Posted inଜାତୀୟ

ମଦ ପିଇଲେ ହେବନି ଜେଲ୍‌

ପାଟନା,୨୮।୨: ବିହାରରେ ମଦ ନିଷେଧାଦେଶକୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଣିକି ରାଜ୍ୟରେ ମଦ ପିଇ ଧରାପଡ଼ିଲେ ଯିବାକୁ ପଡ଼ିବନି ଜେଲ୍‌। ଏହା ବଦଳରେ କେବଳ ମଦ ମାଫିଆଙ୍କ ବିଷୟରେ ସୂଚନା ଦେବାକୁ ପଡ଼ିବ। ଏନେଇ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଯଦି ମଦ ମାଫିଆ ଗିରଫ ହୋଇଯା’ନ୍ତି ତେବେ ମଦ୍ୟପାନକାରୀଙ୍କୁ ଆଉ ଜେଲ୍‌ ଯିବାକୁ ପଡ଼ିବ ନାହିଁ। ଏକ୍ସାଇଜ କମିଶନର କାର୍ତ୍ତିକେୟ ଧନଜୀ ଏନେଇ ସୂଚନା ଦେଇଛନ୍ତି। ସୂଚନା ମୁତାବକ ବିହାରର ଜେଲ୍‌ରେ ମଦ୍ୟପାନକାରୀଙ୍କ ସଂଖ୍ୟା ବୃଦ୍ଧି ହେତୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ସୋମବାର ଆୟୋଜିତ ହୋଇଥିବା ଏକ ବୈଠକରେ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି। ଏଥିରେ ବିହାର ପୋଲିସ ଓ ମଦ ନିଷେଧ ବିଭାଗ ସାମିଲ ହୋଇଥିବା ବେଳେ ସେମାନଙ୍କୁ ଏକ ବିଶେଷ କ୍ଷମତା ଦିଆଯାଇଛି। ସୂଚନାଯୋଗ୍ୟ, ୨୦୨୧ ନଭେମ୍ବରରେ ବିହାର ସରକାର ଏକ ଆକଳନ ପ୍ରକାଶ କରିଥିଲେ ଯାହା ଲୋକଙ୍କୁ ଚକିତ କରିଥିଲା। ଜାନୁୟାରୀ ୨୦୨୧ରୁ ଅକ୍ଟୋବର ୨୦୨୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ସ୍ବତନ୍ତ୍ର ଚଢ଼ାଉ କରାଯାଇ ୪୯ହଜାର ୯ଶହ ଲୋକଙ୍କୁ ଗିରଫ କରାଯାଇଥିଲା। ଯେଉଁଥିରେ ମଦ୍ୟପାନକାରୀ ଓ ମଦ ମାଫିଆ ସାମିଲ ଥିଲେ। ଏହି ସମୟରେ ମୋଟ ୩୮ ଲକ୍ଷ ୭୨ ହଜାର ୬୪୫ ଲିଟର ବେଆଇନ ମଦ ଜବତ କରାଯାଇଥିଲା। ଫଳରେ ଜେଲ୍‌ ଓ ବିହାର କୋର୍ଟରେ ନିଷେଧାଦେଶ ମାମଲାଗୁଡ଼ିକର ଭାର ବଢ଼ିଯାଇଥିଲା। ପରେ ଏହି ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ଜାମିନ ଆବେଦନକୁ ନେଇ ଲାଗିଥିବା ଲାଇନ୍‌କୁ ଦେଖି ସୁପ୍ରିମକୋର୍ଟ ମଧ୍ୟ ଚିନ୍ତା ପ୍ରକଟ କରିଥିଲେ। ତେବେ ଆସନ୍ତା ମାର୍ଚ୍ଚ ୮ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବାକୁ ଥିବା ବେଳେ ବିହାର ସରକାର ଗିରଫ ନ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri