୨୩ରେ ବିଞ୍ଜବାହାଳ ପଞ୍ଚାୟତ ୧ନମ୍ବର ବୁଥ୍‌ରେ ସାନି ମତଦାନ

କେନ୍ଦୁଝର,୨୧।୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହିତ ଶେଷ ହୋଇଛି। ଝୁମ୍ପୁରା ବ୍ଲକରେ ୭୫ ପ୍ରତିଶତ, ଆନନ୍ଦପୁରରେ ୭୫ ପ୍ରତିଶତ ଓ ହାଟଡିହି ବ୍ଲକରେ ୭୪ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏହି ୩ ବ୍ଲକର ସମୁଦାୟ ୨୦୩୪ ଜଣ ଜିଲା ପରିଷଦ, ସରପଞ୍ଚ, ସମିତି ସଭ୍ୟ ତଥା ଓ୍ବାର୍ଡ ମେମ୍ବର ପ୍ରାର୍ଥୀଙ୍କର ଭାଗ୍ୟ ଭୋଟ ବାକ୍ସ ମଧ୍ୟରେ ସିଲ୍‌ ହୋଇଛି ।

ଝୁମ୍ପୁରା ବ୍ଲକ ନାରଦପୁର ଗ୍ରାମପଞ୍ଚାୟତ ବଳଭଦ୍ରପୁର ବୁଥ୍‌ ନମ୍ବର ୬, ୭, ୮ରେ ସ୍ଥାନୀୟ ସମସ୍ୟାକୁ ନେଇ ଗ୍ରାମବାସୀ ଭୋଟ ବର୍ଜନ କରିଛନ୍ତି। ଆନନ୍ଦପୁର ବ୍ଲକର ୪୦୭ ୱାର୍ଡ ମେମ୍ବର, ୬୫ ସରପଞ୍ଚ, ୪୬ସମିତି ସଦସ୍ୟ, ୧୦ ଜିଲା ପରିଷଦ ସଦସ୍ୟ, ହାଟଡିହି ବ୍ଲକର ୭୬୧ୱାର୍ଡ ସଭ୍ୟ,୧୨୫ ସରପଞ୍ଚ,୧୨୫ ସମିତି ସଦସ୍ୟ, ୧୩ ଜିଲା ପରିଷଦ ସଦସ୍ୟ, ଝୁମ୍ପୁରା ବ୍ଲକରେ ୩୧୮ ୱାର୍ଡ ସଭ୍ୟ, ୮୨ସରପଞ୍ଚ, ୭୨ ସମିତି ସଦସ୍ୟ ଓ ୧୦ ଜିଲା ପରିଷଦ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହୋଇଛି। ହାଟଡିହି ବ୍ଲକ ନନ୍ଦିପଦା ଥାନା ମନୋହରପୁର ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିବା ଖବର ମିଳିଛି। ହାଟଡିହି ବ୍ଲକର ୧୩ ନମ୍ବର ଓ୍ବାର୍ଡରେ ସରପଞ୍ଚ ପ୍ରାର୍ଥୀଙ୍କ ବାଲଟ ପେପର ଫୋଲ୍ଡିଂରେ ତ୍ରୁଟି ପରିଲ୍ଲଖିତ ହୋଇଥିବା ଅଭିଯୋଗ ହୋଇଛି। ଉକ୍ତ ସ୍ଥାନରେ ପୁନଃ ଭୋଟ ଦାନ ପାଇଁ ଦାବି ହୋଇଛି ।

ସେହିପରି ତେଲକୋଇ ବ୍ଲକ ବିଞ୍ଜବାହାଳ ପଞ୍ଚାୟତର ୧ନଂ. ଓ୍ବାର୍ଡରେ ଆସନ୍ତା ୨୩ ତାରିଖ ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପୁନଃ ଭୋଟ ଗ୍ରହଣ ହେବ। ଗତ ୧୮ ତାରିଖରେ ଏଠାରେ ଭୋଟ ଚାଲିଥିବା ବେଳେ ବାଲଟ ପେପର ଫୋଲ୍ଡିଂରେ ତ୍ରୁଟି ଯୋଗୁ ବିବାଦ ଦେଖାଦେଇଥିଲା। ଏଠାରେ ସାନି ଭୋଟ ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri