ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ

ଝରିଗାଁ, ୧୨ା୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ଟେମରା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନାଏବ ସରପଞ୍ଚ ନିର୍ବାଚନକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଝରିଗାଁ ବ୍ଲକର ଧମନାଗୁଡ଼ା, ଧୋଡ୍ରା, ଭାଲୁକୁନାଡି ଏବଂ ଫୁପୁଗାଁ ପଞ୍ଚାୟତରେ କୋରମ ଅଭାବ ଯୋଗୁ ନାଏବ ସରପଞ୍ଚ ନିର୍ବାଚନ ହୋଇ ପାରି ନ ଥିବା ବିଡ଼ିଓ ସତ୍ୟନାରାୟଣ ମେହେର ସୂଚନା ଦେଇଛନ୍ତି।
ବଡ଼ ଟେମେରା ପଞ୍ଚାୟତରେ ସରପଞ୍ଚ ଆସନ ପାଇଁ ୩ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିଲେ। ତେବେ ଜାଣିଶୁଣି ୨ଜଣଙ୍କ ନାମାଙ୍କନ ପତ୍ର ନାକଚ କରାଯାଇ ଚଟୁପକନା ଗ୍ରାମର ଯମୁନା ମୁଦୁଲିଙ୍କୁ ବିଜୟୀ ଘୋଷଣା କରାଯାଇଥିଲା ବୋଲି ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି। ତେଣୁ ପ୍ରଥମେ ସରପଞ୍ଚ ଓ ପରେ ନାଏବ ସରପଞ୍ଚ ନିର୍ବାଚନ କରିବାକୁ ସେମାନେ କହିଛନ୍ତି। ପଞ୍ଚାୟତ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିଲେ। ଖବରପାଇ ଝରିଗାଁ ତହସିଲଦାର ହୃଷିକେଶ ଗଣ୍ଡ, ଉମରକୋଟ ଏସ୍‌ଡ଼ିପିଓ ଦିନେଶ କୁମାର ନାଏକ, ଝରିଗାଁ ଥାନାଧିକାରୀ ନଟବର ନନ୍ଦ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ଲୋକମାନଙ୍କୁ ବୁଝାଶୁଝା କରିଥିଲେ। ତେବେ ଏଠାରେ ନାଏବ ସରପଞ୍ଚ ନିର୍ବାଚନ ସ୍ଥଗିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri