Posted inଖେଳ

ସମସ୍ତଙ୍କ ହୃଦୟ ଜିତିଲେ ମନ୍ଧାନା

ଖ୍ରୀଷ୍ଟଚର୍ଚ୍ଚ,୮।୩: ଭାରତୀୟ ମହିଳା କ୍ରିକେଟ ଟିମ ଚଳିତ ଆଇସିସି ମହିଳା ବିଶ୍ୱକପରେ ଜବରଦସ୍ତ ଆରମ୍ଭ କରିଛି। ଭାରତ ତା’ର ପ୍ରଥମ ମ୍ୟାଚରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୧୦୭ ରନର ପରାସ୍ତ କରିଛି। ପଡିଆ ଭିତରେ ଦମଦାର ପ୍ରଦର୍ଶନ ପରେ ଟିମ ଇଣ୍ଡିଆ ଏକ ଭଲ କାମ କରି ସମସ୍ତଙ୍କ ହୃଦୟ ଜିତିଛି। ମ୍ୟାଚ ଜିତିବା ପରେ ଭାରତୀୟ ଖେଳାଳିମାନେ ପାକିସ୍ତାନ ଟିମର କ୍ୟାପଟେନ ବିସମା ମାରୁଫଙ୍କ ଝିଅଙ୍କ ସହ ଖୁବ ସମୟ ବିତାଇଥିଲେ, ଯାହାର ଫଟୋ ଓ ଭିଡିଓ ସୋଶାଲ ମିଡିଆରେ ଶେୟାର୍‌ ହୋଇଛି। ଏହି ଫଟୋ ଦେଖି ସମସ୍ତେ ଭାରତୀୟ ଦଳକୁ ପ୍ରଶଂସା କରୁଛନ୍ତି। କେବଳ ଏତିକି ନୁହେଁ, ଭାରତୀୟ ଓପନର୍‌ ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ବାର୍ତ୍ତା ସମସ୍ତଙ୍କ ହୃଦୟ ଜିତିଛି। ଇନଷ୍ଟାଗ୍ରାମରେ ମନ୍ଧାନା ପାକିସ୍ତାନ ଅଧିନାୟକ ବିସ୍‌ମା ମାରୁଫ୍‌ଙ୍କୁ ପ୍ରଶଂସା କରିଛନ୍ତି ଏବଂ ତାଙ୍କୁ ସମସ୍ତଙ୍କ ପାଇଁ ପ୍ରେରଣା ବୋଲି ବର୍ଣ୍ଣନା କରିଛନ୍ତି। ସେ ଲେଖିଛନ୍ତି, ୬ ମାସ ମଧ୍ୟରେ ଗର୍ଭଧାରଣରୁ ଫେରିବା ଏବଂ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ଅତ୍ୟନ୍ତ ପ୍ରେରଣାଦାୟକ। ବିଶ୍ୱର ଖେଳାଳିଙ୍କ ପାଇଁ ମାରୁଫ୍‌ ଏକ ଉଦାହରଣ ପାଲଟିଛନ୍ତି। କ୍ରିକେଟ୍‌ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ମଧ୍ୟ ମହିଳା କ୍ରିକେଟର୍‌ଙ୍କ ଏଭଳି ସ୍ପିରିଟ୍‌ ଦେଖି ଆଶ୍ଚର୍ଯ୍ୟପ୍ରକଟ କରିଛନ୍ତି।

e57vk168

 


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri