ଦୈନିକ ସଂକ୍ରମଣ ୧୧ ହଜାର ତଳେ…

ନୂଆଦିଲ୍ଲୀ, ୨୭।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୧୧ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୧୦ ହଜାର୨୭୩ ରେ ପହଞ୍ଚିଛି। ଦେଶରେ କରୋନାରେ ଏହି ସମୟ ମଧ୍ୟରେ ୨୪୩ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ୨୦ ହଜାର ୪୩୯ ଜଣ ସୁସ୍ଥ ହୋଇଛନ୍ତି।

ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧ ଲକ୍ଷ ୧୧ ହଜାର ୪୭୨ ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୩ ହଜାର ୭୨୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୯ ଲକ୍ଷ ୧୬ ହଜାର ୧୧୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୨ ଲକ୍ଷ ୯୦ ହଜାର ୯୨୧ ଜଣ ସୁସ୍ଥ ହୋଇ ସାରିଛନ୍ତି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୭ କୋଟି ୪୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟି ୯୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୬ କୋଟି ୩୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୩,୨୬୨ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମିଜୋରାମ୍‌ ୯୦୧ ଏବଂ ମହାରାଷ୍ଟ୍ରରେ ୮୯୩ରେ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ରିପୋର୍ଟ

ଭୁବନେଶ୍ୱର,୧୨ା୧୨: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏହି ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି...

ନିଶାରେ ଉବୁଟୁବୁ ଭାରତୀୟ କ୍ରିକେଟର, ବଡ ଖୁଲାସା କଲେ ଜାଡେଜାଙ୍କ ପତ୍ନୀ

ନୂଆଦିଲ୍ଲୀ,୧୨ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ ରିଭାବା ଜାଡେଜା ଟିମ୍ ଇଣ୍ଡିଆର ଖେଳାଳିଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସେ...

ଭିନେଶ ଫୋଗଟଙ୍କ ବଡ଼ ଘୋଷଣା, ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଲେ….

ନୂଆଦିଲ୍ଲୀ,୧୨।୧୨: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଅବସର ଘୋଷଣା କରିଥିବା ବେଳେ ବର୍ତ୍ତମାନ ୟୁ-ଟର୍ଣ୍ଣ କରିଛନ୍ତି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

୧୦,୦୦୦ ଟଙ୍କା ହେଉ କି ୧ ଲକ୍ଷ ଟଙ୍କା ଦିଅ, ଜଣେ ମୁସଲିମ ଭୋଟର ମୋତେ କେବେ ବାଛିବେ ନାହିଁ: ହିମନ୍ତ ଶର୍ମା

ନୂଆଦିଲ୍ଲୀ,୧୨ା୧୨: ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଦୃଢ଼ତାର ସହ କହିଛନ୍ତି ଯେ ରାଜ୍ୟରେ ସରକାରୀ ଯୋଜନା କିମ୍ବା ଆର୍ଥିକ ପ୍ରୋତ୍ସାହନ ଅପେକ୍ଷା ବିଚାରଧାରା ଭୋଟ୍...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...

୨୦୨୬ରେ ରାହୁ ଗୋଚର: ଏହି ୩ ରାଶିର ବଦଳିବ ଭାଗ୍ୟ, ୩ ରାଶିର ଭାଗ୍ୟ ଖରାପ

ନୂଆଦିଲ୍ଲୀ,୧୩।୧୨: ୨୦୨୬ ବର୍ଷ କିଛି ରାଶି ପାଇଁ ପରିବର୍ତ୍ତନଶୀଳ ବର୍ଷ ହୋଇପାରେ। ନୂତନ ବର୍ଷରେ ରାହୁ ଦୁଇଥର ନିଜର ସ୍ଥାନ ପରିବର୍ତ୍ତନ କରିବେ। ସମ୍ପତ୍ତି ଲାଭ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri