Posted inଖେଳ

ସୁଯୋଗ ପାଇବା ପୂର୍ବରୁ ବାଦ୍‌ ପଡ଼ିଲେ

ମୋହାଲି,୭।୩: ଭାରତୀୟ ମ୍ୟାନେଜମେଣ୍ଟ ଚାଇନାମ୍ୟାନ୍‌ ସ୍ପିନର କୁଲଦୀପ ଯାଦବଙ୍କୁ ଦଳରୁ ରିଲିଜ କରିଛି। ଅଲରାଉଣ୍ଡର ଅକ୍ଷର ପଟେଲ ସମ୍ପୂର୍ଣ୍ଣ ଫିଟ୍‌ ହେବା ପରେ ଏଭଳି ନିଷ୍ପତ୍ତି ନେଇଛି ଟିମ୍‌ ମ୍ୟାନେଜମେଣ୍ଟ। ବାମହାତୀ ଅଲରାଉଣ୍ଡର ମୋହାଲିଠାରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ବେଳେ ଭାରତୀୟ ଦଳରେ ଯୋଗ ଦେଇଥିଲେ।

ତେବେ କୁଲଦୀପ(୨୭)ଙ୍କୁ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଲାଗି ଅକ୍ଷର(୨୮)ଙ୍କ ବ୍ୟାକ୍‌ ଅଫ୍‌ ଖେଳାଳି ଭାବେ ଦଳରେ ସାମିଲ କରାଯାଇଥିଲା। ଏଣୁ ଅକ୍ଷର ସମ୍ପୂର୍ଣ୍ଣ ଫିଟ୍‌ନେସ ହାସଲ କରିସାରିବା ପରେ ଦଳରେ କୁଲଦୀପଙ୍କ ଆବଶ୍ୟକତା ନ ଥିବା ଟିମ୍‌ ମ୍ୟାନେଜମେଣ୍ଟ ଅନୁଭବ କରିଥିଲା। ୧୮ ଜଣିଆ ଭାରତୀୟ ଦଳରେ ଏମାନଙ୍କ ବ୍ୟତୀତ ରବିଚନ୍ଦ୍ରନ ଅଶ୍ୱିନ, ଜୟନ୍ତ ଯାଦବ ଓ ରବୀନ୍ଦ୍ର ଜାଡେଜାଙ୍କ ଭଳି ସ୍ପିନର ଅଛନ୍ତି। ଉଲ୍ଲେଖଯୋଗ୍ୟ, ଅହମ୍ମଦାବାଦ ଖେଳାଳି ଗତ ବର୍ଷ ଡିସେମ୍ବରରେ ନ୍ୟୁଜିଲାଣ୍ଡ ବିପକ୍ଷ ମୁମ୍ବାଇ ଟେଷ୍ଟ ପରଠାରୁ ଆହତ ସମସ୍ୟା କାରଣରୁ ଜାତୀୟ ଦଳରୁ ବାଦ୍‌ ପଡ଼ିଥିଲେ। ଏବେ ଉପଲବ୍ଧ ଥିବାରୁ ତାଙ୍କୁ ବାଙ୍ଗାଲୁରୁ ଟେଷ୍ଟରେ ସ୍ଥାନ ମିଳିପାରେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri