ହୃଷୀକେଶ ପାଇଲେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୧୨।୩(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର-୨୦୨୧ ଶୁକ୍ରବାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀର କମାନୀ ପ୍ରେକ୍ଷାଳୟରେ ଆୟୋଜିତ ଉତ୍ସବରେ ଏକାଡେମୀ ସଭାପତି ଚନ୍ଦ୍ରଶେଖର କମ୍ବର ଦେଶର ୨୪ଟି ଭାଷାର ପୁରସ୍କୃତ ଲେଖକଙ୍କୁ ପୁଷ୍ପଗୁଚ୍ଛ, ଅଙ୍ଗବସ୍ତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏଥିରେ ଓଡ଼ିଶାର ଦୁଇଜଣ ପୁରସ୍କୃତ ହୋଇଛନ୍ତି। କବି ଡ. ହୃଷୀକେଶ ମଲ୍ଲିକ ତାଙ୍କର କବିତା ପୁସ୍ତକ ‘ସରିଯାଇଥିବା ଅପେରା’ ଏବଂ ସାନ୍ତାଳୀ ଲେଖକ ନିରଞ୍ଜନ ହାଁସଦା ପୁରସ୍କୃତ ହୋଇଛନ୍ତି।
ଉତ୍ସବରେ ମୁଖ୍ୟଅତିଥି ଭାବେ ପ୍ରତିଷ୍ଠିତ ମରାଠୀ ଲେଖକ ଭାଲଚନ୍ଦ୍ର ନେମାଡ଼େ ଯୋଗଦେଇ କହିଲେ, ଭାରତୀୟ ସାହିତ୍ୟରେ ଭାରତୀୟତାର ଅନ୍ବେଷଣ ଓ ପ୍ରତିଷ୍ଠା ଲେଖକଙ୍କ ଲକ୍ଷ୍ୟ ହେବା ଉଚିତ। ଦକ୍ଷିଣ ଏସିଆର ଭାଷା ଓ ସାହିତ୍ୟ ସମଗ୍ର ପୃଥିବୀରେ ପ୍ରାଚୀନ। ଏହି ଦୃଷ୍ଟିରୁ ଭାରତୀୟ ସଂସ୍କୃତିର ପ୍ରାଚୀନତା ସର୍ବଜନ ସ୍ବୀକୃତ। ସାହିତ୍ୟ ଏକାଡେମୀ ୨୪ ଭାଷାରେ ପୁରସ୍କାର ପ୍ରଦାନ କରୁଥିଲେ ହେଁ ଆହୁରି ଅନେକ ଭାଷା ରହିଛି, ଯହିଁରେ ବଳିଷ୍ଠ ସାହିତ୍ୟ ସୃଷ୍ଟି ହେଉଛି। ପୁରସ୍କାର ପ୍ରଦାନ ପ୍ରସଙ୍ଗରେ ଏସବୁ ଭାଷାର ସାହିତ୍ୟକୁ ବିଚାରକୁ ନେବାର ଆବଶ୍ୟକତା ରହିଛି ବୋଲି ନେମାଡେ ଗୁରୁତ୍ୱାରୋପ କରିଥିଲେ। ଏକାଡେମୀ ସଭାପତି ଚନ୍ଦ୍ରଶେଖର କମ୍ବର କହିଲେ, ଭାରତୀୟ ଭାଷାର ବିବିଧତା ମଧ୍ୟରେ ଐତିହ୍ୟ ପ୍ରତିଷ୍ଠା ହେଉଛି ଭାରତୀୟ ସାହିତ୍ୟର ମୂଳ କଥା। ଉପସଭାପତି ମାଧବ କୌଶିକ କହିଲେ, ଏକାଡେମୀ ପୁରସ୍କାର ଅର୍ଥ ନୁହେଁ ଯେ ଏହା ଲେଖକଙ୍କୁ ପ୍ରତିଷ୍ଠା କରିଥାଏ। ସେଥିପାଇଁ ଏହାର ଗୁରୁତ୍ୱ ଲେଖକଙ୍କ ମଧ୍ୟରେ ରହିଛି। ଉତ୍ସବରେ ସଚିବ କେ. ଶ୍ରୀନିବାସ ରାଓ ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ। ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଆବାହକ ଡ. ବିଜୟାନନ୍ଦ ସିଂହ ଓ ସାନ୍ତାଳୀ ଭାଷାର ଆବାହକ ମଦନ ମୋହନ ସୋରେନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri