍ଘ ଚାରି ବର୍ଷ ଧରି ପରସ୍ପରକୁ ଡେଟ୍‌ କରୁଥିଲେ। ସେମାନଙ୍କ ବିବାହର ଅନେକ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ବ୍ୟକ୍ତିଗତ ଜୀବନ ଦେଖିଲେ ଫର୍‌ହାନ ଅଧୁନା ଭବାନୀଙ୍କୁ ପ୍ରଥମେ ବିବାହ କରିଥିଲେ। ୨୦୧୬ରେ ସେମାନେ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ। ୨୦୧୭ରେ ସେମାନଙ୍କ ଛାଡ଼ପତ୍ର ହୋଇଥିଲା। ଏହି ବିବାହରୁ ସେମାନଙ୍କର ଦୁଇ ଝିଅ ରହିଛି।
ପେସାରେ ଅଧୁନା ଜଣେ ସେଲିବ୍ରିଟି ହେୟାରଷ୍ଟାଇଲିଷ୍ଟ। ଲଣ୍ଡନରେ ତାଙ୍କ ଜନ୍ମ। ଫର୍‌ହାନଙ୍କଠାରୁ ୬ ବର୍ଷ ବଡ଼ ଥିଲେ ସେ।

ଏକ ନାଇଟ୍‌ କ୍ଲବରେ ଦେଖା ହେବା ପରେ ପ୍ରେମରେ ପଡ଼ିଥିଲେ ଉଭୟ। ତିନି ବର୍ଷ ଧରି ସେମାନେ ଡେଟ୍‌ କରିଥିଲେ। ବୟସରେ ବଡ଼ ଥିବା ସତ୍ତ୍ୱେ ଫର୍‌ହାନ ୨୦୦୦ରେ ଅଧୁନାଙ୍କ ହାତ ଧରିଥିଲେ। ମାତ୍ର ଅଲଗା ହେବା ପରେ ଅନେକ ନାୟିକାଙ୍କ ସହ ଫରହାନଙ୍କ ନାଁ ଯୋଡ଼ା ଯାଇଥିଲା। ସେଥିରେ ଅଦିତି ରାଓ ହୈଦରୀ ଏବଂ ଶ୍ରଦ୍ଧା କପୁର ପ୍ରମୁଖ ରହିଥିଲେ। ମାତ୍ର ଶେଷରେ ଶିବାନୀ ହିଁ ତାଙ୍କ ହୃଦୟରେ ଜାଗା କରିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri