Posted inଜାତୀୟ

୫ରାଜ୍ୟର ଫଳାଫଳ ପରେ ସଙ୍କଟରେ କଂଗ୍ରେସ

ନୂଆଦିଲ୍ଲୀ,୧୧।୩: ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନରେ ଖରାପ ପ୍ରଦର୍ଶନ ପରେ ଏବେ କଂଗ୍ରେସରେ ବଡ଼ ସଙ୍କଟ ଦେଖାଦେଇଛି। ବର୍ତ୍ତମାନ ସଂସଦର ଉପର ଗୃହ (ରାଜ୍ୟ ସଭା)ର ସଂଖ୍ୟା ଉପରେ ବିଶେଷ ପ୍ରଭାବ ପଡ଼ିବା ସହ କଂଗ୍ରେସ ବିରୋଧୀ ଦଳର ନେତା ମାନ୍ୟତା ହରାଇପାରେ। ଚଳିତ ବର୍ଷ ମାର୍ଚ୍ଚ ୩୧ରେ ରାଜ୍ୟ ସଭାର ଦ୍ୱିବର୍ଷୀୟ ନିର୍ବାଚନ ଅନୁଷ୍ଠିତ ହେବା ଏହାପରେ କଂଗ୍ରେସର ସଂଖ୍ୟା ଐତିହାସିକ ଭାବେ କମ୍‌ ରହିବ ବୋଲି କୁହାଯାଉଛି। ତେବେ ବିରୋଧୀଦଳର ନେତାଙ୍କ ସ୍ଥିତି ବଜାୟ ରଖିବା ପାଇଁ କଂଗ୍ରେସକୁ ସର୍ବନିମ୍ନ ଆବଶ୍ୟକତା ରହିଛି। ଯଦି ଚଳିତ ବର୍ଷ ଗୁଜୁରାଟ ନିର୍ବାଚନରେ ଏବଂ ଆସନ୍ତା ବର୍ଷ କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ଭଲ ପ୍ରଦର୍ଶନ କରିବାରେ ବିଫଳ ହୁଏ ତେବେ ଗୃହରେ ବିରୋଧୀ ଦଳର ନେତାଙ୍କ ଦବ୍‌ଦବା ହରାଇବ। ବର୍ତ୍ତମାନ ଉପର ଗୃହରେ କଂଗ୍ରେସର ୩୪ ଜଣ ସଦସ୍ୟ ଅଛନ୍ତି ଏବଂ ଚଳିତ ବର୍ଷ ରେକର୍ଡ କମ୍‌ ହେବାରୁ ଅତି କମ୍‌ରେ ଦଳକୁ ୭ଟି ସିଟ୍‌ ହରାଇବାକୁ ପଡ଼ିବ। ନିୟମ ଅନୁଯାୟୀ, ଗୋଟିଏ ଦଳ ନିକଟରେ ଗୃହର ମୋଟ ସଦସ୍ୟତା ଅତିକମ୍‌ରେ ୧୦ ପ୍ରତିଶତ ରହିବା ଆବଶ୍ୟକ। ସେତେବେଳେ ଯାଇ ସେମାନେ ନିଜ ନେତାଙ୍କ ପାଇଁ ବିରୋଧୀ ଦଳର ନେତା ମାନ୍ୟତା ପାଇପାରିବେ। ରାଜ୍ୟ ସଭାରେ ବିରୋଧୀଦଳର ନେତାଙ୍କ ସ୍ଥିତି ବଜାୟ ରଖିବା ପାଇଁ ଗୋଟିଏ ଦଳର ଅତି କମ୍‌ରେ ୨୫ ଜଣ ସଦସ୍ୟ ରହିବା ଉଚିତ ବୋଲି ରାଜ୍ୟ ସଭା ଅଧିକାରୀ କହିଛନ୍ତି। ବର୍ତ୍ତମାନ ମଲ୍ଲିକାର୍ଜୁନ ଖର୍ଗେ କଂଗ୍ରେସର ନେତା ତଥା ଗୃହରେ ବିରୋଧୀ ଦଳର ନେତା ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri