ଆଜି ବନକଲାଗି ନୀତି: ଶ୍ରୀମନ୍ଦିରରେ ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୯।୩ : ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ଓ ଏକ ସ୍ବତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ଚାରି ଘଣ୍ଟା ଧରି ଏହି ନୀତି ଚାଲିବ। ତେଣୁ ଆଜି ଅପରାହ୍ନ ୫ଟା ରୁ ରାତ୍ର ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri