ପ୍ରାର୍ଥିତ୍ୱକୁ ନେଇ ବିବାଦ, ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ଆନନ୍ଦପୁର,୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ନିର୍ବାଚନ ପାଇଁ ବୁଧବାର ଯାଞ୍ଚ ପ୍ରକ୍ରିୟା ରହିଥିଲା। ଯାଞ୍ଚ ପ୍ରକ୍ରିୟା ପରେ ୧୪ ନଂ ଓ୍ବାର୍ଡର ଭାଜପା ପ୍ରାର୍ଥୀଙ୍କ ନାମାଙ୍କନରେ ତ୍ରୁଟିଥିବା ଏବଂ ତାଙ୍କ ପ୍ରାର୍ଥିପତ୍ରକୁ ନାକଚ କରିବା ଦାବିରେ ବିଜେଡି କର୍ମୀମାନେ ଉପଜିଲାପାଳଙ୍କ ନିକଟରେ ଅଭିଯୋଗ କରିବା ସହିତ କାର୍ଯ୍ୟାଳୟ ଘେରାଉ କରିଥିଲେ। ପ୍ରାର୍ଥିତ୍ୱରେ ରହିଥିବା ତ୍ରୁଟି ସମ୍ପର୍କରେ ଉପଜିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀ ଗୋପୀନାଥ କୁଅଁରଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ପାର୍ଥିପତ୍ର ଯାଞ୍ଚ ସମୟରେ ସମ୍ପୃକ୍ତ ୧୪ ନଂ ଓ୍ବାର୍ଡର ଭାଜପା ପ୍ରାର୍ଥୀଙ୍କ ନାମାଙ୍କନ ଠିକ୍‌ ଥିବା ଏବଂ ନିର୍ବାଚନ ଅଧିକାରୀ ଭାବେ ସେ ପ୍ରାର୍ଥିପତ୍ର ଉପରେ ସନ୍ତୋଷ ବ୍ୟକ୍ତି କରିଥିବାରୁ ଏହାକୁ କାଏମ କରାଯାଇଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ନିକଟରେ ଉତ୍ତର ରଖିଥିଲେ।
ସୂଚନାଯୋଗ୍ୟ, ୧୪ ନଂ ଓ୍ବାର୍ଡର ଜ୍ୟୋତ୍ସ୍ନାରାଣୀ ଖୁଣ୍ଟିଆ, ଯାହାଙ୍କର ୨୯ ନଂ ବୁଥ୍‌ ଭୋଟର କ୍ରମିକ ସଂଖ୍ୟା ୮୧୯ ରହିଛି। ସେ ଭାଜପା ପକ୍ଷରୁ କାଉନସିଲ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ। ନାମାଙ୍କନ ଦାଖଲ ସମୟରେ ଭାଜପା ପକ୍ଷରୁ ମିଳିଥିବା ଦଳୀୟ ଟିକେଟ୍‌ ମଧ୍ୟ ଦାଖଲ କରିଥିଲେ। ସେ ଦାଖଲ କରିଥିବା ଦଳୀୟ ଟିକେଟରେ ତାଙ୍କ ନାମ ଜ୍ୟେତ୍ସ୍ନାରାଣୀ ସାହୁ ରହିଛି। ଯାହାକୁ ନେଇ ୧୪ ନଂ ଓ୍ବାର୍ଡର ବିଜେଡି କର୍ମୀମାନେ ବିରୋଧ କରିଥିଲେ। ଏଭଳି ତ୍ରୁଟିପୁର୍ଣ୍ଣ ପ୍ରାର୍ଥିପତ୍ରକୁ ନାକଚ କରିବା ଦାବିରେ ବିଜେଡି କର୍ମୀ ରଞ୍ଜନ କୁମାର ସାହୁ, ମନ୍ମଥ କୁମାର ସାହୁ, ସିଦ୍ଧାର୍ଥ ସାହୁ, ନିରଞ୍ଜନ ସାହୁ, ରଞ୍ଜନ କୁମାର ସାହୁ ପ୍ରମୁଖ ଉପଜିଲାପାଳଙ୍କ ନିକଟରେ ଅଭିଯୋଗ ପତ୍ର ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri