ପ୍ରଦୂଷଣ ବଢ଼ାଉଛି ଇଟାଭାଟି ଧୂଆଁ

କେନ୍ଦ୍ରାପଡ଼ା ଅଫିସ, ୧୦ା୩: ମାର୍ଚ୍ଚ ମାସ ଆରମ୍ଭରୁ ତାତି ଅସହ୍ୟ ହେଲାଣି। ଏବେ ଦିନ ବେଳା ସର୍ବୋଚ୍ଚ ୩୮ ଡିଗ୍ରୀ ସେଲ୍‌ସିୟସକୁ ତାତି ଛୁଇଁଥିବା ବେଳେ ଆଗାମୀ ଦିନରେ ଭୟଙ୍କର ହେବ ବୋଲି ଆଲୋଚନା ହେଉଛି। ତାତିର ଏହି ଭୟଙ୍କର ରୂପ ସତ୍ତ୍ୱେ କେନ୍ଦ୍ରାପଡ଼ା ଜିଲାରେ ମାଟିରେ ନିର୍ମିତ ଇଟାଭାଟି ବଢ଼ି ଚାଲିଛି। ଇଟାଭାଟିରୁ ବାହାରୁଥିବା ଧୂଆଁ ଯୋଗୁ ପରିବେଶ ପ୍ରଦୂଷିତ ହେଉଥିବା ବେଳେ ତାତି ବଢାଉଛି ବୋଲି ଅଭିଯୋଗ ହେଉଛି। ଲୋକମାନେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେଉଛି। ଯେଉଁ ମାଟିଇଟା ତିଆରି ଚାଲିଛି ତା’ର ରଙ୍ଗ ନାଲି ଓ ପୋଡ ଭଲ ଦେଖାଇବା ପାଇଁ ୟୁରିଆ ସାରର ବ୍ୟବହାର କରାଯାଉଛି। ନଦୀ ଶଯ୍ୟାର ୫୦୦ ମିଟର ମଧ୍ୟରେ ମାଟି ଓ ବାଲି ଉଠା ପାଇଁ କଟକଣାକୁ ସ୍ଥାନୀୟ ଭାଟି ନିର୍ମାତା ମାନୁନାହାନ୍ତି। ଏହି ବେଆଇନ ଇଟାଭାଟି ଯୋଗୁ ଫ୍ଲାଏ ଆଶ୍‌ ଇଟା ନିର୍ମାତାକାରୀଙ୍କ ମୁଣ୍ଡବିନ୍ଧାର କାରଣ ହୋଇଛି। ଏଥିସହ ନୂତନ ଭାବେ ପରିବହନ ହେରାଫେରି ଜିଲାରେ ବହୁଳ ପରିମାଣରେ ଦେଖିବାକୁ ମିଳୁଛି।

ଏ ସମ୍ପର୍କରେ ଯୁବ ଶିଳ୍ପୋଦ୍ୟୋଗୀ ଦେବାଶିଷ ସାମଲ କହିଛନ୍ତି, ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ରାଜ୍ୟ ସରକାରଙ୍କ ବିନା ଅନୁମତିରେ ମାଟିରେ ଇଟା ନିର୍ମାଣ ହୋଇପାରିବ ନାହିଁ। ଏଥିପାଇଁ ପାୱାର ଥର୍ମାଲ ପ୍ଲାଣ୍ଟରୁ ନିର୍ଗତ ସି’ ଗ୍ରେଡ୍‌ ଫ୍ଲାଏ ଆଶ୍‌କୁ ଇଟାରେ ପରିଣତ କରିବାକୁ ରାଜ୍ୟ ସରକାର ଜିଲା ଶିଳ୍ପ କେନ୍ଦ୍ର ମାଧ୍ୟମରେ ପ୍ରୋତ୍ସାହିତ କରୁଛନ୍ତି। ତେବେ ଏପରି କଟକଣାକୁ ଜିଲାରେ କେହି ମାନୁନାହାନ୍ତି। ମାଟି ଇଟାଭାଟି ନିର୍ମାଣ ଫଳରେ ସ୍ଥାନୀୟ ଅଞ୍ଚଳର ପରିବେଶ ପ୍ରଦୂଷିତ କରୁଛି। ପୋଡା ମାଟିଇଟା ଚାହିଦା ରହୁଥିବାରୁ ଫ୍ଲାଏ ଆଶ୍‌ ଇଟା କାରଖାନା କରିଥିବା ଶିଳ୍ପୋଦ୍ୟୋଗୀମାନେ କ୍ଷତି ସହୁଛନ୍ତି। ଫଳରେ ସେମାନେ ବ୍ୟାଙ୍କ ଋଣ ଶୁଝି ପାରୁ ନ ଥିବା ଦେବାଶିଷ କହିଛନ୍ତି। ଦୁତିଆଳର ଶିକ୍ଷାବିତ୍‌ ଅଜୟ କୁମାର ସାମଲ କହିଛନ୍ତି, ଖରା ତାତି ସହ ଇଟାଭାଟିର ଧୂଅଁା ପରିଣତ ବୟସ ପାଇଁ ଅଭିଶାପ ପାଲଟିଛି। ଶ୍ୱାସରୋଗୀ ଏହାର ଧୂଆଁରେ ଅଣନିଃଶ୍ୱାସୀ ହେଉଛନ୍ତି। ତେବେ ଜିଲାରେ ଏବେ ଏହି ପ୍ରକାର ଇଟାଭାଟି ବ୍ୟବସାୟ ବଢ଼ିଚାଲିଛି। ଜିଲାରେ ପ୍ରବାହିତ ନଦୀପଠା ଇଟା ବ୍ୟବସାୟୀଙ୍କ କବ୍‌ଜାରେ ରହିଛି। ମାଟିଇଟାକୁ ଜିଲାର ବିଭିନ୍ନ ଅଞ୍ଚଳ ସହ କଟକ, ଭୁବନେଶ୍ୱର, ଜଗତ୍‌ସିଂହପୁର, ପାରାଦୀପ, କଳିଙ୍ଗନଗର ଆଦିକୁ ଚାଲାଣ ହେଉଛି। ସେହିପରି ଇଟାଭାଟି ନିର୍ମାତା ଶିଶୁ ଶ୍ରମିକ ସହ ବାହାର ରାଜ୍ୟ ଓ ଜିଲା ଲୋକଙ୍କୁ ନିୟୋଜିତ କରୁଛନ୍ତି। ଡେରାବିଶର ବିଜୟ ପରିଡା କହିଛନ୍ତି, ନକଲି ଖାଦ୍ୟ, ସିମେଣ୍ଟ ପରି ଏବେ ପରିବହନରେ ହେରାଫେରି ବଢ଼ିଯାଇଛି। କୌଣସି କ୍ରେତା ଭାଟିରୁ ଇଟା ଆଣିବା ପାଇଁ ବ୍ୟବସାୟୀଙ୍କ ସହ ମୂଲଚାଲ କରି ଅର୍ଥ ପ୍ରଦାନ କରୁଛନ୍ତି। ତେବେ ନିର୍ଦ୍ଧାରିତ ଇଟା ପହଞ୍ଚତ୍ବା ପୂର୍ବରୁ ଗାଡି ଚାଳକ ସେଥିରୁ କିଛି କାଢ଼ି ଜାତୀୟ ରାଜପଥରେ କେତେଜଣ ବ୍ୟକ୍ତିଙ୍କୁ ବିକ୍ରି କରି ଦେଉଛନ୍ତି। ଏହି ଚୋରି ରୋକିବାକୁ କ୍ରେତା ପରିବହନ ହୋଇଥିବା ସାମଗ୍ରୀର ଗଣତି କରିବା ଆବଶ୍ୟକ ବୋଲି ସେ ମତ ଦେଇଛନ୍ତି। ମାଟି ଇଟା ନିର୍ମାଣ ସମ୍ପର୍କରେ ଜଣେ ଭାଟି ମାଲିକ କହିଛନ୍ତି, ମାଟି ଘର ବଦଳରେ ସମସ୍ତେ କୋଠା ଘରେ ରହିବାକୁ ଚାହୁଁଛନ୍ତି। ଏଥିପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଆବାସ ଯୋଜନାରେ ଘର ଯୋଗାଉଛନ୍ତି। ଜିଲାରେ ଫ୍ଲାଏ ଆଶ୍‌ କମ୍‌ ଥିବାରୁ ଏହାର ଚାହିଦା ପୂରଣ ପାଇଁ ମାଟିଇଟାକୁ କ୍ରେତା ଆଗ୍ରହ ପ୍ରକାଶ କରୁଛନ୍ତି। ଆଇନଜୀବୀ ସରୋଜରାଜ ସିଂହ କହିଛନ୍ତି, ମାଟିଇଟା ନିର୍ମାଣ ବନ୍ଦ ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ୧୯୮୬ରେ ନିର୍ଦ୍ଦେଶନାମା ପ୍ରକାଶ କରିଛନ୍ତି। ସେହିପରି ନଦୀପଠାର ୫୦୦ ମିଟର ପର୍ଯ୍ୟନ୍ତ ମାଟି ନ ଉଠାଇବାକୁ ୨୦୦୫ରେ ନିର୍ଦ୍ଦେଶ ହୋଇଛି। ମାଟିଇଟା ନିର୍ମାଣ ସମୟରେ ପରିବେଶ ଉପରେ ପ୍ରଭାବ ପଡୁଥିବାରୁ ଏହା ବନ୍ଦ ରହିଛି ବୋଲି ସେ ମତ ଦେଇଛନ୍ତି। ଉପଜିଲାପାଳ ନିରଞ୍ଜନ ବେହେରାଙ୍କୁ ପଚାରିବାରେ ଖରାଦିନକୁ ଲକ୍ଷ୍ୟ କରି ମାଟିଇଟା ନିର୍ମାଣ ଉପରେ ରୋକ ଲଗାଯାଇଛି। ଏ ନେଇ ପ୍ରତ୍ୟେକ ତହସିଲ ସ୍ତରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri