ଭୋଟ ଗଣନା ବେଳେ ଲାଠିଚାର୍ଜ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଫଳାଫଳର ଚିତ୍ର ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ବର୍ତ୍ତମାନ ଭାରତୀୟ ଜନତା ପାର୍ଟି (ଭାଜପା) ସଂଖ୍ୟାଗରିଷ୍ଠତା ସହ ସରକାର ଗଠନ କରୁଥିବା ବେଳେ ଅନେକ ସ୍ଥାନରେ ଦଳକୁ ସଂଘର୍ଷ ମଧ୍ୟ କରିବାକୁ ପଡ଼ିଛି। ଏଭଳି ପରିସ୍ଥିତିରେ ଅନେକ ସ୍ଥାନରୁ ଉତ୍ତେଜନା ଖବର ସାମ୍ନାକୁ ଆସିଛି। କର୍ମକର୍ତ୍ତାମାନେ ନିଜ ନିଜ ପ୍ରାର୍ଥୀଙ୍କୁ ସମର୍ଥନ କରିବାକୁ ଯାଇ ନିୟନ୍ତ୍ରଣ ବାହାରେ ହୋଇଛନ୍ତି। ଇତିମଧ୍ୟରେ ଉତ୍ତରପ୍ରଦେଶ ବାଗପାଟରେ ଆରଏଲ୍‌ଡି କର୍ମକର୍ତ୍ତାଙ୍କ ଉତ୍ତେଜନା ଖବର ସାମ୍ନାକୁ ଆସିଛି। ଭୋଟ ଗଣତି ସ୍ଥାନର ବାହାରେ ଉତ୍ତେଜନା କରୁଥିବା ଆରଏଲ୍‌ଡି କର୍ମକର୍ତ୍ତାଙ୍କୁ ପୋଲିସ ଲାଠି ଚାର୍ଜ କରିଥିବା ଜଣାପଡ଼ିଛି। ଯାହାକୁ ନେଇ ଉତ୍ତ୍ୟକ୍ତ କର୍ମକର୍ତ୍ତାମାନେ ପୋଲିସଙ୍କ ଉପରକୁ ପଥର ଫିଙ୍ଗିଥିଲେ। ଏଭଳି ପରିସ୍ଥିତିରେ ଭୋଟ ଗଣତି କେନ୍ଦ୍ର ବାହାରେ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିଲା। ଆରଏଲ୍‌ଡି କର୍ମକର୍ତ୍ତାଙ୍କ ଦ୍ୱାରା ଫୋପାଡାଯାଇଥିବା ପଥରରେ ଅନେକ ପୋଲିସ ଆହତ ହୋଇଥିବା ବେଳେ ସେମାନଙ୍କ ଚିକିତ୍ସା କରାଯାଇଛି। ଅନ୍ୟପଟେ ପୋଲିସର ଲାଠିଚାର୍ଜରେ ମଧ୍ୟ ଅନେକ କର୍ମକର୍ତ୍ତା ସାମାନ୍ୟ ଆହତ ହୋଇଥିବା ନେଇ ବାଗପାଟ ଏସ୍‌ପି ନୀରଜ କୁମାର ସୂଚନା ଦେଇଛନ୍ତି। ସେମାନଙ୍କର ମଧ୍ୟ ଚିକିତ୍ସା କରାଯାଇଛି। ଅନ୍ୟପଟେ ବିଶୃଙ୍ଖଳା ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୀରଜ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri