ବିଶ୍ୱର ପ୍ରଭାବଶାଳୀ ନେତା ମୋଦିଙ୍କ ସହ କଥା ହେବେ ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ୱାଶିଂଟନ,୨୫ ।୨: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଶୁକ୍ରବାର କଥା ହେବେ ବୋଲି ସଙ୍କେତ ଦେଇଛନ୍ତି । ଭୋଟିଏ ପଟେ ବିଶ୍ୱର ପ୍ରଭାବଶାଳୀ ନେତା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନ୍ୟପଟେ ବିଶ୍ୱର ଶକ୍ତିଶାଳୀ ଦେଶ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ । ଏହି ଆଲୋଚନା ଖୁବ୍ ଗୁରୁତ୍ୱପୂର୍ଣ୍ଣ ହେବ ବୋଲି ଅନୁମାନ କରାଯାଉଛି । ଏପଟେ ରୁଷିଆ ବିରୋଧରେ ନାଟୋ ସେନା ପଠାଇବ ନାହିଁ ବୋଲି ସ୍ଥିର ହେବା ପରେ ବାଇଡେନ କହିଛନ୍ତି ମୋଦି ସରକାରଙ୍କ ସହ କଥା ହେବା ପରେ ପରବର୍ତ୍ତି ନିଷ୍ପତ୍ତି ନିଆଯିବ । ତେବେ ଭାରତ ଉପରେ ପ୍ରତିବନ୍ଧକ ଲଗାଇବା କଥା ଆମେରିକା ଚିନ୍ତା କରୁଥିବା ବେଳେ ଏହାର ପରିଣାମ ବିପରିତ ହେବ ବୋଲି କୁହାଯାଉଛି । ଏହାସହ ଭାରତ-ରୁଷିଆ ସମ୍ପର୍କ ବି ଆହୁରି ମଜଭୁତ ହୋଇଯିବ । ସୂଚନାଯୋଗ୍ୟ, ଗୁରୁବାର ବାଇଡେନ କହିଥିଲେ ୟୁକ୍ରେନ ସଙ୍କଟକୁ ନେଇ ସେ ଭାରତ ସହ ବିଚାର ବିମର୍ଷ କରିବେ । ଏହାପୂର୍ବରୁ ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କନ ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କ ସହ ୟୁକ୍ରେନ ସଙ୍କଟକୁ ନେଇ ଆଲୋଚନା କରିଥିଲେ ।
ସୂଚନାଯୋଗ୍ୟ, ୟୁକ୍ରେନ ସଙ୍କଟକୁ ନେଇ ଭାରତ-ଆମେରିକାର ଚିନ୍ତାଧାରା ଏକ ନ ହୋଇଥିବା ବେଳେ ଗୋଟିଏ ପଟେ ରୁଷିଆ ସହ ଭାରତର ପରମ୍ପରାଗତ ସମ୍ପର୍କ ବହୁ ପୁରୁଣା । ଏପଟେ ଗତ ପ୍ରାୟ ଦେଢ ଦଶନ୍ଧି ହେବ ଆମେରିକା ସହ ଭାରତର ରଣନୀତି ଖୁବ୍ ଭଲ ରହିଛି । ତେଣୁ ୟୁକ୍ରେନ ସଙ୍କଟକୁ ନେଇ ଆମେରିକା ଯାହା ନିଷ୍ୱତ୍ତି ନେବାକୁ ଯାଉଛି ଏହା ପୂର୍ବରୁ ସେ ଭାରତର ପରାମର୍ଶ ଲୋଡିବା ଶ୍ର୍ରେୟ ଭାବୁଛି ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri