ରାସ୍ତାରେ କାଠ ପକାଇ ଡକାୟତି ଉଦ୍ୟମ, ବର୍ତ୍ତିଲେ ଦମ୍ପତି

ବୁଗୁଡ଼ା,୨୮ା୨(ଡି.ଏନ.ଏ.) ବୁଗୁଡ଼ା ଥାନା ଅନ୍ତର୍ଗତ କରଚୁଲି-ବାଘୁଆ ମଧ୍ୟରେ ଶନିବାର ମଧ୍ୟରାତ୍ରରେ ମୁଖ୍ୟ ରାସ୍ତାରେ କାଠ ପକାଇ ଡକାୟତି ଉଦ୍ୟମ ହୋଇଛି। ଏଥିରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଦମ୍ପତି। କାର ଯୋଗେ ଭୁବନେଶ୍ୱରରୁ ବୁଗୁଡ଼ା ଆସୁଥିବା ବେଳେ ହୋଇଥିଲା ଲୁଟ ଉଦ୍ୟମ।
ଅଭିଯୋଗ ଅନୁସାରେ, ବୁଗୁଡ଼ା ଏନ୍‌ଏସି ବୀର ଧନର୍ଜୟପୁର ଗ୍ରାମର ସୁରେଶ ଚନ୍ଦ୍ର ଦାଶଙ୍କ ପୁଅ ସନ୍ଦୀପ ଓ ବୋହୂ ଅମ୍ରିତା ଶର୍ମା କାର ଯୋଗେ ଆସୁଥିବା ବେଳେ ରାତି ପ୍ରାୟ ସାଢେ ବାରଟାରେ ରାସ୍ତାରେ କାଠ ପଡ଼ିଥିବା ଦେଖି ତାଙ୍କ ଡ୍ରାଇଭର ଗାଡିକୁ ରଖିବା କ୍ଷଣି ୫ ଜଣ ଦୁର୍ବୃତ୍ତ ହାତରେ ଖଣ୍ଡା କାତି ଧରି ଗାଡି ଉପରକୁ ଝପଟି ଆସି ଗାଡିର ଉଭୟ ପଟ ଡୋର କାଚ ଭାଙ୍ଗି ଦେଇଥିଲେ ଏବଂ ଗାଳିଗୁଲଜ କରି ଯାହା ରଖିଛ ଦେଇଦିଅ ବୋଲି ଧମକ ଦେଇଥିଲେ। ତେବେ ଉପସ୍ଥିତ ବୁଦ୍ଧି ଖଟାଇ ରାସ୍ତାରେ ପଡ଼ିଥିବା କାଠଗଣ୍ଡି ଉପରେ ଗାଡି ଚଡାଇ ଡ୍ରାଇଭର ଗାଡିକୁ ଦ୍ରୁତ ଗତିରେ ନେଇ ପଳାଇ ଆସିବାରେ ସକ୍ଷମ ହୋଇଥିଲେ। ଫଳରେ ଏକ ନିଶ୍ଚିତ ଲୁଟ୍‌ରୁ ବର୍ତ୍ତି ଯାଇଛନ୍ତି। ରବିବାର ଏନେଇ ବୁଗୁଡ଼ା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri