Posted inRasifala

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ
ମନ ଚାହୁଁ ନ ଥିଲେ ମଧ୍ୟ ସମୟ ଓ ପରିସ୍ଥିତିକୁ ନେଇ କୌଣସି ଆଲୋଚନାରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। କାର୍ଯ୍ୟ ହାସଲ ସକାଶେ ଅର୍ଥ ବ୍ୟୟ କରି ଦୁଃଖିତ ହେବେ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଗବେଷଣା, ଆଇନ ଅଦାଲତ ତଥା ପ୍ରଶାସନ କ୍ଷେତ୍ରରେ ସୁଫଳ ପାଇବେ।
ବୃଷ
ବୃଷ
ଆକସ୍ମିକ ପରିସ୍ଥିତି ବଦଳିଯିବା କାରଣରୁ ବନ୍ଧୁମାନଙ୍କର ଆଶାନୁରୂପ ସାହାଯ୍ୟ ପାଇପାରିବେ ନାହିଁ। ଆର୍ଥିକ ସ୍ଥିତି ପ୍ରାୟତଃ ଭଲ ରହିବ ଓ ସେହି ଦିଗରୁ ପ୍ରାୟତଃ ସମସ୍ୟା ରହିବ ନାହିଁ। ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ମିଥୁନ
ମିଥୁନ
ସାମୟିକ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ସୁସ୍ଥ ମାନସିକତା କାରଣରୁ ଜୀବନଚର୍ଯ୍ୟା ମନ୍ଦ ହେବନି। ସ୍ତ୍ରୀ ସମ୍ପର୍କ, ଆର୍ଥିକ, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଆଶାନୁଯାୟୀ ସୁଫଳ ପାଇବେ। ଅଫିସରେ କିମ୍ବା ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିବେ। କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ଭଳି କାମ କରିବା ଠିକ୍‌ ହେବ ନାହିଁ।
କର୍କଟ
କର୍କଟ
ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତି ଦ୍ୱାରା ସ୍ଥଗିତ ରହିଥିବା କାମଟିକୁ ସମ୍ପୂର୍ଣ୍ଣ କରିବେ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ମନେ ମନେ ଭାବୁଥିବା କାମଟି ସକାଶେ କିଛି ସହଯୋଗ ଲାଗି ବନ୍ଧୁଙ୍କ ଆଗରେ ପ୍ରକାଶ କରିପାରିବେ ନାହଁି।
ସି˚ହ
ସି˚ହ
ଆଜି ସକାଳୁ ଆନୁଷ୍ଠାନିକ କାର୍ଯ୍ୟ, ବନ୍ଧୁ, ସହକର୍ମୀ, ପଡ଼ୋଶୀଙ୍କ ପାଇଁ ତ୍ୟାଗ ସ୍ବୀକାର କଲେ ମଧ୍ୟ ସେମାନଙ୍କ ଭୁଲ୍‌ ଧାରଣାକୁ ବଦଳାଇ ପାରିବେ ନାହିଁ। ଆୟ ଅପେକ୍ଷା ଖର୍ଚ୍ଚ ବୃଦ୍ଧି କାରଣରୁ ଚିନ୍ତିତ ହେବେ। ପାରିବାରିକ, ବ୍ୟବସାୟିକ, ସାମାଜିକ, ନୂତନ ପ୍ରକଳ୍ପ, ସମ୍ପର୍କୀୟ ଯୋଜନାକୁ କାର୍ଯ୍ୟକାରୀ କରାଇନେବେ।
କନ୍ୟା
ଆଜିର କର୍ମକ୍ଷେତ୍ରରେ ବିଳମ୍ବିତ ସମୟରେ ଆନୁଷଙ୍ଗିକ ସାହାଯ୍ୟ ଲାଭ କରି ସହଜରେ କାମ ହାସଲ କରିବେ। ବନ୍ଧୁଙ୍କ ସହାୟତାରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବା କଷ୍ଟକର ହେବ। ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାର୍ଯ୍ୟକ୍ରମ ମାନ୍ଦା ହେବ ନାହିଁ।
ତୁଳା
ତୁଳା
ସକାଳୁ ସକାଳୁ ଅର୍ଥ, ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କୀୟ ଚିନ୍ତା କରିବେ। ଅବଶ୍ୟ, ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। ଘରୋଇ କାମ ହାସଲ କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାଧାରଣ ବାଧାପ୍ରାପ୍ତ ହୋଇପାରେ।
ବିଛା
ବିଛା
ଅନ୍ୟମାନଙ୍କୁ ମନେଇ ନିଜ ଆଡ଼କୁ ଆକର୍ଷିତ କରି କାମ ହାସଲ କରିପାରିବେ। ନିକଟ ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। କଳା, ସାହିତ୍ୟ, ସଙ୍ଗୀତାଦି ମନୋରଞ୍ଜନ କାର୍ଯ୍ୟରେ ସଫଳତା ପାଇବେ। ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି।
ଧନୁ
ଧନୁ
ମାନସିକ ଅସ୍ଥିରତା ଥିଲେ ମଧ୍ୟ କଥାବାର୍ତ୍ତାରେ ସତର୍କ ନ ରହିଲେ କଳହ ଲାଗିପାରେ। ଭ୍ରମଣ, ରାଜନୀତି, ପ୍ରଶାସନ, ସଭାସମିତି ପାଇଁ ଦିନଟି ଭଲ। ଅପରାହ୍ନେ କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବେ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ସଫଳତା ହାସଲ କରିବେ।
ମକର
ମକର
ଯାହା ଓ ଯେମିତି ଭାବୁଛନ୍ତି ଆଜି ତାହା ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହ କିମ୍ବା ମନାନ୍ତର ଘଟିବାର ଆଶଙ୍କା ଦେଖାଦେଇପାରେ। ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ପାରିବାରିକ ସମସ୍ୟାକୁ ବଢ଼ାଇ ଦେଇପାରେ। କର୍ମଜଞ୍ଜାଳ ବୃଦ୍ଧି ସାଙ୍ଗକୁ ଦୂରସ୍ଥାନକୁ ଯାତ୍ରା କାର୍ଯ୍ୟକ୍ରମ ନେଇ ଚିନ୍ତିତ ହେବେ।
କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ ଥିବା ବ୍ୟତିକ୍ରମକୁ ନେଇ ଚିନ୍ତିତ ରହିବେ। ପୂର୍ବରାଗକୁ କେନ୍ଦ୍ରକରି ନିଜର ଆମତ୍ୀୟ ଓ ପାଖ ପଡ଼ୋଶୀଙ୍କ ସହ ସମ୍ପର୍କ ମଧ୍ୟ ଭଲ ରହିବ ନାହିଁ। ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
ମୀନମୀନ
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିଲେ ମଧ୍ୟ ପାରିବାରିକ ସହଯୋଗ ମନକୁ ହାଲୁକା ରଖିବ। ପ୍ରତିବେଶୀଙ୍କ ସହ ସୁସମ୍ପର୍କ ରଖିପାରିଲେ ସାହାଯ୍ୟ ସହଯୋଗ ଅବଶ୍ୟ ମିଳିବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ପଛରେ ବିରୁଦ୍ଧାମତ୍କ କଥା କହିପାରନ୍ତି। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ବ୍ୟସ୍ତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri