ପୂର୍ବତନ ୩ କାଉନସିଲର, ଯୁବ ସଭାପତିଙ୍କ ଇସ୍ତଫା

ସୋର, ୨୭।୨(ଡି.ଏନ.ଏ.): ପୌର ନିର୍ବାଚନ ଘୋଷଣା ହେବା ପରେ ସୋରରେ ପୌର ପରିଷଦର ୩ଜଣ ପୂର୍ବତନ କାଉନସିଲର ଏବଂ ପୂର୍ବତନ ଯୁବ ସଭାପତି ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେମାନେ ହେଲେ ପୂର୍ବତନ କାଉନସିଲର ତଥା ବିଜେଡିର ଜଣେ ଟାଣୁଆ ନେତା ରଞ୍ଜନ ଦାସ, ତାଙ୍କ ସ୍ତ୍ରୀ ପୂର୍ବତନ କାଉନସିଲର ସସ୍ମିତା ଦାସ, ବିଜେଡିର ପୂର୍ବତନ ଯୁବ ସଭାପତି ଲୋକନାଥ ରାଉତ ଏବଂ ତାଙ୍କ ସ୍ତ୍ରୀ ପୂର୍ବତନ କାଉନସିଲର ଊର୍ମିଳା ରାଉତ। ସେମାନେ ତାଙ୍କ ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେବା ସମ୍ପର୍କରେ ବିଜେଡି ରାଜ୍ୟ ସଭାପତି ତଥା ଜିଲା ସଭାପତିଙ୍କୁ ଲିଖିତ ଭାବେ ଜଣାଇ ଦେଇଛନ୍ତି। ଏହି ଇସ୍ତଫାପତ୍ରରେ ସେ ସୋର ବିଜୁ ଜନତା ଦଳର ଆଭ୍ୟନ୍ତରୀଣ ବିଶୃଙ୍ଖଳା ଓ ବିଧାୟକଙ୍କର ସ୍ବେଚ୍ଛାଚାରିତାରେ ଅତିଷ୍ଠ ହୋଇ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଜଣାଇଛନ୍ତି। ତେବେ ଆଗାମୀ ଦିନରେ କେଉଁ ଦଳରେ ଯୋଗ ଦେବେ ସେ ସମ୍ପର୍କରେ ସ୍ପଷ୍ଟ ସୂଚନା ଦେଇ ନ ଥିଲେ ବି ଭାଜପାରେ ଯୋଗଦେବାର ସମ୍ଭାବନା ରହିଛି। ଠିକ୍‌ ନିର୍ବାଚନ ପୂର୍ବରୁ ଏହି ଇସ୍ତଫା କେତୋଟି ୱାର୍ଡ଼ରେ ଦଳ ପାଇଁ ଅଡ଼ୁଆ ସୃଷ୍ଟି କରିପାରେ ବୋଲି ରାଜନୈତିକ ସମୀକ୍ଷକମାନେ ମତବ୍ୟକ୍ତ କରିଛନ୍ତି। ପ୍ରକାଶ ଯେ, ୨୦୧୩ ପୌର ନିବର୍ର୍ାଚନ ବେଳେ ସୋର ଏନ୍‌ଏସି ୨ନମ୍ବର ୱାର୍ଡ଼ରେ ବିଜେଡ଼ି ଟିକେଟରେ ଲୋକନାଥ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ ବିଜୟୀ ହୋଇଥିବା ବେଳେ ୮ନଂ. ୱାର୍ଡ଼ରେ ରଞ୍ଜନ ଦାସଙ୍କ ସ୍ତ୍ରୀ ସସ୍ମିତା ଦାସ କଂଗ୍ରେସ ଟିକେଟରେ ବିଜୟୀ ହୋଇଥିଲେ। ମାତ୍ର ନିର୍ବାଚନ କିଛିଦିନ ପରେ ଦାସ ସପତ୍ନୀକ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ। ରବିବର ସୋରରେ ଭାଜପାର ମହାମିଶ୍ରଣ ପର୍ବରେ ସେମାନଙ୍କର ଯୋଗଦାନ ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri