ଗୁଣିଗାରେଡିରୁ ମହିଳାଙ୍କ ପ୍ରତି ହିଂସା: ସୂଚନା ପ୍ରଦାନକାରୀଙ୍କୁ ପୁରସ୍କାର

ଛତ୍ରପୁର,୯।୩(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଗୁଣି ଗାରେଡିକୁ ନେଇ ମହିଳାମାନଙ୍କ ପ୍ରତି ହେଉଥିବା ହିଂସା ସମ୍ପର୍କରେ ଯେଉଁ ଖବରଦାତା ଜିଲା ପ୍ରଶାସନକୁ ପ୍ରଥମେ ଜଣାଇବେ ତାଙ୍କୁ ୫୦ ହଜାର ଟଙ୍କା ପୁରସ୍କାର ଦିଆଯିବ। ମଙ୍ଗଳବାର ଗଞ୍ଜାମ ଜିଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ଓସ୍ବାନ ହଲ୍‌ଠାରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ଘୋଷଣା କରିଛନ୍ତି। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ତଥା ମହିଳା ଅଧିକାରୀ ଲୀନା କୁମାରୀ ଖେସଙ୍କୁ ସମ୍ମାନିତ ଅତିଥି କରାଯାଇଥିଲା । ଜିଲାପାଳ କୁଲାଙ୍ଗେ ମୁଖ୍ୟ ଅତିଥି ଭାବେ ଭିସି ଦ୍ୱାରା ସମସ୍ତ ବ୍ଲକ ସହ ଯୋଡିହୋଇ ତାଙ୍କ ବକ୍ତବ୍ୟରେ ଆହୁରି କହିଥିଲେ ଯେ, ଶିକ୍ଷାରୁ ହିଁ ନାରୀ ଶକ୍ତି ସଶକ୍ତ ହୋଇପାରିବେ। ପ୍ରଥମରୁ ଉଚିତ ଶିକ୍ଷା ବ୍ୟବସ୍ଥା କରିପାରିଲେ ସେମାନେ ସ୍ବାବଲମ୍ବୀ ହେବେ। ଜିଲାରେ ମୋ ଗେହ୍ଲା ଝିଅ, ନିର୍ଭୟା କଢି ଭଳି ଯେତେ ଯୋଜନା ରହିଛ, ସେଗୁଡିକୁ ଆହୁରି ସୁଦୃଢ କରିବାକୁ ହେବ। ଜିଲା ସମାଜ ମଙ୍ଗଳ ଅଧିକାରୀ ସୁରେଖା ସୁନ୍ଦରୀ ମଲ୍ଲିକଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲା ମଙ୍ଗଳ ଅଧିକାରୀ ପରୀକ୍ଷିତ ଦାଶ, ଶିଶୁ କଲ୍ୟାଣ କମିଟି ସଦସ୍ୟା ସି. ଏଚ. ଜ୍ୟୋତି, ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁବ୍ରତ କୁମାର ଷଡଙ୍ଗୀ, ଶିଶୁ ବିକାଶ ଯୋଜନା ଅଧିକାରୀ ଛତ୍ରପୁର କ୍ରିଷ୍ଣା କୁମାରୀ ନନ୍ଦ ଉପସ୍ଥିତ ଥିଲେ। ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ରବି ନାରାୟଣ ବେହେରାଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଏକ୍ସନ ଏଡର ଜିଲା ସଂଯୋଜକ ଦେବବ୍ରତ ମାହୁନ୍ତ ସମସ୍ତ ସୁପରିଚାଳନା କରିଥିବା ବେଳେ ମହିଳା ଓ ଶିଶୁ ସୁରକ୍ଷା ଅଧିକାରୀ ସଙ୍ଗୀତା ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁବୋଧ କୁମାର ଷଡଙ୍ଗୀ, ମିଶନ ଶକ୍ତିର ଜିଲା ପ୍ରକଳ୍ପ ସଂଯୋଜକ ଶାଶ୍ୱତ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri