ମେଗା ଜଳ ଯୋଗାଣ ପ୍ରକଳ୍ପରେ ବ୍ୟାପକ ତ୍ରୁଟି

ଯାଜପୁର ଅଫିସ,୨୮ା୨: ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ଓଏମ୍‌ବିଏଡିସି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ନିର୍ମାଣ ହେଉଥିବା ମେଗା ପାଇପ୍‌ ଜଳଯୋଗାଣ ପ୍ରକଳ୍ପ-୨ରେ ବ୍ୟାପକ ତ୍ରୁଟି ହୋଇଛି। ଏହି ପ୍ରକଳ୍ପର ପମ୍ପ ହାଉସ୍‌କୁ ନିର୍ମିତ ପ୍ରବେଶ ବ୍ରିଜ ବିଭାଗୀୟ ଷ୍ଟ୍ରକ୍ଚରାଲ ଡିଜାଇନ ଅନୁସାରେ ହୋଇନାହିଁ। ତେଣୁ ଆବଶ୍ୟକ ଭିତ୍ତିଭୂମି ସହ ତୁରନ୍ତ ପୁନଃ ନିର୍ମାଣ କରିବାକୁ ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌)ର ଚିଫ୍‌ ଇଞ୍ଜିନିୟର-୨ ଗତ ୨୪ ତାରିଖରେ ସମ୍ପୃକ୍ତ ଠିକାସଂସ୍ଥା ନାଗାର୍ଜୁନ କନଷ୍ଟ୍ରକ୍ସନ କମ୍ପାନୀ (ଏନ୍‌ସିସି) କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏଭଳି କାର୍ଯ୍ୟ ଭବିଷ୍ୟତ ପାଇଁ ବିପଦ ହୋଇପାରେ ବୋଲି ଚିଫ୍‌ ଇଞ୍ଜିନିୟର ପରୋକ୍ଷରେ ସୂଚାଇ ଦେଇଛନ୍ତି। ଅଣଓଡ଼ିଆ ଠିକାସଂସ୍ଥା ଏନ୍‌ସିସି ଦ୍ୱାରା ସୁକିନ୍ଦା ପ୍ରକଳ୍ପ-୧ରେ ପୂର୍ବରୁ ବ୍ୟାପକ ଅନିୟମିତତା ହୋଇଥିବା ନଜିର ରହିଛି। ଅଧିକ ଲାଭଖୋର ମନୋବୃତ୍ତି ନେଇ ଏନ୍‌ସିସି କାମ କରୁଥିବାରୁ ଏଭଳି ଜଟିଳ ପରିସ୍ଥିତି ସୃଷ୍ଟି ହେଉଥିବା ମତପ୍ରକାଶ ପାଇଛି।
ଖଣି ସମ୍ବନ୍ଧୀୟ କାର୍ଯ୍ୟକଳାପ ହେତୁ ଜଙ୍ଗଲ ତଥା ପରିବେଶରେ ହୋଇଥିବା କ୍ଷତିର ପୁନରୁଦ୍ଧାର ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଓଏମ୍‌ବିଏଡିସି ଗଠନ ହୋଇଛି। ଏହି ଯୋଜନାରେ ୪୮୩୧ କୋଟି ଟଙ୍କାର ୨୦ଟି ପ୍ରକଳ୍ପ କେନ୍ଦୁଝର, ଯାଜପୁର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲାର ଖଣି ପ୍ରଭାବିତ ଅଞ୍ଚଳରେ ଚାଲିଛି। ଏହିସବୁ ପ୍ରକଳ୍ପ ଦକ୍ଷିଣ ଭାରତର ୪ଟି ଅଣଓଡିଆ ଠିକାସଂସ୍ଥାକୁ ନିର୍ମାଣ କରିବାକୁ ଦାୟିତ୍ୱ ଦିଆଯାଇଛି। ରାଜ୍ୟ ସରକାର ଏହି ଅର୍ଥକୁ ମନଇଚ୍ଛା ସ୍ଥାନୀୟ ଅଧିବାସୀ ବା ସିଭିଲ ସୋସାଇଟି ସହିତ ପରାମର୍ଶ ନ କରି ଅଣଓଡ଼ିଆ ଠିକାସଂସ୍ଥାଗୁଡ଼ିକୁ ନିଯୁକ୍ତି ଦେଇ ଏହି ଅର୍ଥ ଲୁଟ୍‌ ପାଇଁ ଲାଗିପଡ଼ିଛନ୍ତି ବୋଲି ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଯାଜପୁର ଜିଲାର ସୁକିନ୍ଦା ପ୍ରକଳ୍ପ-୧ ପାଇଁ ୫୪.୮୧ କୋଟି ଓ ସୁକିନ୍ଦା ପ୍ରକଳ୍ପ-୨ ପାଇଁ ୧୦୧.୨୪ କୋଟି ଭାବେ ସମୁଦାୟ ୧୫୬.୦୫ କୋଟି ଟଙ୍କା ମଞ୍ଜୁର ହୋଇ ଏନ୍‌ସିସି ଠିକାସଂସ୍ଥା ଦ୍ୱାରା କାର୍ଯ୍ୟକାରୀ ହେଉଛି। ୨୦୧୯ ଜୁଲାଇରେ ବିଭାଗୀୟ ଯନ୍ତ୍ରୀ ପ୍ରାଧିକରଣ ପକ୍ଷରୁ ସୁକିନ୍ଦା ମେଗା ପାଇପ୍‌ ଜଳଯୋଗାଣ ପ୍ରକଳ୍ପର ନିରୀକ୍ଷଣ କରାଯାଇଥିଲା। ନିରୀକ୍ଷଣରେ ଗୋଟିଏ ଖାତ (ଟ୍ରେଞ୍ଚ୍‌)ରେ ଆବଶ୍ୟକତାଠାରୁ କମ୍‌ ଖୋଳି ପାଇପ୍‌ ବିଛା, ପାଟନାଠାରେ ନିର୍ମାଣାଧୀନ ଇଏସ୍‌ଆର୍‌ ସ୍ତମ୍ଭରେ ସିଧା(ଭର୍ଟିକାଲ) ଭାବେ ନିର୍ମାଣ ନ ହେବା, ନିମ୍ନମାନର ଷ୍ଟିଲ ସାମଗ୍ରୀ ବ୍ୟବହାର ଇତ୍ୟାଦି ଦେଖିବାକୁ ମିଳିଥିଲା। ଏହାପରେ ଇଞ୍ଜିନିୟର୍ସ ଅଥରିଟିର ରିପୋର୍ଟକୁ ଭିତ୍ତିକରି ବିଭାଗୀୟ ଇଞ୍ଜିନିୟର-ଇନ୍‌-ଚିଫ୍‌ ତାଙ୍କ ପତ୍ରସଂଖ୍ୟା ୭୨୨୮/୨୦ା୮ା୨୦୧୯ରେ କଟକ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ସର୍କଲ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ତୁରନ୍ତ ପ୍ରକଳ୍ପ ଅଞ୍ଚଳ ବୁଲି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଏହିକ୍ରମରେ କିଣା ଯାଇଥିବା ଷ୍ଟିଲ ସାମଗ୍ରୀକୁ କଟକ ସେଣ୍ଟ୍ରାଲ ଲାବରେଟୋରି (ଆର ଆଣ୍ଡ ବି) ଏବଂ ଭୁବନେଶ୍ୱର ଆଇଏମ୍‌ଏମ୍‌ଟି ଲାବରୋଟୋରିରେ ପରୀକ୍ଷା କରାଯାଇଥିଲା, ଯାହାର ରିପୋର୍ଟରେ ସେହି ଷ୍ଟିଲ ସାମଗ୍ରୀର ଗୁଣବତ୍ତା ସନ୍ତୋଷଜନକ ଓ ବ୍ୟବହାର ଉପଯୋଗୀ ବୋଲି ଦର୍ଶାଯାଇଥିଲା। ଉକ୍ତ ରିପୋର୍ଟକୁ ଆଧାର କରି ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର ଚିଫ୍‌ ଇଞ୍ଜନିୟର ତାଙ୍କ ପତ୍ରସଂଖ୍ୟା ୭୮୪୨/୧୦ା୪ା୨୦୧୯ରେ ଠିକାସଂସ୍ଥା ଏନସିସିର ସହକାରୀ ଜେନେରାଲ ମ୍ୟାନେଜରଙ୍କୁ ଉକ୍ତ ଷ୍ଟିଲ ସାମଗ୍ରୀକୁ ପୁଣି ବ୍ୟବହାର ହୋଇ ପାରିବ ବୋଲି ନିର୍ଦ୍ଦେଶ ଦେଇଥିଲେ। ଏଥିରେ ବିଭାଗୀୟ ଅଧିକାରୀ ଓ ଠିକାସଂସ୍ଥା ମଧ୍ୟରେ ଏକ ବଡ଼ଧରଣର ମୂଲଚାଲ ହୋଇଥିବା ସେତେବେଳେ ସନ୍ଦେହ ହୋଇଥିଲା। ବର୍ତ୍ତମାନ ପ୍ରକଳ୍ପ-୨ରେ ମଧ୍ୟ ପମ୍ପହାଉସକୁ ୨୪.୪ ମିଟର ଲମ୍ବ ବ୍ରିଜ ନିର୍ମାଣ ତଥା ଅନ୍ୟାନ୍ୟ କାର୍ଯ୍ୟରେ ବ୍ୟାପକ ଅନିୟମିତତା ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଷ୍ଟ୍ରକ୍ଚରାଲ ଡିଜାଇନ ଅନୁସାରେ ବ୍ରିଜର ମଧ୍ୟବର୍ତ୍ତୀ ସ୍ଥାନରେ କୌଣସି ସହାୟତା କାର୍ଯ୍ୟ ହୋଇନାହିଁ। ତେଣୁ ମାଟି ପରୀକ୍ଷା ରିପୋର୍ଟ ଅନୁସାରେ ଉପଯୁକ୍ତ ଭିତ୍ତିଭୂମି ନିର୍ମାଣ କରିବାକୁ ନିର୍ଦ୍ଦେଶ ହୋଇଛି। ଏ ସଂକ୍ରାନ୍ତରେ ଏନ୍‌ସିସିର ପ୍ରକଳ୍ପ ମ୍ୟାନେଜର ଏସ୍‌. କ୍ରିଷ୍ଣାଙ୍କୁ ପଚାରିବାରେ ସେ କହିଛନ୍ତି, ବିଭାଗୀୟ ନିର୍ଦ୍ଦେଶ ଅନୁସାରେ ପୁନଃ କାର୍ଯ୍ୟ କରିବାକୁ ନିଷ୍ପତ୍ତି ହୋଇଛି। ଏଥିପାଇଁ ଜଳ ସମ୍ପଦ ବିଭାଗଠାରୁ ଅନୁମତି ନେବାକୁ ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri