୨୭ରେ ଓଜେଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ ଅଫିସ,୧୧ା୩: ଆସନ୍ତା ୨୭ ତାରିଖରେ ଓଡ଼ିଶା ଜୁଡିସିଆଲ ସର୍ଭିସ(ଓଜେଏସ୍‌) ୨୦୨୧ର ପ୍ରିଲିମିନାରି ପରୀକ୍ଷା ଅନୁଷ୍ଠିତ ହେବ। ୫ଟି ଜୋନ୍‌ର ୧୦ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୩୨୦୨ ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବେ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଉକ୍ତ ଲିଖିତ ପରୀକ୍ଷା ହେବାକୁ ଥିବାବେଳେ ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ ୩୦ ମିନିଟ୍‌ ସମୟ ଦିଆଯିବ। ଏହି ପରୀକ୍ଷା ପାଇଁ ଆସନ୍ତା ୨୧ ତାରିଖରୁ ଆଡ୍‌ମିଟ୍‌ କାର୍ଡ ମିଳିବ। ସମ୍ବଲପୁର ଜୋନ୍‌ର ସେଣ୍ଟ୍‌ ଜୋନ୍‌ସ ସ୍କୁଲ ପରୀକ୍ଷା କେନ୍ଦ୍ରରେ ୩୧୧ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବା ପାଇଁ ବ୍ୟବସ୍ଥା କରାଯାଇଛି। ସେହିପରି ବାଲେଶ୍ୱର ଜୋନ୍‌ର ବାଲେଶ୍ୱର ସ୍କୁଲ ଅଫ୍‌ ଇଞ୍ଜିନିୟରିଂରେ ୧୪୪ ଜଣ ଓ ବ୍ରହ୍ମପୁର ଜୋନ୍‌ର ଶହୀଦ ଲକ୍ଷ୍ମଣ ନାୟକ ମେମୋରିଆଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ୧୯୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଭୁବନେଶ୍ୱର ଜୋନ୍‌ରେ ଅଧିକ ସଂଖ୍ୟକ ପରୀକ୍ଷାର୍ଥୀ ଥିବାରୁ ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି) ପକ୍ଷରୁ ୪ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ୟୁନିଟ୍‌-୬ସ୍ଥିତ ସରକାରୀ ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ୨୫୦ ଜଣ, ରାଜଧାନୀ ଜୁନିୟର କଲେଜରେ ୫୨୮ ଜଣ, ରାଜଧାନୀ ଡିଗ୍ରୀ କଲେଜରେ ୫୨୮ ଜଣ ଓ ସାମନ୍ତରାପୁରସ୍ଥିତ ସେଣ୍ଟ୍‌ ଜାଭିୟର୍ସ ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ୨୪୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବା ପାଇଁ ବ୍ୟବସ୍ଥା କରାଯାଇଛି। ସେହିପରି କଟକ ଜୋନ୍‌ରେ ୩ଟି ପରୀକ୍ଷା କେନ୍ଦ୍ର ହୋଇଛି। ତୁଳସୀପୁର ସରସ୍ବତୀ ଶିଶୁମନ୍ଦିର ପରୀକ୍ଷା କେନ୍ଦ୍ରରେ ୩୬୦, ଶେଲ୍‌ଟର ଛକସ୍ଥିତ ଇନ୍ଦିରା ଗାନ୍ଧୀ ମହିଳା ମହାବିଦ୍ୟାଳୟରେ ୨୯୦ ଓ କ୍ୟାଣ୍ଟନମେଣ୍ଟ ରୋଡସ୍ଥିତ କେମ୍ବ୍ରିଜ ସ୍କୁଲରେ ୩୬୦ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଯେଉଁ ପରୀକ୍ଷାର୍ଥୀ ପରୀକ୍ଷା ଦେବେ, ସେମାନଙ୍କର ନାମ ତାଲିକା ଓପିଏସ୍‌ସି ୱେବସାଇଟ୍‌ରେ ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri