ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୧ା୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଲୁନା ମହାନ୍ତି ଶୁକ୍ରବାର ଏକ ଲାଞ୍ଚ ମାମଲାର ବିଚାର କରି ଅଭିଯୁକ୍ତ ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ୫ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ରହିଛି। ଜରିମାନା ଅନାଦେୟ ଅତିରିକ୍ତ ୪ ମାସ ଜେଲ ଦଣ୍ଡ ଭୋଗିବା ପାଇଁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ତତ୍କାଳୀନ ରଙ୍ଗେଇଲୁଣ୍ଡା ବ୍ଲକର ସହକାରୀ କୃଷି ଯନ୍ତ୍ରୀ ପ୍ରବୀର ଚାନ୍ଦ ଦାସ। ସେ ବର୍ତ୍ତମାନ କଟକ ଜିଲା ଅନ୍ତର୍ଗତ ବାଙ୍କୀ କୃଷି କାର୍ଯ୍ୟାଳୟରେ କାର୍ଯ୍ୟରତ ଅଛନ୍ତି।

ପ୍ରକାଶ ଯେ, ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ଗ୍ରାମର କାଳୁଚରଣ ପାତ୍ର ତାଙ୍କର ମା’ ଇନ୍ଦୁ ପାତ୍ରଙ୍କ ନାମରେ ଏକ ଗାଈ ଫାର୍ମ କରିଥିଲେ। କୃଷି ବିଭାଗ ପକ୍ଷରୁ ଗାଈ ଫାର୍ମ ନିମନ୍ତେ ମିଳୁଥିବା ଋଣ ପାଇଁ ସେ ଆବେଦନ କରିଥିଲେ। କାଳୁଚରଣ ଏଥିପାଇଁ ବ୍ଲକର ସହକାରୀ କୃଷି ଯନ୍ତ୍ରୀ ଦାସଙ୍କୁ ଭେଟି ଋଣ କରାଇ ଦେବାକୁ ଅନୁରୋଧ କରିଥିଲେ। ହେଲେ ସେ ଋଣ କରାଇ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ କାଳୁଚରଣ ଭିଜିଲାନ୍ସକୁ ଜଣାଇଥିଲେ।

ଯୋଜନା ମୁତାବକ ୨୦୧୦ ଡିସେମ୍ବର ୨୩ରେ କାଳୁଚରଣ ବ୍ରହ୍ମପୁର ଜୟପ୍ରକାଶ ନଗର ଦ୍ୱିତୀୟ ଲାଇନରେ ରହୁଥିବା ସହକାରୀ କୃଷି ଯନ୍ତ୍ରୀଙ୍କ ବାସଭବନକୁ ଯାଇ ଲାଞ୍ଚ ଟଙ୍କା ଦେବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଥିଲା। ଏନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା (ନଂ.୫୭/୧୦) ରୁଜୁ କରି ପ୍ରବୀରଙ୍କୁ ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ସେ ଜାମିନରେ ମୁକୁଳିଥିଲେ।

ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ଭିଜିଲାନ୍ସ ଇନ୍ସପେକ୍ଟର ଆର୍‌. କେ. ସୁନା କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ଶୁକ୍ରବାର ଏହି ମାମଲାର ଶୁଣାଣି ବେଳେ ପ୍ରବୀର ଦାସଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଚାର୍ଜଶିଟ ଓ ୬ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଭିଜିଲାନ୍ସ ଜଜ୍‌ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ସୁରେନ୍ଦ୍ର ପଣ୍ଡା ଓ ମୁଦାଲାଙ୍କ ପକ୍ଷରୁ ପ୍ରସାଦ ପଟ୍ଟନାୟକ ଓ ପ୍ରଦୀପ ପାଣିଗ୍ରାହୀ ମାମଲା ପରିଚାଳନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri