ସ୍କୁଲର ପ୍ରଥମ ଦିନରେ କରୋନାର ଅନୁଭୁତି ବଖାଣିଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୨୮।୨(ଡି.ଏନ୍‌.ଏ): ଦୀର୍ଘ ଦୁଇବର୍ଷ ପରେ ପ୍ରଥମରୁ ସପ୍ତମ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସୋମବାର ଶିକ୍ଷା ଅନୁଷ୍ଠାନ ଖୋଲିଛି। ଛାତ୍ରୀଛାତ୍ର ନିଜ ନିଜ ବିଦ୍ୟାଳୟକୁ
ନିୟମିତ ଯାଇ ଅଫଲାଇନରେ ପାଠ ପଢ଼ିବେ, ସାଙ୍ଗସାଥୀଙ୍କ ସହ ଖେଳକୁଦ କରିବେ ନିଜ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଜାଣିବେ ଏଭଳି କିଛି ଚିନ୍ତାଧାରାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ପୂର୍ବରୁ ଅଷ୍ଟମରୁ ଦ୍ୱାଦଶ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲିଥିବା ବେଳେ ପ୍ରଥମରୁ ସପ୍ତମ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଘରେ ରହି ପଢ଼ୁଥିଲେ। ସୋମବାର ଠାରୁ ପ୍ରାଥମିକ ବିଦ୍ୟାଳୟ ଖୋଲିଯାଇଥିଲା। ଫଳରେ କେବଳ ଅଭିଭାବକ କିମ୍ବା ଛାତ୍ରୀଛାତ୍ର ନୁହେଁ ଶିକ୍ଷା ବିଭାଗର ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ଉଚ୍ଚ ପଦାଧିକାରୀଙ୍କ ମଧ୍ୟରେ ମଧ୍ୟ ଉତ୍ସାହ ଦେଖାଯାଇଛି। ଦାରିଙ୍ଗବାଡ଼ି ବିଇଓ ରସାନନ୍ଦ କର, ଏବିଇଓ ତଥା ବିଆରସିସି ସୁବାସିନୀ ଦିଗାଳଙ୍କ ସମେତ ସମସ୍ତ ୨୫ ପଞ୍ଚାୟତର ଦାୟିତ୍ୱରେ ରହିଥିବା ସିଆର୍‌ସିସିମାନେ ନିଜ ବିଦ୍ୟାଳୟକୁ ଯାଇ ଛାତ୍ରୀଛାତ୍ରଙ୍କୁ ଫୁଲ, ଚନ୍ଦନ ଦେଇ ସ୍ବାଗତ କରିଥିଲେ। ଏଥି ପାଇଁ ଏକାଧିକ ବିଦ୍ୟାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା। ଛାତ୍ରୀଛାତ୍ରଙ୍କୁ ଏହି ଦୁଇବର୍ଷ କରୋନା ସମୟରେ ସେମାନେ କିଭଳି ଘରେ ସମୟ ବିତାଉଥିଲେ ସେନେଇ ନିଜ ଅନୁଭୁତି ବଖାଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri