Posted inଖେଳ

ଟସ୍‌ ଜିତି ବୋଲିଂ କରିବ ଶ୍ରୀଲଙ୍କା

ଲକ୍ଷ୍ନୌ,୨୪।୨: ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଭାରତ-ଶ୍ରୀଲଙ୍କା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଗୁରୁବାର ଆରମ୍ଭ ହୋଇଯାଇଛି। ଶ୍ରୀଲଙ୍କା ଟସ୍‌ ଜତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଆହତ କାରଣରୁ ପ୍ରଥମ ଟି-୨୦ରେ ଦଳରୁ ବାଦ ପଡିଛନ୍ତି ଋତୁରାଜ ଗାଏକଓ୍ବାଡ। ଦୀର୍ଘ ଦିନ ପରେ ରବୀନ୍ଦ୍ର ଜାଡେଜାଙ୍କ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେହିପରି ଚୂଡାନ୍ତ ଏକାଦଶରେ ସଞ୍ଜୁ ସାମସନଙ୍କୁ ସ୍ଥାନ ମିଳିଥିବା ବେଳେ ଭୁବନେଶର କୁମାର ଏବଂ ଯଶପ୍ରୀତ ବୁମରା ଦଳକୁ ଫେରିଛନ୍ତି।

ବିରାଟ କୋହଲି ଓ ରିଷଭ ପନ୍ତଙ୍କୁ ବିଶ୍ରାମ ଦିଆଯାଇଥିବାରୁ ଭାରତ ମଧ୍ୟକ୍ରମରେ ପରୀକ୍ଷା ନିରୀକ୍ଷା କରିବା ନିଶ୍ଚିତ ରହିଛି । ଇଶାନ କିଷନ, ଶ୍ରେୟାସ ଆୟର ଓ ପ୍ରତ୍ୟାବର୍ତ୍ତନ କରିଥିବା ସଞ୍ଜୁ ସାମସନ ଯଥାକ୍ରମେ ୩ରୁ ୫ନମ୍ବର ସ୍ଥାନରେ ବ୍ୟାଟିଂ କରିବେ।

ଭାରତ: ରୋହିତ ଶର୍ମା(ଅଧିନାୟକ), ଇଶାନ କିଷନ( ଉଇକେଟ କିପର), ଶ୍ରେୟସ ଆୟର, ସଞ୍ଜୁ ସାମସନ, ଦୀପକ ହୁଡ୍ଡା, ରବୀନ୍ଦ୍ର ଜାଡେଜା, ଭେଙ୍କଟେଶ ଆୟର, ହର୍ଷଲ ପଟେଲ, ଭୁବନେଶର କୁମାର, ଯଶପ୍ରୀତ ବୁମରା ଓ ୟୁଜବେନ୍ଦ୍ର ଚହଲ।

ଶ୍ରୀଲଙ୍କା: ପାଥୁନ ନିଶଙ୍କା, କମିଲ ମିଶରା, ଚରିଥ ଅସଲଙ୍କା, ଦିନେଶ ଚାନ୍ଦିମାଲ(ଉଇକେଟ କିପର), ଜନିଥ ଲିୟାନାଗେ, ଦାସୁନ ଶନାଙ୍କା(ଅଧିନାୟକ), ଚାମିକା କରୁଣାରତ୍ନେ, ଜେଫରି ଭନ୍ଦରସାୟ, ପ୍ରବୀଣ ଜୟଉକ୍ରମା, ଦୁଷ୍ମନ୍ତ ଚମିରା, ଲାହିରୁ କୁମାର।


Enter your email to get our daily news in your inbox.

All Right Reserved By Dharitri.Com

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri