Posted inଜାତୀୟ

ପ୍ରଥମେ ପାଠପଢ଼ାରେ ମନ ଦିଅ, ପରେ ବିବାହ…

ଭୋପାଳ, ୨୩।୨ : ପାଠପଢ଼ା ପରେ ବିବାହ କାର୍ଯ୍ୟ ହେଲେ ଭଲ। ନାରୀ ନିକେତନରେ ଥିବା ଜଣେ ଯୁବତୀଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ପକ୍ଷରୁ ଏଭଳି ପରାମର୍ଶ ପ୍ରଦାନ କରାଯାଇଛି। ଯୁବତୀ ଜଣକ ନିଜ ସମ୍ପ୍ରଦାୟ ବାହାରେ ଜଣଙ୍କୁ ବିବାହ କରିବାକୁ ଚାହୁଁଛନ୍ତି।

ବିଚାରପତି ଶେଲ୍‌ ନାଗୁ ଏବଂ ମନିନ୍ଦର ସିଂ ଭଟ୍ଟଙ୍କ ନେତୃତ୍ୱରେ ଗଠିତ ଡିଭିଜନ୍‌ ବେଞ୍ଚ୍‌ ଯୁବତୀଙ୍କୁ ପରାମର୍ଶ ଦେଇଛନ୍ତି ଯେ, ବିବାହ ମଧ୍ୟ ଗୁରୁତ୍ୱପୂର୍ଣ୍ଣ। କିନ୍ତୁ ଏହାକୁ ପାଠପଢ଼ା ପାଇଁ ଘୁଞ୍ଚାଇ ଦେଇ ହେବ। ଏନେଇ ତାଙ୍କ ପରିବାର ପକ୍ଷରୁ ମଧ୍ୟ ବିରୋଧ କରାଯାଉଛି। ଯୁବତୀ ଜଣଙ୍କୁ ୧୯ ବର୍ଷ ହୋଇଥିବା ତାଙ୍କ ପରିବାର ପକ୍ଷରୁ ଦାଖଲ ହୋଇଥିବା ପିଟିଶନ୍‌ରେ ଉଲ୍ଲେଖ କରାଯାଇଛି। ସେ ୨୦୦୨ ଅକ୍ଟୋବର ୧୯ରେ ଜନ୍ମଗ୍ରହଣ କରିଥିଲେ। ସେ ଏବେ ନର୍ସିଂ ପାଠ୍ୟକ୍ରମରେ ଅଧ୍ୟୟନ କରୁଛନ୍ତି।

ଖଣ୍ଡପୀଠ ଏନେଇ ଏକ ସତ୍ୟପାଠ ଦାଖଲ କରିବାକୁ ମଧ୍ୟ କହିଛନ୍ତି। ସେ ସ୍ପେଶାଲ ମ୍ୟାରେଜ୍‌ ଆକ୍ଟ ୧୯୫୪ ଅନ୍ତର୍ଗତ ବିବାହ କରିବାକୁ ଚାହୁଁଥିବା ସତ୍ୟପାଠରେ ଉଲ୍ଲେଖ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେ ବୟସ୍କା ହୋଇଥିବାରୁ ନିଜ ପସନ୍ଦର ଧର୍ମ ଅବା ଜୀବନସାଥି ଚୟନ କରିପାରିବେ ବୋଲି କୋର୍ଟ କହିଛନ୍ତି। ଏବେ ତାଙ୍କ ବୟସ ୧୯ ବର୍ଷରୁ ଅଧିକ ଥିବାରୁ ସେ ନାରୀ ନିକେତନରେ ରହିବା ଅନାବଶ୍ୟକ। ତେଣୁ କୋର୍ଟ ତାଙ୍କୁ ମୁକ୍ତ କରିବା ଲାଗି ନିର୍ଦ୍ଦେଶ ଜାରି କରିଛନ୍ତି। ବ୍ୟକ୍ତିଗତ ସ୍ବାଧୀନତା ଅର୍ନ୍ତଗତ ସେ ନିଜ ପସନ୍ଦର ବିବାହ କରିପାରିବେ ବୋଲି ଖଣ୍ଡପୀଠଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଏବରେଲି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି। ଭାଜପା ଦୀନେଶ ପ୍ରତାପ...

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚ

ନୂଆଦିଲ୍ଲୀ,୨।୫: ଭାରତୀୟ ମସଲା ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟକୁ ନେଇ ଉଠିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟର ସରକାରଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ...

ଅଶ୍ଲୀଳ ଭିଡିଓ ମାମଲାରେ ଗିରଫ ହୋଇପାରନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି: ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୨।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଗିରଫ କରିବା ପାଇଁ ନୋଟିସ ଜାରି କରାଯାଇଛି। ଏହି ମାମଲା...

ବ୍ରିଜ ଭୁଷଣ ନୁହେଁ ପୁଅ କରଣ ଭୁଷଣ ସିଂଙ୍କୁ ଟିକେଟ ଦେଲା ଭାଜପା!

ନୂଆଦିଲ୍ଲୀ,୨।୫: ଉତ୍ତର ପ୍ରଦେଶର ଏକ ଉଚ୍ଚ ପ୍ରୋଫାଇଲ ଆସନ ମଧ୍ୟରୁ ଗୋଣ୍ଡା ଜିଲାର କେସରଗଞ୍ଜ ଆସନରେ ଭାଜପା ପ୍ରାର୍ଥୀଙ୍କ ଉପରେ ସସପେନ୍ସ ଶେଷ ହେବା ପରି...

ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ହାଇକୋର୍ଟରେ ଏମିତି ଦାବି କଲେ ସିସୋଡିଆ, ଜଜ କହିଲେ କାଲିକି ଆସନ୍ତୁ…

ନୂଆଦିଲ୍ଲୀ,୨।୫: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ପୁଣିଥରେ ଦିଲ୍ଲୀ ହାଇକୋର୍ଟରେ ହାଜର ହୋଇଛନ୍ତି। ଦିଲ୍ଲୀର ମଦ...

ବଡ଼ ଖବର! ଆମେଠିରୁ ନିର୍ବାଚନ ଲଢ଼ିବାକୁ ରାହୁଲଙ୍କ ସହମତି, ଖାର୍ଗେ କରିବେ ଘୋଷଣା-ରିପୋର୍ଟ

ନୂଆଦିଲ୍ଲୀ,୨।୫: କଂଗ୍ରେସ ଦଳରୁ ବଡ଼ ଖବର ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀ ଆମେଠିରୁ ନିର୍ବାଚନ ଲଢ଼ିବା ପାଇଁ ସହମତି ପ୍ରକାଶ କରିଛନ୍ତି। ଏନେଇ କଂଗ୍ରେସ ଅଧ୍ୟକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri