ଶିକ୍ଷାନୁଷ୍ଠାନ ପୃଥକୀକରଣ ପ୍ରସ୍ତୁତି

ଢେଙ୍କାନାଳ ଅଫିସ, ୪।୩ – ଢେଙ୍କାନାଳ ଜିଲାରେ ପ୍ରସ୍ତାବିତ ଶିକ୍ଷାନୁଷ୍ଠାନ ପୃଥକୀକରଣ କାର୍ଯ୍ୟ ଲାଗି ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଜିଲା ସଦ୍‌ଭାବନା ଗୃହରେ ଗୁରୁବାର ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ ଢେଙ୍କାନାଳ ଜିଲା ଶିକ୍ଷାର ହବ୍‌ ହେବାକୁ ଯାଉଛି। ଜିଲା ପ୍ରଶାସନ ପକ୍ଷରୁ ଶିକ୍ଷାର ଉନ୍ନତି ଲାଗି ବହୁବିଧ ପଦକ୍ଷେପ ନିଆଯାଉଛି। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଗୋଟିଏ କଲେଜ ପରିସରରେ ଥିବା ଡିଗ୍ରୀ କଲେଜ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକୁ ପୃଥକୀକରଣ କରାଯିବ। ଏଥିଲାଗି ଆବଶ୍ୟକ ପଦକ୍ଷେପ ନେବା ସହିତ ସହଯୋଗ କରିବାକୁ ଜିଲାପାଳ ବୈଠକରେ ଉପସ୍ଥିତ ଡିଗ୍ରୀ ମହାବିଦ୍ୟାଳୟ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ନିବେଦନ କରିଛନ୍ତି।
ସମ୍ମିଶ୍ରିତ ମହାବିଦ୍ୟାଳୟରେ ଥିବା ଡିଗ୍ରୀ କଲେଜ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜମି, ଶ୍ରେଣୀଗୃହ, ପ୍ରୟୋଗଶାଳା, ପାଠାଗାରଗୁଡ଼ିକର ପୃଥକୀକରଣ ହେବ। ଶିକ୍ଷାନୁଷ୍ଠାନର ନିଜସ୍ବ ଜମିପଟ୍ଟା ଲାଗି ଆବେଦନ କରାଯିବ। ବିଦ୍ୟୁତ୍‌ ସଂଯୋଗ ସାଙ୍ଗକୁ ଇଣ୍ଟରନେଟ୍‌ ସୁବିଧା କରାଯିବ। ଆବଶ୍ୟକ ସୌନ୍ଦର୍ଯ୍ୟକରଣ, ଆପ୍ରୋଚ୍‌ ରୋଡ୍‌ ନିର୍ମାଣକୁ ଗୁରୁତ୍ୱ ଦିଆଯିବ। ଏସବୁ କାର୍ଯ୍ୟ ସୁଚାରୁରୁପେ କାର୍ଯ୍ୟକାରୀ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ବୈଠକରେ ଉତ୍ତରାଞ୍ଚଳ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ବିକାଶ ଚନ୍ଦ୍ର ଜେନା, ଜିଲା ଶିକ୍ଷାଧିକାରୀ ନିବେଦିତା ପାଣି, ବିଭିନ୍ନ କଲେଜର ଅଧ୍ୟକ୍ଷଙ୍କ ସମେତ ଶିକ୍ଷା ବିଭାଗର ପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri