ସେପ୍ଟେମ୍ବରରେ ଓସିଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ ଅଫିସ,୧ା୩:ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ସୋମବାର ନିଯୁକ୍ତି କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏହି କ୍ୟାଲେଣ୍ଡର ଅନୁଯାୟୀ ୨୦୨୨-୨୩ ଶିକ୍ଷାବର୍ଷରେ ଓପିଏସ୍‌ସି ପକ୍ଷରୁ ହେବାକୁ ଥିବା ନିଯୁକ୍ତି ପରୀକ୍ଷାଗୁଡ଼ିକର ସମୟ ଏବଂ ମାସ ସ୍ଥିର କରାଯାଇଛି। ୨୦୨୨-୨୩ ଶିକ୍ଷାବର୍ଷରେ ୨୨ଟି ପରୀକ୍ଷା, ପରୀକ୍ଷା ଫଳାଫଳ ଓ ସାକ୍ଷାତ୍‌କାର ନେଇ ମାସ ଏବଂ ତାରିଖ ଧାର୍ଯ୍ୟ କରାଯାଇଛି। ଏହି କ୍ୟାଲେଣ୍ଡର ଅନୁଯାୟୀ ଓଡ଼ିିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା-୨୦୨୦ର ସାକ୍ଷାତକାର ଅଗଷ୍ଟରେ ହେବାକୁ ଥିବାବେଳେ ଏହାର ଫଳାଫଳ ସେପ୍ଟେମ୍ବର ମଧ୍ୟରେ ପ୍ରକାଶ ପାଇବ। ସେହିପରି ଓଡ଼ିଶା ସିଭିଲ ସର୍ଭିସ-୨୦୨୧ ପ୍ରିଲିମ ପରୀକ୍ଷା ସେପ୍ଟେମ୍ବର ଓ ଲିଖିତ ପରୀକ୍ଷା ୨୦୨୩ ଜାନୁୟାରୀରେ ହେବ। ସାକ୍ଷାତକାର ୨୦୨୩ ସେପ୍ଟେମ୍ବର କିମ୍ବା ନଭେମ୍ବର ମଧ୍ୟରେ ଅନୁଷ୍ଠିତ ହେବ। ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏସ୍‌ସିଓ) ପରୀକ୍ଷା ନଭେମ୍ବରରେ, ଓଡ଼ିଶା ଜୁଡ଼ିସିଆଲ ସର୍ଭିସ ପ୍ରିଲିମ ପରୀକ୍ଷା ମାର୍ଚ୍ଚ ୭ରେ ହେବାକୁ ଥିବା ବେଳେ ଲିଖିତ ଏବଂ ସାକ୍ଷାତକାର ଜୁନ ଓ ସେପ୍ଟେମ୍ବରରେ ହେବ। ଓଡ଼ିଶା ଏଜୁକେଶନ ସର୍ଭିସ (ବି) ପରୀକ୍ଷା ଡିସେମ୍ବରରେ ହେବ ବୋଲି ଉକ୍ତ କ୍ୟାଲେଣ୍ଡରରେ ଉଲ୍ଲେଖ ରହିଛି। ଯଦି ସବୁ ପରିସ୍ଥିତି ଠିକ ରହେ ତେବେ ଧାର୍ଯ୍ୟ ମାସ ଓ ତାରିଖରେ ଓପିଏସ୍‌ସି ପକ୍ଷରୁ ଉକ୍ତ ପରୀକ୍ଷାଗୁଡ଼ିକ କରାଯିବ। ସେଥିରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଓପିଏସ୍‌ସି ସେକ୍ରେଟାରି ଅଶୋକ କୁମାର ଦାସ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri