ଓଡ଼ିଶାକୁ ନିବେଶକ ଆଣିବାକୁ ୟୁସିସିଆଇଏଲ୍‌ର ପ୍ରୟାସ

ଭୁବନେଶ୍ୱର,୨୨।୨(ବ୍ୟୁରୋ) ରାଜ୍ୟର ଆର୍ଥିକ ବିକାଶ ଉପରେ ନଜର ରଖି ‘ଉତ୍କଳ ଚ୍ୟାମ୍ବର ଅଫ୍‌ କମର୍ସ ଆଣ୍ଡ୍‌ ଇଣ୍ଡଷ୍ଟ୍ରୀ ଲିମିଟେଡ୍‌’ (ୟୁସିସିଆଇଏଲ୍‌) ପକ୍ଷରୁ ୟୁଏସ୍‌ଏର ନିବେଶକମାନଙ୍କୁ ଓଡିଶା ଗସ୍ତରେ ଆସିବାକୁ ଅନୁରୋଧ କରାଯାଇଛି। ରାଜ୍ୟରେ ଆଲୁମିନିୟମ, ଷ୍ଟିଲ୍‌ , କେମିକାଲ୍ସ, ପେଟ୍ରୋକେମିକାଲ୍ସ, ଫୁଡ୍‌ ପ୍ରୋସେସିଂ, ଇନ୍‌ଫର୍ମେସନ ଟେକ୍ନୋଲୋଜି କ୍ଷେତ୍ରରେ ନିବେଶ ପାଇଁ ସୁଯୋଗ ରହିଥିବାରୁ ସେମାନଙ୍କୁ ସୁହାଉଥିବା ଭଳି ଜାଗା ଚୟନ କରିବାକୁ ୟୁସିସିଆଇଏଲ୍‌ ପକ୍ଷରୁ ନିବେଶକମାନଙ୍କୁ କୁହାଯାଇଛି।
ନ୍ୟୁୟର୍କରେ ଭାରତର ବାଣିଜ୍ୟଦୂତ ରଣଧୀର ଜୈଶଓ୍ବାଲ୍‌ ଏବଂ ତାଙ୍କ ଡେପୁଟି ବରୁଣ ଜେଫ୍‌, ୟୁସିସିଆଇଏଲ୍‌ ସଭାପତି ବ୍ରହ୍ମା ମିଶ୍ର ଆମେରିକୀୟ ନିବେଶକମାନଙ୍କ ସହିତ କଥାବାର୍ତ୍ତା ହେବା ସମୟରେ, ଓଡିଶାକୁ ଏକ ନିବେଶସ୍ଥଳ ଭାବରେ ସେମାନଙ୍କ ନିକଟରେ ପରିଚିତ କରାଇଥିଲେ।
ୟୁସିସିଆଇଏଲ୍‌ ସଭାପତି ମିଶ୍ର କହିଛନ୍ତି ଯେ, ନିବେଶକମାନଙ୍କୁ ମେକ୍‌ ଇନ୍‌ ଇଣ୍ଡିଆ ଏବଂ ଆତ୍ମନିର୍ଭର ଭାରତକୁ ପ୍ରୋତ୍ସାହନ ଦେବା ଦିଗରେ ୟୁସିସିଆଇଏଲ୍‌ ଯୋଜନା ପ୍ରସ୍ତୁତ କରିଛି । ସେ ଆହୁରି ମଧ୍ୟ କହିଛନ୍ତି, ଆମେ ନ୍ୟୁୟର୍କ ବାଣିଜ୍ୟ ଦୂତାବାସ କାର୍ଯ୍ୟାଳୟରେ ଆୟୋଜିତ ହେବାକୁ ଥିବା ଉତ୍କଳ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ଆମ ପ୍ରଗତିଶୀଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉତ୍ତମ ନେତୃତ୍ୱରେ ଓଡିଶାର ଆର୍ଥିକ ମିଶନ ସମ୍ପର୍କରେ ସମସ୍ତଙ୍କୁ ଅବଗତ କରାଇବେ। ମିଶ୍ର ୨୦୨୨ ଜୁଲାଇ ମାସରେ ଏକ ରାଉଣ୍ଡ୍‌ ଟେବୁଲ୍‌ ବ୍ୟବସାୟ ଆଲୋଚନା ପାଇଁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍‌, ହେବେ କୋଟିପତି!

ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri