Posted inଖେଳ

ସିରିଜ୍‌ ଜିତିଲା ଟିମ୍‌ ଇଣ୍ଡିଆ

ଧର୍ମଶାଳା, ୨୬ା୨ (ପି.ଟି.)-ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତ ଶ୍ରୀଲଙ୍କାକୁ ଧୂଳି ଚଟାଇଛି। ଏଥିସହ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌କୁ ଆଗୁଆ ୨-୦ରେ ଜିତି ନେଇଛି। ଓପନର ପାଥୁମ ନିଶାଙ୍କାଙ୍କ ୫୩ ବଲ୍‌ରୁ ଦ୍ରୁତ ୭୫ ରନ (୧୧ଚୌକା) ସହାୟତାରେ ଶ୍ରୀଲଙ୍କା ଭାରତ ପାଇଁ ୧୮୪ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ତେବେ ଭାରତୀୟ ଦଳ ଏହି ଲକ୍ଷ୍ୟକୁ ୧୭,୧ ଓଭରରେ ପୂରଣ କରିଛି। ୩ ଓ୍ବିକେଟ ହରାଇ ଭାରତୀୟ ଦଳ ୧୮୬ ରନ୍‌ ସଂଗ୍ରହ କରିଛି।
ନିଶାଙ୍କାଙ୍କ ବ୍ୟତୀତ ଅଧିନାୟକ ଦାସୁନ ଶାନକା ୧୯ ବଲ୍‌ରୁ ୪୭ ରନ (୨ ଚୌକା, ୫ ଛକା) କରି ଅପରାଜିତ ରହିଥିଲେ, ଯାହାଫଳରେ ଶ୍ରୀଲଙ୍କା ୪.୨ ଓଭରରୁ ୫୮ରନ ଯୋଗ କରିବା ସହ ୧୭୦ ଅଙ୍କ ଅତିକ୍ରମ କରିଥିଲା। ଦଳ ଶେଷ ୪ ଓଭରରେ ୭୨ରନ ସଂଗ୍ରହ କରିଥିଲା। ଭାରତ ତରଫରୁ ଯଶପ୍ରୀତ ବୁମ୍‌ରା ଶ୍ରେଷ୍ଠ ବୋଲିଂ ପ୍ରଦର୍ଶନ କରି ମାତ୍ର ୨୪ ରନ ବିନିମୟରେ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ବୋଲିଂ କରିଥିବା ଅନ୍ୟ ସମସ୍ତ ବୋଲର ଯଥା ଭୁବନେଶ୍ୱର କୁମାର, ହର୍ଶଲ ପଟେଲ, ୟୁଜବେନ୍ଦ୍ର ଚହଲ ଓ ରବୀନ୍ଦ୍ର ଜାଡେଜା ପ୍ରମୁଖ ଗୋଟିଏ ଲେଖାଏଁ ଉଇକେଟ ସଫଳତା ପାଇଥିଲେ। ଭ୍ରମଣକାରୀ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ବିନିମୟରେ ୧୮୩ ରନ ସଂଗ୍ରହ କରିଥିଲା। ଭାରତ ବ୍ୟାଟିଂ କରି ପ୍ରଥମ ଓଭରରେ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରୋହିତ ଶର୍ମା ପ୍ରଥମ ଓଭରରେ ମାତ୍ର ୧ ରନ୍‌ରେ ପାଭିଲିୟନ ଫେରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri