ଘାରିଲାଣି ଷ୍ଟ୍ରଙ୍ଗ୍‌ରୁମ୍‌ ସୁରକ୍ଷା ଚିନ୍ତା

ଭୁବନେଶ୍ୱର, ୨୩ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ପାଇଁ ରାଜ୍ୟରେ ହେଉଥିବା ୫ ପର୍ଯ୍ୟାୟ ନିର୍ବାଚନର ୪ଟି ପର୍ଯ୍ୟାୟ ପାଇଁ ଭୋଟିଂ ଶେଷ ହୋଇଯାଇଛି। ଏହି ୪ଟି ପର୍ଯ୍ୟାୟରେ ଯେଉଁମାନେ ପ୍ରାର୍ଥୀ ହୋଇଛନ୍ତି ସମସ୍ତଙ୍କୁ ବର୍ତ୍ତମାନ ଷ୍ଟ୍ରଙ୍ଗ୍‌ରୁମ୍‌ ଚିନ୍ତା ଘାରିଛି। ଶାସକ ଦଳ ସମର୍ଥିତ ସରପଞ୍ଚ ଏବଂ ସମିତି ସଭ୍ୟ ପ୍ରାର୍ଥୀଙ୍କୁ ଯେତିକି ମାତ୍ରାରେ ଏହି ଭୟ ଘାରୁନାହଁ ତା’ଠାରୁ ଅଧିକ ସ୍ବାଧୀନ ଏବଂ ବିରୋଧୀ ଦଳଗୁଡିକର ସମର୍ଥିତ ପ୍ରାର୍ଥୀମାନେ ଏ ବାବଦରେ ଚିନ୍ତା କରୁଥିବା ଲକ୍ଷ୍ୟ କରାଯାଉଛି। ଏଥର ପଞ୍ଚାୟତ ବଦଳରେ ବ୍ଲକ କାର୍ଯ୍ୟାଳୟରେ ଷ୍ଟ୍ରଙ୍ଗ୍‌ ରୁମ୍‌ କରାଯାଇଥିବାରୁ ଭୋଟ୍‌ ଏପଟ ସେପଟ ହୋଇପାରେ ବୋଲି ସେମାନଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି। ଏହି ପ୍ରସଙ୍ଗକୁ ନେଇ କଂଗ୍ରେସ ଓ ଭାଜପା ନେତାମାନେ ପ୍ରଶ୍ନ ଉଠାଇବାପରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ଏ ବାବଦରେ ମୁହଁ ଖୋଲିଛନ୍ତି। ନିର୍ବାଚନ କମିଶନ ଷ୍ଟ୍ରଙ୍ଗ୍‌ରୁମ୍‌ର କଡ଼ା ସୁରକ୍ଷା ନିମନ୍ତେ କେତେକ ପଦକ୍ଷେପ ନେବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ା
କଂଗ୍ରେସର ବରିଷ୍ଠ ନେତା ଗଣେଶ୍ୱର ବେହେରା ରାଜ୍ୟ ନିର୍ବାଚନ କମିଶନଙ୍କୁ ଏକ ମେସେଜ ମାଧ୍ୟମରେ କହିଛନ୍ତି, ରାଜ୍ୟରେ ୩୧୪ ବ୍ଲକରେ ରହିଥିବା ଭୋଟବାକ୍ସ କେତେ ସୁରକ୍ଷିତ। ନିର୍ବାଚନ ଶେଷ ହୋଇସାରିଥିବା ପଞ୍ଚାୟତର ଭୋଟବାକ୍ସଗୁଡିକ ବର୍ତ୍ତମାନ ବ୍ଲକ କାର୍ଯ୍ୟାଳୟରେ ରହିଛି। ଏଥିରେ ଟାମ୍ପରିଂ ହେବାର ସନ୍ଦେହ ଅନେକ ପ୍ରାର୍ଥୀ କରୁଛନ୍ତି। ତେଣୁ ଏ ବାବଦରେ ତୁରନ୍ତ ପ୍ରତିକ୍ରିୟା ରଖିବାକୁ ସେ ଅନୁରୋଧ କରିଥିଲେ। ଏହାପରେ କଂଗ୍ରେସର ଏକ ପ୍ରତିନିଧି ଦଳ ନିର୍ବାଚନ କମିଶନଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି।
ଅନ୍ୟପଟେ ଭାଜପା ନେତା ଗୋଲକ ମହାପାତ୍ର ମଧ୍ୟ ସମାନ ଅଭିଯୋଗ ଆଣି କହିଛନ୍ତି, ଷ୍ଟ୍ରଙ୍ଗରୁମ୍‌ ଜମାବି ସୁରକ୍ଷିତ ନୁହେଁ। ଷ୍ଟ୍ରଙ୍ଗରୁମ୍‌ ପାଇଁ ଯାହାସବୁ ଏସ୍‌ଓପି ପାଳନ କରିବା କଥା ତାହା କରାଯାଇନାହିଁ। ସେହିପରି ବାଲାଟ୍‌ ବକ୍ସଗୁଡିକ ଯେମିତି ସିଲ୍‌ ହେବା କଥା ମଧ୍ୟ ତାହା ହୋଇନାହିଁ ବୋଲି ଗୋଲକ କହିଛନ୍ତି।
ନିର୍ବାଚନ କମିଶନ ସୂଚନା ଦେଇ କହିଛନ୍ତି, ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରେ ପ୍ରତ୍ୟେକ ବ୍ଲକ୍‌ ମୁଖ୍ୟାଳୟଠାରେ ୨୬, ୨୭ ଓ ୨୮ ତାରିଖରେ ଭୋଟ୍‌ ଗଣତି କରାଯିବ ା ଏଥିନିମନ୍ତେ ସେଠାରେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଭୋଟବାକ୍ସ ରଖିବା ପାଇଁ ଷ୍ଟ୍ରଙ୍ଗ୍‌ରୁମ୍‌ କରାଯାଇଛି। ଷ୍ଟ୍ରଙ୍ଗ୍‌ରୁମ୍‌ର କଡ଼ା ସୁରକ୍ଷା ନିମନ୍ତେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ା
ମତଦାନ ହୋଇଥିବା ଭୋଟବାକ୍ସଗୁଡ଼ିକୁ ଷ୍ଟ୍ରଙ୍ଗ୍‌ରୁମ୍‌ରେ ରଖିସାରି ସିଲ୍‌ କରିସାରିଲା ପରେ କୌଣସି ପରିସ୍ଥିତିରେ ଏହାକୁ ଖୋଲାଯାଇପାରିବ ନାହିଁ ା ଯେଉଁ ମତଦାନ କେନ୍ଦ୍ରରେ ପୁନଃ ମତଗ୍ରହଣ କରାଯିବ, ସେସବୁ ଭୋଟବାକ୍ସଗୁଡ଼ିକୁ ଅନ୍ୟ ଏକ ଷ୍ଟ୍ରଙ୍ଗ୍‌ରୁମ୍‌ରେ ରଖାଯିବା ନିର୍ବାଚନ ଅଧିକାରୀଙ୍କ ସହ ଅନ୍ୟ ଅଧିକାରୀମାନେ ଷ୍ଟ୍ରଙ୍ଗରୁମ୍‌ ଉପରେ ତୀକ୍ଷ୍‌ଣ ଦୃଷ୍ଟି ରଖିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି ା ଷ୍ଟ୍ରଙ୍ଗରୁମ୍‌ ହୋଇଥିବା କୋଠାରେ ୨୪ ଘଣ୍ଟିଆ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା କରିବା ଜରୁରୀ। ଷ୍ଟ୍ରଙ୍ଗରୁମ୍‌ ହୋଇଥିବା ଅଞ୍ଚଳଟି ସିସିଟିଭି ନଜରରେ ରହିବ ା ଭୋଟ୍‌ଗଣତି କେନ୍ଦ୍ରକୁ ପ୍ରବେଶ କଲାବେଳେ ପ୍ରାର୍ଥମାନଙ୍କ ଦ୍ୱାରା ନିଯୁକ୍ତ ପ୍ରାଧିକୃତ ପ୍ରତିନିଧିଙ୍କୁ ପ୍ରବେଶ ପଥରେ କଡ଼ାକଡ଼ି ଯାଞ୍ଚ କରାଯିବ। ଯେପରି କୌଣସି ବ୍ୟକ୍ତି ଗଣତି କେନ୍ଦ୍ର ମଧ୍ୟକୁ ମୋବାଇଲ୍‌ ଫୋନ୍‌, ସ୍ପାଏପେନ୍‌ କିମ୍ବା କୌଣସି ପ୍ରକାରର ବୈଦ୍ୟୁତିକ ଯନ୍ତ୍ରପାତି ନେଇ ଯାଇପାରିବେ ନାହିଁ ା
ଭୋଟଗଣତି କାର୍ଯ୍ୟରେ ନିୟୋଜିତ ହୋଇଥିବା କର୍ମଚାରୀଙ୍କ ପାଇଁ ମଧ୍ୟ ସମାନ ନିୟମ ଲାଗୁ କରାଯିବ ା ଭୋଟଗଣତି କେନ୍ଦ୍ର ବାହାରେ ପାନୀୟ ଜଳର ବ୍ୟବସ୍ଥା କରିବାକୁ ଜିଲାପାଳମାନଙ୍କୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ...

ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି।...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

କଟକ-ଭୁବନେଶ୍ୱରକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୭।୪: ତାତିରୁ ନିସ୍ତାର ନାହିଁ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶନିବାର ଲାଗି କଟକ-ଭୁବନେଶ୍ୱର(ଟୁଇନ୍‌ ସିଟି)କୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଠାରେ...

ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !

ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri