ଆମେ କ୍ଷମା କରିବୁନି, ଆମେ ଭୁଲିବୁନି: ଜେଲେନ୍‌ସ୍କି

କ୍ୱିଭ,୭ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ କମ୍ ହେବା ପରିବର୍ତ୍ତେ ବଢି ବଢି ଚାଲିଛି । ଦେଶରେ ବହୁ ପରିମାଣରେ ଧନ ଜୀବନ କ୍ଷୟକ୍ଷତି ହେଲାଣି । ଏହାପରେ ବି ରୁଷିଆ ଆକ୍ରମଣ ଜାରି ରଖିଛି ଆଉ ୟୁକ୍ରେନ୍ ଏହାର ପାଲଟା ଜବାବ ଦେଉଛି । ଏହାରି ଭିତରେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନ୍‌ସ୍କି କହିଛନ୍ତି ଆମେ ଏହାକୁ ଭୁଲିବୁନି, ଆମେ କ୍ଷମା କରିବୁନି । ୟୁକ୍ରେନରେ ରବିବାର ଗୋଟିଏ ପରିବାରର ୪ ସଦସ୍ୟ ଅର୍ଥାତ୍ ମାତା-ପିତା ଓ ୨ ସନ୍ତାନଙ୍କ ମୃତ୍ୟୁ ହେବା ଜେଲେନ୍‌ସ୍କିଙ୍କୁ ମର୍ମାହତ କରିଛି । ସେ କହିଛନ୍ତି ଆଜି ଇରପିନରେ ଗୋଟିଏ ପରିବାରର ୪ ଜଣଙ୍କ ଜୀବନ ଯାଇଛି । କାରଣ ଏମାନେ ସହର ଛାଡିବାକୁ ପ୍ରୟାସ କରୁଥିଲେ । ଆମେ କେବେ କ୍ଷମା କରିବୁନି, କେବେ ଏହାକୁ ଭୁଲିବୁନି । ଇରପିନରେ ଆଜି ୮ ଜଣଙ୍କ ମୃତ୍ୟୁ ହୋଇଛି । ଆମ ଲୋକ ସେହିମାନଙ୍କୁ ଖୋଜି ବାହାର କରିବେ ଯେଉଁମାନେ ଆମ ସହରରେ ଗୁଳିମାଡ କରିଛନ୍ତି, ଯେଉଁମାନେ ମିଶାଇଲ ଆକ୍ରମଣର ଶୁଟିଂ କରୁଥିଲେ ଆଉ ଯେଉଁମାନେ ନିର୍ଦ୍ଦେଶ ଦେଉଥିଲେ । ସେ କହିଛନ୍ତି ଏହି ସହରରେ ଏକ କବର ବ୍ୟତୀତ ଆପଣଙ୍କ ପାଖରେ ଏକ ଶାନ୍ତ ସ୍ଥାନ ରହିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri