ଜୁଲାଇ ପହିଲାରୁ ପଲିଥିନ ନିଷେଧ କଡ଼ାକଡ଼ି

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ପ୍ଲାଷ୍ଟିକ ଉତ୍ପାଦନ, ବିକ୍ରି ଓ ବ୍ୟବହାର ସମ୍ପୂର୍ଣ୍ଣ ନିଷେଧ ହେବ। ଏଥିପାଇଁ ୨୦୨୨ ଜୁନ୍‌ ୩୦ ସମୟ ଧାର୍ଯ୍ୟ କରାଯାଇଛି। ଜୁଲାଇ ପହିଲାରୁ ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଏ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଓଏସ୍‌ପିସିବି) ପକ୍ଷରୁ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ବିଜ୍ଞପ୍ତି ଜାରି କରାଯାଇଛି। କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ପ୍ଲାଷ୍ଟିକ ବର୍ଜନ ପରିଚାଳନା ରୁଲ୍‌ ଅନୁଯାୟୀ ପଲିଥିନ ବିକ୍ରି, ଆମଦାନୀ ଯୋଗାଣ ଉପରେ କଟକଣା ଲଗାଯାଇଛି। ଇୟର ବଡ୍‌(କାନସଫା କାଠି), ବେଲୁନରେ ଲାଗୁଥିବା ପ୍ଲାଷ୍ଟିକ ଷ୍ଟିକ୍‌, ପତାକା, ଚକୋଲେଟ ଓ ଆଇସ୍‌କ୍ରିମ କାଠିଗୁଡ଼ିକୁ ମଧ୍ୟ ନିଷେଧ କରାଯିବ। ସେହିପରି ପୁନଃ ପ୍ରକ୍ରିିୟାକରଣ ହୋଇପାରୁଥିବା ପ୍ଲାଷ୍ଟିକ ବ୍ୟାଗ ମୋଟେଇ ୭୫ ମାଇକ୍ରନରୁ ୧୨୦ ମାଇକ୍ରନକୁ ବୃଦ୍ଧି କରାଯିବ। ଆସନ୍ତା ଡିସେମ୍ବର ୩୧ରୁ ଏହାକୁ କଡ଼ାକଡ଼ି ଲାଗୁ କରାଯିବ। ଏହାଛଡ଼ା ପ୍ଲାଷ୍ଟିକ ବ୍ୟବହାରକୁ ରୋକିବା ସହ ବ୍ୟବହାରକାରୀଙ୍କ ବିରୋଧରେ କଡ଼ାକଡ଼ି ପଦକ୍ଷେପ ନେବାକୁ ବୋର୍ଡ ପକ୍ଷରୁ ସରକାରୀ ଏଜେନ୍ସିଗୁଡ଼ିକୁ କୁହାଯାଇଛି।
ଯେ ରାଜ୍ୟ ସରକାର ୨୦୧୮ ଅକ୍ଟୋବର ୨ରେ ୫ ମହାନଗର ନିଗମ କଟକ, ଭୁବନେଶ୍ୱର, ବ୍ରହ୍ମପୁର, ସମ୍ବଲପୁର, ରାଉରକେଲା ସହିତ ପୁରୀ ସହରରେ ପଲିଥିନ ବ୍ୟବହାରକୁ ନିଷେଧ ଘୋଷଣା କରିଥିଲେ । ଏହାର ଠିକ୍‌ ବର୍ଷେ ପରେ ୨୦୧୯ ଅକ୍ଟୋବର ୨ରୁ ରାଜ୍ୟର ସମସ୍ତ ୧୧୪ ସହରାଞ୍ଚଳରେ ପଲିଥିନ ବ୍ୟବହାରକୁ ନିଷେଧ କରାଯାଇଛି। ୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନ ସହିତ ୨୦୦ ମିଲିଲିଟରରୁ କମ୍‌ ପାଣିବୋତଲ, ଥର୍ମୋକୁଲ, ପ୍ଲାଷ୍ଟିକ ଚାମଚ, କପ୍‌, ପ୍ଲେଟ, ଗ୍ଲାସ, ଥାଳିଆ, ପାଣି ପାଉଚ ଆଦି ସାମଗ୍ରୀ ଉପରେ କଟକଣା ଜାରି କରାଯାଇଛି। କୌଣସି ବ୍ୟକ୍ତି ସର୍ବସାଧାରଣ ସ୍ଥାନରେ ପଲିଥିନ ବ୍ୟବହାର କରିପାରିବେ ନାହିଁ। ସେଥିପାଇଁ ଦଣ୍ଡବିଧାନ ବ୍ୟବସ୍ଥା ରହିଛି। ପୂଜାସ୍ଥଳ, ହୋଟେଲ, ରେଷ୍ଟୁରାଣ୍ଟ, କାଫେ, ବିବାହ ପାର୍ଟି, ଅଫିସ, ଆଉଟଡୋର କ୍ୟାଟରିଂ ଆଦି ସ୍ଥାନରେ ପଲିଥିନ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ମହାନଗର ନିଗମ କମିଶନର ଓ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ପଲିଥିନ ବନ୍ଦକୁ ସଫଳ କରିବା ପାଇଁ ସମସ୍ତ ପଦକ୍ଷେପ ସହ ନିର୍ଦ୍ଦେଶନାମା ଜାରି କରିଛନ୍ତି। ସେହି ଅଧିକାରୀମାନେ ପରିବେଶ(ସୁରକ୍ଷା) ଆଇନ ୧୯୮୬ ଅନୁଯାୟୀ ନିଜ ଅଞ୍ଚଳ ଭିତରେ ଉଲ୍ଲଂଘନକାରୀଙ୍କୁ ଦଣ୍ଡବିଧାନ କରିପାରିବେ। ଜିଲାପାଳ ପଲିଥିନ କଟକଣାକୁ କଡ଼ାକଡ଼ି କାର୍ଯ୍ୟକାରୀ କରିବା ସକାଶେ ଏଡିଏମ୍‌, ଏସ୍‌ପି, ବନଖଣ୍ଡ ଅଧିକାରୀ, ତହସିଲଦାର, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ ଅଧିକାରୀ, ପୌର ସଂସ୍ଥାର ଅଧିକାରୀମାନଙ୍କୁ ସାମିଲ କରିବେ। ପଲିଥିନ ବିକ୍ରି, ଉତ୍ପାଦନ, ଗଚ୍ଛିତ କରୁଥିବା ସଂସ୍ଥା କିମ୍ବା ବ୍ୟବସାୟୀ ଏହି ବିଜ୍ଞପ୍ତି ପ୍ରକାଶ ପାଇବାର ୧ ମାସ ମଧ୍ୟରେ ସେଗୁଡ଼ିକୁ ନଷ୍ଟ କରିବାକୁ କୁହାଯାଇଥିଲା। କଟକଣା ଲାଗୁ ହେବାର କିଛି ମାସ ମଧ୍ୟରେ ଧରପଗଡ଼ ଜୋରଦାର ହୋଇଥିଲା। ବ୍ୟବସାୟୀମାନେ ଜରିମାନା ଭୟରେ ପଲିଥିନ ବ୍ୟବହାର ବନ୍ଦ କରି ଦେଇଥିଲେ। ଜନସାଧାରଣ ପଲିଥିନ ବଦଳରେ ବ୍ୟାଗ ନେବାକୁ ପସନ୍ଦ କରୁଥିଲେ। କରୋନା ମହାମାରୀ ସଂକ୍ରମଣକୁ ଦେଖି ରାଜ୍ୟରେ ଲକ୍‌ଡାଉନ ଓ ଶଟଡାଉନ ଜାରି ହେଲା। ଏହାପରେ ପଲିଥିନ ବ୍ୟବହାର ବହୁପରିମାଣରେ ବଢ଼ି ଯାଇଛି। କଟକଣା କଡ଼ାକଡ଼ି ପାଳନ ହେଉ ନ ଥିବାରୁ ବ୍ୟବସାୟୀଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକ ମଧ୍ୟ ବିନା ସଙ୍କୋଚରେ ବ୍ୟବହାର କରିଚାଲିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri