Posted inଖେଳ

ରୟଙ୍କ ସ୍ଥାନରେ ଗୁରବାଜ୍‌

ନୂଆଦିଲ୍ଲୀ, ୮ା୩ (ପି.ଟି.)- ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ ଆଇପିଏଲ୍‌ ଲାଗି ଗୁଜରାଟ ଟାଇଟାନ୍ସ ଆଫଗାନିସ୍ତାନର ବିସ୍ଫୋରକ ଓପନର ରହମୁଲ୍ଲା ଗୁରବାଜ୍‌ଙ୍କୁ ଦଳରେ ନେବା ଯଥେଷ୍ଟ ସମ୍ଭାବନା ରହିଛି। ଦୀର୍ଘଦିନ ଧରି ବାୟୋ ବବଲରେ ରହିବାକୁ ପସନ୍ଦ କରୁ ନ ଥିବାରୁ ଜେସନ ରୟ ଆଇପିଏଲ୍‌ରୁ ଓହରିଯିବା ଲାଗି ନିଷ୍ପତ୍ତି ନେଇଛନ୍ତି।

୨୦ ବର୍ଷୀୟ ଗୁରବାଜ୍‌ ତାଙ୍କ କ୍ୟାରିୟରରେ ଏପର୍ଯ୍ୟନ୍ତ ଖେଳିଥିବା ୬୯ ମ୍ୟାଚରେ ୧୧୩ ଛକା ଲଗାଇଛନ୍ତି। ସେ ଇତିମଧ୍ୟରେ ୯ ଅନ୍ତର୍ଜାତୀୟ ଦିନିକିଆ ଓ ୧୨ ଅନ୍ତର୍ଜାତୀୟ ଟି୨୦ ଖେଳି ସାରିଛନ୍ତି। ବିସିସିଆଇଠାରୁ ସବୁଜ ସଙ୍କେତ ପାଇବା କ୍ଷଣି ଗୁଜରାଟ ଟାଇଟାନ୍ସ ବିଧିବଦ୍ଧ ଭାବେ ଗୁର୍‌ବାଜଙ୍କ ନାମ ଘୋଷଣା କରିବ। ଗୁର୍‌ବାଜଙ୍କ ଯୋଗଦାନ ଦ୍ୱାରା ଆହୁରି ମଧ୍ୟ କିପିଙ୍ଗ ସମସ୍ୟା ସମାଧାନ ହୋଇପାରିବ। କାରଣ ମାଥ୍ୟୁ ଓ୍ବେଡ୍‌ କେବଳ ଆଇପିଏଲ୍‌ର ଦ୍ୱିତୀୟ ସପ୍ତାହରେ ଉପଲବ୍ଧ ହେବେ। ତାଙ୍କ ଅନୁପସ୍ଥିତିରେ ରିଦ୍ଧିମାନ ଶାହା ଉଇକେଟକିପିଙ୍ଗ ଦାୟିତ୍ୱ ତୁଲାଇବେ, ଯାହାଙ୍କର ବର୍ତ୍ତମାନ ଟି୨୦ରେ ଭଲ ରେକର୍ଡ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri