Posted inଖେଳ

୧୦୦ତମ ଟେଷ୍ଟରେ ଶତକ ମାରନ୍ତୁ ବୋଲି ପ୍ରାର୍ଥନା

ନୂଆଦିଲ୍ଲୀ,୧।୩: ଶ୍ରୀଲଙ୍କା ବିପକ୍ଷରେ ମୋହାଲିରେ ମାର୍ଚ୍ଚ ୪ରୁ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଖେଳିବ ଭାରତ। ଏହା ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଲାଗି ବେଶ ଗୁରୁତ୍ୱପୂର୍ଣ୍ଣ। କାରଣ ଏହା ତାଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ମ୍ୟାଚ୍‌। ବିରାଟଙ୍କ ବ୍ୟତିତ ତାଙ୍କ ପ୍ରଶଂସକମାନେ ଏହି ମୁକାବିଲାକୁ ଅପେକ୍ଷା କରି ରହିଛନ୍ତି। ଶତକ ହାସଲ କରି ବିରାଟ ଏହି ଦିନକୁ ସ୍ମରଣୀୟ କରିଦିଅନ୍ତୁ ବୋଲି ପ୍ରଶଂସକ ଚାହୁଁଛନ୍ତି।

ଶେଷଥର ପାଇଁ ୨୦୧୯ ନଭେମ୍ବର ୨୨ରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଦିବାରାତ୍ର ମ୍ୟାଚ୍‌ରେ ଶତକ ମାରିଥିଲେ ବିରାଟ। ତାଙ୍କ ଟେଷ୍ଟ କ୍ୟାରିୟରର ଏହା ୨୭ତମ ଶତକ ଥିଲା। ଏହାପରଠାରୁ ଖରାପ ଫର୍ମକୁ ନେଇ ଚର୍ଚ୍ଚାରେ ଅଛନ୍ତି ସେ। ଗତ ତିନି ବର୍ଷ ଧରି ତାଙ୍କ ବ୍ୟାଟ୍‌୍‌ରୁ ଶତକ ବାହାରି ନାହିଁ। ଏପରି ସ୍ଥିତିରେ ପୁଣି ଥରେ ସେ ନିଜ ଫର୍ମକୁ ଫେରି ଶତକ ହାସଲ କରନ୍ତୁ ବୋଲି ପ୍ରଶଂସକମାନେ ପ୍ରାର୍ଥନା କରୁଥିବା ଦେଖାଯାଇଛି।

ଏଯାବତ ବିରାଟ ମୋଟ ୭୦ ଅନ୍ତର୍ଜାତୀୟ ଶତକ ମାରିଛନ୍ତି। ଏଥିରେ ୪୩ ଦିନିକିଆ ଶତକ ରହିଥିବା ବେଳେ ସେ ସର୍ବାଧିକ ଶତକ ମାରିଥିବା କ୍ରିକେଟର ତାଲିକାରେ ସେ ତୃତୀୟ ସ୍ଥାନରେ ଅଛନ୍ତି। ଏହି ତାଲିକା ଶୀର୍ଷରେ ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର(୧୦୦ ଶତକ) ଏବଂ ଦ୍ୱିତୀୟ ସ୍ଥାନରେ ଅଷ୍ଟ୍ରେଲିଆର ପୂର୍ବ ଅଧିନାୟକ ରିକି ପଣ୍ଟିଂ(୭୧) ଅଛନ୍ତି। ଯଦି ବିରାଟ ମୋହାଲି ଟେଷ୍ଟରେ ଶତକ ମାରିବାରେ ସଫଳ ହୁଅନ୍ତି ତେବେ ସେ ରିକି ପଣ୍ଟିଂଙ୍କ ରେକର୍ଡର ସମକକ୍ଷ ହୋଇଯିବେ। ଏହାଛଡ଼ା ଏହି ଉପଲବ୍ଧି ହାସଲ କରିଥିବା ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ସେ ପାଲଟିବେ। ସାରା ବିଶ୍ୱରେ ମୋଟ ୭୦ ଖେଳାଳି ୧୦୦ତମ ଟେଷ୍ଟ ଖେଳିଥିବା ବେଳେ କେବଳ ୯ଜଣ ଏଥିରେ ଶତକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri