‘ନ୍ୟାୟିକସେବା ଶିକ୍ଷାନବିସ ମାତୃଭାଷାକୁ ପ୍ରାଧାନ୍ୟ ଦିଅନ୍ତୁ’

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ଜନସାଧାରଣଙ୍କ ମୌଳିକ ଅଧିକାରକୁ ସୁରକ୍ଷା ଦେବା ଗଣତନ୍ତ୍ରର ପ୍ରଧାନ ଆଭିମୁଖ୍ୟ। ଆଇନର ଲକ୍ଷ୍ମଣରେଖା ମଧ୍ୟରେ ରହି ମାମଲାରେ ସମ୍ପୃକ୍ତ ଉଭୟ ପକ୍ଷଙ୍କୁ ସମଦୃଷ୍ଟିରେ ଦେଖି ନ୍ୟାୟ ପ୍ରଦାନ କରାଯିବା ଉଚିତ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପ୍ରକାଶ କରିଛନ୍ତି। ଶୁକ୍ରବାର ନବାଗତ ନ୍ୟାୟିକସେବା ଶିକ୍ଷାନବିସଙ୍କ ସହିତ ପ୍ରତ୍ୟକ୍ଷ ପରିଚୟ ଉଦ୍ଦେଶ୍ୟରେ ରାଜ୍ୟ ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହାକୁ ଉଦ୍‌ଘାଟନ କରି ବାଚସ୍ପତି କହିଲେ, ଶିକ୍ଷାନବିସମାନେ ମାତୃଭାଷାକୁ ପ୍ରାଧାନ୍ୟ ଦେବା ଆବଶ୍ୟକ। କାରଣ ରାଜ୍ୟର ୯୦% ମୁଦାଲା ଓ ଆଇନଜୀବୀ ଓଡ଼ିଆରେ କଥାବର୍ତ୍ତା ହୁଅନ୍ତି। ପ୍ରତି ଦେଶରେ ସାମାଜିକ ବିଧିବ୍ୟବସ୍ଥା ଓ ଆବଶ୍ୟକତାକୁ ନେଇ ଆଇନ ପ୍ରଣୟନ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଶିକ୍ଷାନବିସମାନେ ଗୁରୁତ୍ୱର ସହ କାର୍ଯ୍ୟ କରିବା ଉଚିତ ବୋଲି ବାଚସ୍ପତି ପରାମର୍ଶ ଦେଇଥିଲେ।
ସମ୍ମାନିତ ଅତିଥି ଭାବେ ଆଇନ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ କହିଥିଲେ, ବିଧିପାଳିକା ଦ୍ୱାରା ବିଭିନ୍ନ ଆଇନକୁ କାର୍ଯ୍ୟପାଳିକା କାର୍ଯ୍ୟକାରୀ କରିଥାଏ। ନ୍ୟାୟପାଳିକା ଆଇନର ଯଥାର୍ଥ ତର୍ଜମା କରି ନ୍ୟାୟ ନିର୍ଣ୍ଣୟ କରୁଥିବାରୁ ନବାଗତ ଶିକ୍ଷାନବିସମାନେ ସ୍ବାଧୀନ ଓ ନିରପେକ୍ଷ ଭାବରେ ନ୍ୟାୟ ବ୍ୟବସ୍ଥାକୁ ଆହୁରି ଦୃଢ଼ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ଉପବାଚସ୍ପତି ରଜନୀକାନ୍ତ ସିଂହ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଆଇନ ପ୍ରଣୟନର ପ୍ରାଥମିକ ପର୍ଯ୍ୟାୟ ବିଲ୍‌, ପ୍ରସ୍ତାବିତ ବିଲ୍‌ ଉପରେ କହିଥିଲେ। ବିଧାନସଭା ଓଏସ୍‌ଡି ତଥା ସଚିବ ଦାଶରଥି ଶତପଥୀ ଅତିଥି ପରିଚୟ ପ୍ରଦାନ କରିଥିଲେ। ଓଏସ୍‌ଡି ତଥା ନିର୍ଦ୍ଦେଶକ (ଗବେଷଣା) କୃପାସିନ୍ଧୁ ମିଶ୍ର, ଯୁଗ୍ମ ନିର୍ଦ୍ଦେଶକ(ଗବେଷଣା) ଶିବପ୍ରସାଦ ପଟ୍ଟନାୟକ, ଓଏସ୍‌ଡି ବିଜୟ କୁମାର ସାହୁ ଏବଂ ବାଚସ୍ପତିଙ୍କ ବ୍ୟକ୍ତିଗତ ସଚିବ ପୂର୍ଣ୍ଣଚନ୍ଦ୍ର ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ। ଉପଶାସନ ସଚିବ ଶିଶିର କାନ୍ତ ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ୪୬ଜଣ ନବାଗତ ନ୍ୟାୟିକ ସେବା ଶିକ୍ଷାନବିସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri