ଆସନ୍ତାକାଲି ଅନ୍ତିମ ପର୍ଯ୍ୟାୟ ନିର୍ବାଚନ: ଲଞ୍ଚ୍‌ରେ ସ୍ବାଭିମାନ ଅଞ୍ଚଳକୁ ଗଲେ ପୋଲିଂ ପାର୍ଟି

ଚିତ୍ରକୋଣ୍ଡା,୨୩ା୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକରେ ଗୁରୁବାର ହେବ ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ତ୍ରିସ୍ତରୀୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ। ଚିତ୍ରକୋଣ୍ଡା ବ୍ଲକର ୧୮ଟି ପଞ୍ଚାୟତର ୨୨୨ଟି ଓ୍ବାର୍ଡର ୨୩୩ଟି ବୁଥ୍‌ରେ ୪୧୭୮୨ ଜଣ ଭୋଟର କରିବେ ମତଦାନ। ଏଥିପାଇଁ ଆଜିଠାରୁ କଡ଼ା ସୁରକ୍ଷା ଭିତରେ ଚିତ୍ରକୋଣ୍ଡା ଡାଏଟ୍‌ କଣ୍ଟ୍ରୋଲ ରୁମ୍‌ଠାରୁ ଜିଲା ଅଧିକାରୀ ମାଲକାନଗିରି ପିଡି ଡିଆରଡିଏ ବାଳମୁକୁନ୍ଦ ଭୂୟାଁ ଏବଂ ଉପଜିଲାପାଳ ଅକ୍ଷୟ ଖେମୁଡୁ, ଚିତ୍ରକୋଣ୍ଡା ବିଡିଓ ରାହୁଲ ମଣ୍ଡଳ ଓ ଚିତ୍ରକୋଣ୍ଡା ତହସିଲଦାର ଟି. ପଦ୍ମନାଭ ଦୋରାଙ୍କ ଉପସ୍ଥିତିରେ ପୋଲିଂ ପାର୍ଟି ପୋଲିଂ ବକ୍ସ ଧରି ବାହାରି ନିଜ ନିଜ ବୁଥ୍‌କୁ ସକାଳ ୯ଟାରୁ ଚିତ୍ରକୋଣ୍ଡା ସ୍ପିଲବାଇ ଲଞ୍ଚ ଘାଟଠାରୁ ବାଲିମେଳା ଜଳଭଣ୍ଡାର ମଧ୍ୟରେ ଲଞ୍ଚ ଯୋଗେ ଯନ୍ତ୍ରୀ ଓ ଅଣ୍ଡିରାପାଲି ପଞ୍ଚାୟତ ସହ ୩୮ଟି ଅତିସମ୍ବେଦନଶୀଳ ଦୁର୍ଗମ ଅଞ୍ଚଳକୁ ଯାଇଥିବା ଦେଖିବାକୁ ମିଳିଥିଲା। ଚିତ୍ରକୋଣ୍ଡା ଦୁଇଟି ଜୋନର ୭ଟି ଜିଲା ପରିଷଦ, ୬୨ ଜଣ ସରପଞ୍ଚ, ୪୫ଜଣ ସମିତିସଭ୍ୟ ଓ ୨୨୫ଜଣ ଓ୍ବାର୍ଡମେମ୍ବର ପ୍ରାର୍ଥୀଙ୍କର ଏମିତି ମୋଟ୍‌ ୩୩୦ ଜଣ ପ୍ରାର୍ଥୀଙ୍କର ଭାଗ୍ୟ ନିର୍ଦ୍ଧାରଣ ହେବ। ଆସନ୍ତାକାଲି ଶେଷ ପର୍ଯ୍ୟାୟ ମତଦାନ ନିମନ୍ତେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସହିତ କିଭଳି ଶାନ୍ତିଶୃଙ୍ଖଳା ସହିତ ମତଦାନ ହେବ ସ୍ବାଭିମାନ ଅଞ୍ଚଳ ତଥା ଉପାନ୍ତ ଦୁର୍ଗମ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି

ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ...

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri