କାର୍ଯ୍ୟକ୍ଷମ ହେବ ପାଟବୁଣା ତାଲିମ ଓ ବିକ୍ରୟ କେନ୍ଦ୍ର

ବ୍ରହ୍ମପୁର ଅଫିସ,୩ା୩: ବ୍ରହ୍ମପୁର ବ୍ରହ୍ମପୁର ମହାନଗର ନିଗମ (ବିଏମସି) ପକ୍ଷରୁ ବାଲୁଙ୍କେଶ୍ୱର ମନ୍ଦିର ସମ୍ମୁଖରେ ନବନିର୍ମିତ ପାଟବୁଣା ତାଲିମ ଓ ବିକ୍ରୟ କେନ୍ଦ୍ର ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଏ ନେଇ ବିଏମ୍‌ସି କମିଶନର ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ସୂଚନା ଦେଇଛନ୍ତି। ଏଥିରେ ୧୦ଟି ସ୍ବୟଂ ସହାୟକ ଗୋଷ୍ଠୀ ନିୟୋଜିତ ରହିବେ। ବର୍ତ୍ତମାନ ବୁଣାକାର ଯନ୍ତ୍ର ସ୍ଥାପନ କରାଯାଇଛି। ଏହି କେନ୍ଦ୍ର ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ସେ କହିଛନ୍ତି। ସୂଚନା ଥାଉ କି, ବ୍ରହ୍ମପୁର ସହରରେ ଅନେକ ପାଟ ବୁଣାକାର ରହିଛନ୍ତି। କିନ୍ତୁ ପାଟ ବୁଣିବା ପାଇଁ ଉତ୍ତମ ଭିତ୍ତିଭୂମିର ଅଭାବ ସହ ଆବଶ୍ୟକ ଯନ୍ତ୍ରପାତି ନାହିଁ। ଫଳରେ ବୁଣାକାରମାନେ ସୀମିତ ଭିତ୍ତିଭୂମିରେ ପାଟ ବୁଣୁଛନ୍ତି। ଏହି ବୁଣାକାରଙ୍କୁ ଭିତ୍ତିଭୂମି ଯୋଗାଇବା, ତାଲିମ ପ୍ରଦାନ ଓ ବିକ୍ରୟ କେନ୍ଦ୍ର ସ୍ଥାପନ ପାଇଁ ବୁଣାକାରମାନେ ଦୀର୍ଘ ଦିନ ଧରି ଦାବି କରିଆସୁଥିଲେ। ଫଳରେ ବିଏମ୍‌ସି ପକ୍ଷରୁ ବାଲୁଙ୍କେଶ୍ୱର ମନ୍ଦିର ସମ୍ମୁଖରେ ୧ କୋଟି ୮୨ ଲକ୍ଷ ଟଙ୍କା ବ୍ୟୟରେ ପାଟ ବୁଣା କେନ୍ଦ୍ର ନିର୍ମିତ ହୋଇଥିଲା। ଯେଉଁଠାରେ ଆବଶ୍ୟକ ପାଟବୁଣା ଯନ୍ତ୍ର ଓ ଅନ୍ୟାନ୍ୟ ସାମଗ୍ରୀ ଯୋଗାଇବା ନିମନ୍ତେ ଯୋଜନା ହୋଇଥିଲା। ଯାହାକୁ ୨୦୨୧ ଡିସେମ୍ବର ୧୨ରେ ମୁଖ୍ୟମନ୍ତ୍ରୀ ଅନ୍‌ଲାଇନରେ ଉଦ୍‌ଘାଟନ କରିଥିଲେ। ଏହାପରେ ଜାନୁୟାରୀ ୭ରେ ବ୍ରହ୍ମପୁର ବିଧାୟକ ଓ ବିଏମ୍‌ସି କମିଶନରଙ୍କ ଦ୍ୱାରା ଲୋକାର୍ପଣ କରାଯାଇଥିଲା। କିନ୍ତୁ ଉଦ୍‌ଘାଟନର ଦେଢ ମାସ ପରେ ପାଟ ବୁଣାକାର କେନ୍ଦ୍ର କାର୍ଯ୍ୟକ୍ଷମ ହୋଇପାରି ନ ଥିଲା। ଫଳରେ ପାଟ ବୁଣାକାରଙ୍କ ମଧ୍ୟରେ ନିରାଶାଭାବ ଦେଖିବାକୁ ମିଳିଥିଲା। ଯାହାକୁ ନେଇ ଗଞ୍ଜାମ ଜିଲାପାଳ ଗସ୍ତ କରି ଏହାକୁ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ବର୍ତ୍ତମାନ ବିଏମ୍‌ସି ତପତ୍ରତା ପ୍ରକାଶ କରି ପାଟବୁଣା କେନ୍ଦ୍ର ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବା ନେଇ ପଦକ୍ଷେପ ଗ୍ରହଣ କରିଥିବା ଜଣାପଡିଛି। ଯାହାଦ୍ୱାରା ସ୍ବୟଂ ସହାୟକ ଗୋଷ୍ଠୀ ଉପକୃତ ହେବା ନେଇ ମତପ୍ରକାଶ ପାଇଛି। ଅନ୍ୟପଟେ ବ୍ରହ୍ମପୁର ପାଟ ହାତବୁଣାକାର କଲ୍ୟାଣ ସଂଘ ପକ୍ଷରୁ ବୁଣାକାରଙ୍କ ନିମନ୍ତେ ଯୋଜନା, ସ୍ବାସ୍ଥ୍ୟ ବୀମା ପାଇଁ ସଂଘ ପକ୍ଷରୁ ଦାବି ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri