Posted inଜାତୀୟ

ଦିଲ୍ଲୀ ପହଞ୍ଚିଲା ୟୁକ୍ରେନରୁ ଆସିଥିବା ଏୟାର ଇଣ୍ଡିଆର ଦ୍ୱିତୀୟ ବିମାନ, ଯାତ୍ରୀଙ୍କୁ ସ୍ୱାଗତ କଲେ ସିନ୍ଧିଆ

ନୂଆଦିଲ୍ଲୀ,୨୭ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଭିତରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା କାର୍ଯ୍ୟ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ରହିଛି । ରବିବାର ଭୋର ପ୍ରାୟ ୨ଟା ୪୫ରେ ରୋମାନିଆର ବୁକାରେଷ୍ଟରୁ ବାହାରି ଏୟାର ଇଣ୍ଡିଆର ଦ୍ୱିତୀୟ ବିମାନ ନୂଆଦିଲ୍ଲୀରେ ପହଞ୍ଚିଛି । ବିମାନଟି ପହଞ୍ଚିବା ପରେ ଏଥିରେ ଥିବା ୨୫୦ ଭାରତୀୟଙ୍କୁ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ସ୍ୱାଗତ ଜଣାଇଛନ୍ତି । ତେବେ ବିମାନଟି ଲ୍ୟାଣ୍ଡ କରିବା ପରେ ନିଜେ ସିନ୍ଧିଆ ବିମାନ ମଧ୍ୟକୁ ଯାଇ ଯାତ୍ରୀଙ୍କୁ ଗୋଲାପ ଫୁଲ ଦେଇ ସ୍ୱାଗତ କରିଥିଲେ । ଏହାସହ ସେ କହିଥିଲେ ୟୁକ୍ରେନରେ ଫସିଥିବା ସମସ୍ତ ଭାରତୀୟଙ୍କୁ ଜଣ ଜଣ କରି ସେ ସ୍ୱଦେଶ ଫରାଇ ଆଣିବାର ଗ୍ୟାରେଣ୍ଟି ଦେଉଛନ୍ତି । ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନ ଓ ରୁଷିଆ ରାଷ୍ଟ୍ରପତିଙ୍କ ସହ କଥା ବି ହୋଇଛନ୍ତି । ଯେପର୍ଯ୍ୟନ୍ତ ୟୁକ୍ରେନରେ ଫସି ରହିଥିବା ପ୍ରତିଟି ଭାରତୀୟ ସ୍ୱଦେଶ ଫେରି ନାହାନ୍ତି ସେପର୍ଯ୍ୟନ୍ତ ମାଦି ସରକାର ଆଶ୍ୱସ୍ତ ହେବେ ନାହିଁ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ, ୟୁକ୍ରେନରେ ଯୁଦ୍ଧ ଯୋଗୁ ଫସି ରହିଥିବା ଭାରତୀୟମାନେ ବସ ଯୋଗେ ହଙ୍ଗେରୀ ଓ ରୋମାନିଆ ଆସିବା ପରେ ସେମାନଙ୍କୁ ଏୟର ଇଣ୍ଡିଆର ସ୍ୱତନ୍ତ୍ର ବିମାନ ଯୋଗେ ସ୍ୱଦେଶ ଆଣିବାର ବ୍ୟବସ୍ଥା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛନ୍ତି

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିଲା। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ...

ରାମ ନାମ ଧରି…

ସିର୍‌ସି/ନୂଆଦିଲ୍ଲୀ,୨୯ା୪:କେନ୍ଦ୍ରରେ କ୍ଷମତାସୀନ ଭାଜପା ଏଥର ମଧ୍ୟ ‘ରାମ ନାମ’ ଧରି ଲୋକ ସଭା ନିର୍ବାଚନ ବୈତରଣୀ ପାର ହେବାକୁ ଉଦ୍ୟମ ଚଳାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ...

ଭାରତ ମହାସାଗର ହେବ ସ୍ଥାୟୀ ଗ୍ରୀଷ୍ମ ଲହର ଅଞ୍ଚଳ

ନୂଆଦିଲ୍ଲୀ,୨୯ା୪ (ପି.ଟି.):ଭାରତରେ କିଛିଦିନ ହେଲା ଗ୍ରୀଷ୍ମ ଲହର ଜାରି ରହିଥିବାବେଳେ ଓଡ଼ିଶା ସମେତ କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେଉଛି।...

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri