Posted inଖେଳ

ମାର୍ଚ୍ଚ ୨୬ରୁ ଆଇପିଏଲ୍‌

ନୂଆଦିଲ୍ଲୀ, ୨୪ା୨: ୧୦ଟି ଦଳକୁ ନେଇ ଇଣ୍ଡିଆନ ପ୍ରିମିୟର ଲିଗ୍‌-୧୫ (ଆଇପିଏଲ୍‌) ଆସନ୍ତା ମାର୍ଚ୍ଚ ୨୬ ଶନିବାର ମୁମ୍ବାଇଠାରେ ଆରମ୍ଭ ହେବ ଏବଂ ମେ ୨୯ରେ ଶେଷ ହେବ। ଟୁର୍ନାମେଣ୍ଟ ଆରମ୍ଭରେ ୪୦ ପ୍ରତିଶତ ଦର୍ଶକଙ୍କୁ ଅନୁମତି ରହିବ। ଗୁରୁବାର ଗଭର୍ନିଂ କାଉନ୍‌ସିଲ ବୈଠକ ପରେ ଆଇପିଏଲ୍‌ ଚେୟାରମ୍ୟାନ ବ୍ରିଜେଶ ପଟେଲ ଏହି ସୂଚନା ଦେଇଛନ୍ତି। ଏହି ବ୍ୟୟବହୁଳ ଟୁର୍ନାମେଣ୍ଟରେ ଏଥର ନୂଆ ଦଳ ଭାବେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଓ ଗୁଜରାଟ ଟାଇଟାନ୍ସକୁ ସାମିଲ କରାଯାଇଛି। ଏଥର ମୋଟ ୭୪ଟି ମ୍ୟାଚ ମୁମ୍ବାଇସ୍ଥିତ ଓ୍ବାଙ୍ଖଡେ ଷ୍ଟାଡିୟମ ଓ ବ୍ରାବୋର୍ନ ଷ୍ଟାଡିୟମ ବ୍ୟତୀତ ନବି ମୁମ୍ବାଇର ଡିଓ୍ବାଇ ପାଟିଲ ଗ୍ରାଉଣ୍ଡ ଏବଂ ପୁଣେସ୍ଥିତ ଗାହେୁଞ୍ଜେ ଷ୍ଟାଡିୟମରେ ଖେଳାଯିବ। ମହାରାଷ୍ଟ୍ର ସରକାରଙ୍କ ଗାଇଡ୍‌ଲାଇନ୍‌ ଅନୁସାରେ ଦର୍ଶକମାନଙ୍କୁ ଅନୁମତି ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri