ଗୁଣପୁର ପୌର ନିର୍ବାଚନ: ମୋଟ୍‌ ଭୋଟର ୨୨୬୦୮, ମହିଳାଙ୍କ ସଂଖ୍ୟା ୧୧୫୩୩

ଗୁଣପୁର,୨୮ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ପୌରାଞ୍ଚଳ ପାଇଁ ନିର୍ବାଚନ ମାର୍ଚ୍ଚ ୨୪ରେ ହେବ। ଏଥପାଇଁ ଭୋଟର ତାଲିକା ପ୍ରକାଶ ପାଇଛି। ପୌରାଞ୍ଚଳରେ ୧୯ ୱାର୍ଡ ରହିଥିବାବେଳେ ୨୨୬୦୮ ଭୋଟର ଅଛନ୍ତି। ସେଥିମଧ୍ୟରୁ ୧୧,୫୩୩ ମହିଳା ଏବଂ ୧୧,୦୬୩ ପୁରୁଷ ଏବଂ ୧୨ କିନ୍ନର ଭୋଟର ରହିଛନ୍ତି। ୧ ନଂ ୱାର୍ଡରେ ୧୪୩୫, ୨ ନଂ ୱାର୍ଡରେ ୧୪୫୦, ୩ ନଂ ୱାର୍ଡରେ ୧୦୩୨, ୪ ନଂ ୱାର୍ଡରେ ୯୭୪, ୫ନଂ ୱାର୍ଡରେ ୭୬୯, ୬ ନଂ ୱାର୍ଡରେ ୧୧୧୫, ୭ ନଂ ୱାର୍ଡରେ ୧୩୭୭, ୮ ନଂ ୱାର୍ଡରେ ୧୦୮୧, ୯ ନଂ ୱାର୍ଡରେ ୧୧୪୩, ୧୦ ନଂ ୱାର୍ଡରେ ୧୬୮୩, ୧୧ ନଂ ୱାର୍ଡରେ ୮୬୨, ୧୨ ନଂ ୱାର୍ଡରେ ୯୪୭, ୧୩ ନଂ ୱାର୍ଡରେ ୯୪୨, ୧୪ ନଂ ୱାର୍ଡରେ ୭୯୫, ୧୫ ନଂ ୱାର୍ଡରେ ୧୨୯୮, ୧୬ ନଂ ୱାର୍ଡରେ ୧୧୩୧, ୧୭ ନଂ ୱାର୍ଡରେ ୯୬୮, ୧୮ ନଂ ୱାର୍ଡରେ ୨୨୧୩ ଏବଂ ୧୯ ନଂ ଓ୍ବାର୍ଡରେ ୧୩୯୩ ଭୋଟର ରହିଛନ୍ତି। ଏଥିନିମନ୍ତେ ୨୮ ମତଦାନ କେନ୍ଦ୍ର କରାଯାଇଛି। ୨୦୧୧ ଜନଗଣନା ଅନୁଯାୟୀ ଜନସଂଖ୍ୟା ୨୮୮୭୦ ରହିଛି। ନିର୍ବାଚନ ପାଇଁ ମାର୍ଚ୍ଚ ୨ରୁ ୭ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରାଯିବ। ୯ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ୧୪ ତାରିଖ ମଧ୍ୟରେ ନାମାଙ୍କନ ପତ୍ର ପ୍ରତ୍ୟାହାର ହେବ। ଅପରପକ୍ଷେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନିର୍ବାଚନ ନେଇ ତପତ୍ରତା ପ୍ରକାଶ ପାଇଛି। ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, କଂଗ୍ରେସ ଏବଂ ଭାଜପାରେ ଅନେକ ଆଶାୟୀ ରହିଛନ୍ତି। ଏହା ଦଳ ପାଇଁ ମୁଣ୍ଡବ୍ୟଥାର କାରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…

ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି।...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ

ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ।...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ଚାଷ କାମ ପାଇଁ ଯାଇଥିଲେ, ହଠାତ୍‌ ଜଙ୍ଗଲରୁ ମାଡ଼ିଆସିଲା ହାତୀ: ଆଉ ତା’ପରେ ଘଟିଲା…

କଲ୍ୟାଣସିଂହପୁର,୩।୧୨(ଦୀପକ କୁମାର ପରିଡ଼ା): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକର ପାରସାଲୀ ପଞ୍ଚାୟତ ଅଧୀନ ବୁଡୁଣି ଗାଁରେ ବୁଧବାର ସକାଳୁ ହାତୀ ଆକ୍ରମଣରେ ୩୨ ବର୍ଷୀୟ ବାଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri