ଜେଲ ଗଲେ କୋଟିପତି ନିର୍ବାହୀ ଯନ୍ତ୍ରୀ

ବ୍ରହ୍ମପୁର ଅଫିସ,୧୨ା୩: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବ୍ରହ୍ମପୁର ଗ୍ରାମ୍ୟ ନିର୍ମାଣ (ବୈଦ୍ୟୁତିକ) ବିଭାଗ ଆମ୍ବପୁଆ କାର୍ଯ୍ୟାଳୟର ନିର୍ବାହୀଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କୁ ଶୁକ୍ରବାର ଗିରଫ କରିଛି। ଗତ ବୁଧବାର ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥଙ୍କ ବାସଭବନ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଏକକାଳୀନ ଚଢ଼ାଉ କରିଥିଲା। ଯାଞ୍ଚ ସରିବା ପରେ ନିର୍ବାହୀ ଯନ୍ତ୍ରୀ ଓ ତାଙ୍କ ପରିବାରବର୍ଗଙ୍କ ନାମରେ ମୋଟ ୭ କୋଟି ୮୩ଲକ୍ଷ ୭ହଜାର ୪୯୮ ଟଙ୍କାର ସ୍ଥାବର, ଅସ୍ଥାବର ସମ୍ପତ୍ତି ଥିବା ନେଇ ଭିଜିଲାନ୍ସ ବିଭାଗ ଆକଳନ କରିଛି। ସେଥିମଧ୍ୟରୁ ୬କୋଟି ୭୯ଲକ୍ଷ ୬୨ହଜାର ୭୪୮ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ରହିଛି। ଯାହାକି ତାଙ୍କ ଆୟ ଠାରୁ ୩୫୮ ପ୍ରତିଶତ ଅଧିକ ବୋଲି ବ୍ରହ୍ମପୁର ଭିଜିଲାନ୍ସ ଏସ୍‌ପି ତ୍ରିଲୋଚନ ସ୍ବାଇଁ ସୂଚନା ଦେଇଛନ୍ତି। କେସ୍‌ ନଂ. ୩/୨୨ରେ ନିର୍ବାହୀ ଯନ୍ତ୍ରୀ ସେଠୀଙ୍କୁ ଶୁକ୍ରବାର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଛି। ପରେ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏହାସହିତ ସେଠୀଙ୍କ ସ୍ତ୍ରୀ ଓ ବଡ଼ପୁଅ ନାମରେ ମଧ୍ୟ ମାମଲା ରୁଜୁ ହୋଇଥିବା ଭିଜିଲାନ୍ସ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri