୬ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୫।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୬ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୫ ହଜାର ୯୨୧ ରେ ପହଞ୍ଚିଛି। ଦେଶରେ କରୋନାରେ ଏହି ସମୟ ମଧ୍ୟରେ ୨୮୯ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ୧୧ ହଜାର ୬୫୧ ଜଣ ସୁସ୍ଥ ହୋଇଛନ୍ତି।

ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୬୩ ହଜାର ୮୭୮ ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୪ ହଜାର ୮୭୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୯ ଲକ୍ଷ ୫୭ ହଜାର ୪୭୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୩ ଲକ୍ଷ ୭୮ ହଜାର ୭୨୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୮ କୋଟି ୬୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୭ କୋଟରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୨,୧୯୦ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୫୨୫ ରେ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri