ଭୋଟ ଗ୍ରହଣ ପରେ ସୁରକ୍ଷିତ ରହିବ ଇଭିଏମ୍‌

ଭୁବନେଶ୍ୱର,୭ା୩(ବ୍ୟୁରୋ): ରାଜ୍ୟର ପୌର ସଂସ୍ଥାଗୁଡ଼ିକରେ ହେବାକୁ ଥିବା ନିର୍ବାଚନର ଭୋଟଗ୍ରହଣ ପରେ ଇଭିଏମ୍‌ଗୁଡ଼ିକୁ ସୁରକ୍ଷିତ ରଖାଯିବ। ଏଥିଲାଗି ଷ୍ଟ୍ରଙ୍ଗରୁମ୍‌ ସ୍ଥାପନ, ନିର୍ବାଚନ ସମୟରେ ଓ ଭୋଟଗ୍ରହଣ ପରେ ଗଣତି ପାଇଁ ଷ୍ଟ୍ରଙ୍ଗରୁମ୍‌ ଖୋଲିବା ଏବଂ ବନ୍ଦ କରିବାକୁ ରାଜ୍ୟ ନିର୍ବାଚନ କମିଶନ(ଏସ୍‌ଇସି) ଏସ୍‌ଓପି ସ୍ଥିର କରିଛନ୍ତି। ଏହାକୁ ସମସ୍ତ ନିର୍ବାଚନ ଅଧିକାରୀ ଠିକ୍‌ ଭାବେ ପାଳନ କରିବାକୁ ଏସ୍‌ଇସି ରବିବାର ନିର୍ଦ୍ଦେଶ ଦେଇଛନ୍ତି। ପ୍ରତ୍ୟେକ ପୌରପରିଷଦ ୩ ପ୍ରକାରର ଷ୍ଟ୍ରଙ୍ଗରୁମ୍‌ ସ୍ଥାପନ କରିବେ। କାଉନ୍‌ସିଲର/କର୍ପୋରେଟର ପଦବୀ, ଅଧ୍ୟକ୍ଷ/ମେୟର ପଦବୀ ଏବଂ ସଂରକ୍ଷିତ ଇଭିଏମ୍‌ ରଖିବା ଲାଗି ଏହିପରି ୩ଟି ଷ୍ଟ୍ରଙ୍ଗରୁମ୍‌ ସ୍ଥାପନ କରାଯିବ। ଯଦି ଗୋଟିଏ ପ୍ରକାରର ଷ୍ଟ୍ରଙ୍ଗରୁମ୍‌ରେ ସମସ୍ତ ଇଭିଏମ୍‌କୁ ରଖିବାକୁ ସ୍ଥାନ ଅଭାବ ଦେଖାଯାଏ ତେବେ ଅନ୍ୟ ଏକ ଷ୍ଟ୍ରଙ୍ଗରୁମ୍‌ରେ ସବୁ ରଖାଯିବ। ସେହି ଷ୍ଟ୍ରଙ୍ଗରୁମ୍‌ର ପ୍ରବେଶ ଦ୍ୱାରରେ ଠିକ୍‌ ଭାବେ ଚିହ୍ନଟ କରାଯିବ।
ପ୍ରତ୍ୟେକ ଷ୍ଟ୍ରଙ୍ଗରୁମ୍‌କୁ ଯିବା ଆସିବା ପାଇଁ ଗୋଟିଏ ମାତ୍ର ଦ୍ୱାର ବା ପ୍ରବେଶ ପଥ ରହିବ। ଯଦି ଷ୍ଟ୍ରଙ୍ଗରୁମ୍‌ରେ ପୂର୍ବରୁ ଝରକା କିମ୍ବା ଏକାଧିକ ଦ୍ୱାର ଥାଏ ତେବେ ସେଗୁଡ଼ିକୁ ଇଟା ଦ୍ୱାରା ଠିକ୍‌ ଭାବେ ସିଲ୍‌୍‌ କରିଦିଆଯିବ। ଷ୍ଟ୍ରଙ୍ଗରୁମ୍‌ ଭିତରେ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯାଇ ଷ୍ଟ୍ରଙ୍ଗରୁମ୍‌ ବାହାରେ ମେନ୍‌ସୁଇଚ୍‌ ରହିବ। ନିର୍ବାଚନ କମିଶନଙ୍କ ଦ୍ୱାରା ନିର୍ଦ୍ଧାରିତ ନିର୍ବାଚନ ସାମଗ୍ରୀ ଓ ଦସ୍ତାବିଜ୍‌ ମତଦାନ ସଂଗୃହୀତ ହୋଇଥିବା ଇଭିଏମ୍‌ ସହ ଷ୍ଟ୍ରଙ୍ଗରୁମ୍‌ରେ ରହିବ। ଷ୍ଟ୍ରଙ୍ଗରୁମ୍‌ରେ ଇଭିଏମ୍‌ଗୁଡ଼ିକୁ ଗଚ୍ଛିତ କରି ରଖିବା ପୂର୍ବରୁ ନିର୍ବାଚନ ଅଧିକାରୀମାନେ ଷ୍ଟ୍ରଙ୍ଗରୁମ୍‌ ନିର୍ମାଣ କରିଥିବା କର୍ତ୍ତୃପକ୍ଷଙ୍କଠାରୁ ଷ୍ଟ୍ରଙ୍ଗରୁମ୍‌ର ସ୍ଥାୟିତ୍ୱ ଓ ଗୁଣବତ୍ତା ସମ୍ପର୍କିତ ଏକ ପ୍ରମାଣପତ୍ର ଆଣି ନିଜ ପାଖରେ ରଖିବେ। ଷ୍ଟ୍ରଙ୍ଗରୁମ୍‌ଗୁଡ଼ିକର ସୁରକ୍ଷା ଓ ନିରାପତ୍ତା ନିମନ୍ତେ ଡବଲ ଲକ୍‌ ବ୍ୟବସ୍ଥା କରାଯାଇ ୨ଟି ଚାବିକୁ ଅଲଗା ଅଲଗା ୨ଜଣ ଅଧିକାରୀଙ୍କ ଦାୟିତ୍ୱରେ ରଖାଯିବ। ଗୋଟିଏ ଚାବି ନିର୍ବାଚନ ଅଧିକାରୀ ଏବଂ ଅନ୍ୟଟି ଜିଲା କୋଷାଗାର ଅଧିକାରୀ କିମ୍ବା ଉପକୋଷାଗାର ଅଧିକାରୀ କିମ୍ବା ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍‌ଙ୍କ ଦ୍ୱାରା ପ୍ରାଧିକୃତ ଅଧିକାରୀଙ୍କ ନିକଟରେ ରଖାଯିବ। ଷ୍ଟ୍ରଙ୍ଗରୁମ୍‌ଗୁଡ଼ିକୁ ସଶସ୍ତ୍ର ପୋଲିସଫୋର୍ସ ଦ୍ୱାରା ୨୪ ଘଣ୍ଟିଆ ସୁରକ୍ଷା ଦିଆଯିବ। ଇଭିଏମ୍‌ କମିଶନିଂ ଦିନଠାରୁ ଭୋଟଗଣତି ପର୍ଯ୍ୟନ୍ତ ଷ୍ଟ୍ରଙ୍ଗରୁମ୍‌ଗୁଡ଼ିକରେ ସିସିଟିଭି ସହ ଡିଜିଟାଲ ଭିଡିଓ ରେକର୍ଡର ଲଗାଯିବ। ପ୍ରାର୍ଥୀ କିମ୍ବା ତାଙ୍କର ପ୍ରାଧିକୃତ ପ୍ରତିନିଧିଙ୍କୁ ଷ୍ଟ୍ରଙ୍ଗରୁମ୍‌ ଖୋଲିବା/ବନ୍ଦ କରିବା ସମୟରେ ଉପସ୍ଥିତ ରହିବା ପାଇଁ ଅନୁମତି ଦେବା ସହ ଏହାର ସମ୍ପୂର୍ଣ୍ଣ ଭିଡିଓଗ୍ରାଫି କରାଯିବ ବୋଲି ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।
ଇଭିଏମ୍‌ଗୁଡ଼ିକୁ କମିଶନିଂ କରିବା ପୂର୍ବରୁ ଲିଖିତ ଭାବେ ତାହାର ସ୍ଥାନ, ସମୟ ଓ ତାରିଖ ସମ୍ପର୍କରେ ସମସ୍ତ ପ୍ରାର୍ଥୀଙ୍କୁ ଜଣାଇ ଦିଆଯିବ। ଯାହାଦ୍ୱାରା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀ କିମ୍ବା ତାଙ୍କର ପ୍ରାଧିକୃତ ପ୍ରତିନିଧିମାନେ ଇଭିଏମ୍‌ କମିଶନିଂ ସମୟରେ ଉପସ୍ଥିତ ରହିବେ। ଇଭିଏମ୍‌ଗୁଡ଼ିକୁ ୨ଟି ଭିନ୍ନଭିନ୍ନ ଷ୍ଟ୍ରଙ୍ଗରୁମ୍‌ରେ ରଖାଯିବ। ବିଜ୍ଞାପିତ ଅଞ୍ଚଳ ପରିଷଦ/ମୁନିସିପାଲିଟିର କାଉନ୍‌ସିଲର ଓ ଅଧ୍ୟକ୍ଷ ନିର୍ବାଚନ ନିମନ୍ତେ ଗୋଟିଏ ଷ୍ଟ୍ରଙ୍ଗରୁମ୍‌ ଏବଂ ମହାନଗର ନିଗମର କର୍ପୋରେଟର ସହ ମେୟର ନିର୍ବାଚନ ନିମନ୍ତେ ଅନ୍ୟ ଗୋଟିଏ ଷ୍ଟ୍ରଙ୍ଗରୁମ୍‌ରେ ଇଭିଏମ୍‌ଗୁଡ଼ିକୁ ରଖାଯିବ। କେଉଁ ଷ୍ଟ୍ରଙ୍ଗରୁମ୍‌ରେ କେଉଁ ପ୍ରାର୍ଥୀଙ୍କ ପାଇଁ ଇଭିଏମ୍‌ ରହିଛି, ଷ୍ଟ୍ରଙ୍ଗରୁମ୍‌ ବାହାରେ ଠିକ୍‌ ଭାବେ ଚିହ୍ନିତ କରାଯିବ। ଅନ୍ୟ ଏକ ଷ୍ଟ୍ରଙ୍ଗରୁମ୍‌ରେ ଅବ୍ୟବହୃତ ଓ ଖରାପ ହୋଇଥିବା ଇଭିଏମ୍‌ଗୁଡ଼ିକୁ ଅନ୍ୟ ଗୋଟିଏ ସଂରକ୍ଷିତ ଷ୍ଟ୍ରଙ୍ଗରୁମ୍‌ରେ ରଖାଯିବାକୁ ନିର୍ଦ୍ଦେଶ ରହିଛି। ଭୋଟଗ୍ରହଣ ପରେ ଇଭିଏମ୍‌ଗୁଡ଼ିକୁ କଡ଼ା ସୁରକ୍ଷା ମଧ୍ୟରେ ଅଣାଯାଇ ଷ୍ଟ୍ରଙ୍ଗରୁମ୍‌ ଭିତରେ କ୍ରମିକ ସଂଖ୍ୟାନୁସାରେ ନିର୍ଦ୍ଦିଷ୍ଟ ବୁଥ୍‌ ନିମନ୍ତେ ଚିହ୍ନଟ ହୋଇଥିବା ବର୍ଗାକାର ମଧ୍ୟରେ ରଖାଯିବ। ଯଦି ଷ୍ଟ୍ରଙ୍ଗରୁମ୍‌ର ପ୍ରବେଶ ପଥ ଦୃଶ୍ୟମାନ ହେଉ ନ ଥିବ ତେବେ ସିସିଟିଭିର ବ୍ୟବସ୍ଥା କରାଯିବ। କଣ୍ଟ୍ରୋଲ ୟୁନିଟ୍‌ଗୁଡ଼ିକୁ ନିର୍ବାଚନ ପିଟିଶନ୍‌ ସମୟ ଅର୍ଥାତ୍‌ ଭୋଟଗଣତି ଓ ଫଳାଫଳ ଘୋଷଣାର ୪୫ ଦିନ ପର୍ଯ୍ୟନ୍ତ ଷ୍ଟ୍ରଙ୍ଗରୁମ୍‌ରେ ସୁରକ୍ଷିତ ଭାବେ ରଖିବା ନିମନ୍ତେ ନିର୍ବାଚନ କମିଶନ ସମସ୍ତ ଜିଲାପାଳଙ୍କୁ ନର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri