ମାର୍ଚ୍ଚ ୧୬ରେ ଶପଥ ନେବେ ଭଗଓ୍ବନ୍ତ

ଚଣ୍ଡିଗଡ଼,୧୧।୩: ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି)ର ବିପୁଳ ପରିମାଣରେ ବିଜୟ ପରେ ଏବେ ଭଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ନେବେ। ପଞ୍ଜାବର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭଗଓ୍ବନ୍ତ ମାନ ମାର୍ଚ୍ଚ ୧୬ରେ ଶପଥ ଗ୍ରହଣ କରିବେ ବୋଲି ସୂଚନା ମିଳିଛି। ଏହାପୂର୍ବରୁ ମାର୍ଚ୍ଚ ୧୩ରେ ଏଏପି ସଂଜଯୋକ ଅରବିନ୍ଦ କେଜ୍ରିୱାଲ ଓ ଭାଗଓ୍ବନ୍ତ ମାନ ଅମୃତସରରେ ଏକ ରୋଡ ଶୋ’ କରିବେ। ଭଗଓ୍ବନ୍ତ ବର୍ତ୍ତମାନ ଦିଲ୍ଲୀରେ ଥିବା ବେଳେ ସେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଏବଂ ଏଏପି ନେତା ରାଘବ ଚଡ୍ଡା ମଧ୍ୟ ଉପସ୍ଥିତ ଥିଲେ। ସାକ୍ଷାତକାର ପରେ ଅରବିନ୍ଦ କେଜ୍ରିୱାଲ ଟୁଇଟ କରି କହିଛନ୍ତି, ‘ମୋର ସାନଭାଇ ଭଗଓ୍ବନ୍ତ ମାନ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବ’। ଶୁକ୍ରବାର ସେ ମୋ ଘରକୁ ଆସି ଶପଥ ଗ୍ରହଣର ନିମନ୍ତ୍ରଣ ଦେଇଛନ୍ତି। ଜଣେ ମୁଖ୍ୟମନ୍ତ୍ରୀ ଭାବେ ଭଗଓ୍ବନ୍ତ ପଞ୍ଜାବର ଜନସାଧାରଣଙ୍କ ସମସ୍ତ ଆଶା ପୂରଣ କରିବେ ବୋଲି କ୍ରେଜିଓ୍ବାଲ ବିଶ୍ୱାସ ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ଗୌତମ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର କଥା କହିଦେଲେ ରବି ଶାସ୍ତ୍ରୀ: ପରାଜୟ ପାଇଁ କେବଳ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀର ଆଜିକାଲି ସମାଲୋଚନାର ଶିକାର ହେଉଛନ୍ତି। ଗତବର୍ଷ ଜୁଲାଇରେ କୋଚ ହେବା ପରେ ସେ ଦଳକୁ ଚାମ୍ପିଅନ୍ସ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri