ପିଲାଙ୍କୁ ଫୁଲ୍‌ ମାର୍କ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଅଭିଯୋଗ ଘଟଣାରେ ୨୪ ଘଣ୍ଟା ଭିତରେ ପଦକ୍ଷେପ ନେଇଛି ବୋର୍ଡ। ତ୍ରୁଟି ରହିଥିବା ପ୍ରଶ୍ନ ପାଇଁ ପିଲାଙ୍କୁ ଫୁଲ୍‌ ମାର୍କ ଦିଆଯାଇଛି। ଏହି ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତୁରନ୍ତ ହସ୍ତକ୍ଷେପ ପରେ ସିବିଏସ୍‌ଇ ପକ୍ଷରୁ ଏହାକୁ ଗୁରୁତ୍ୱର ସହ ନେଇ ସମାଧାନ କରାଯାଇଛି। ଫଳରେ ୨୮ ହଜାର ୩୧୦ ଜଣ ଛାତ୍ରୀଛାତ୍ର ଉପକୃତ ହୋଇଛନ୍ତି ବୋଲି ମଙ୍ଗଳବାର ସିବିଏସ୍‌ଇ ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।
ସୂଚନାନୁସାରେ, ଗତ ୧୧ତାରିଖରେ ସିବିଏସ୍‌ଇ ଦଶମ ଶ୍ରେଣୀ ଟର୍ମ-୧ ପରୀକ୍ଷାର ଓଡ଼ିଆ ବିଷୟରେ ଛାତ୍ରୀଛାତ୍ରଙ୍କୁ କମ୍‌ ମାର୍କ ମିଳିବା ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା। ଓଡ଼ିଆ ପରୀକ୍ଷାରେ ପ୍ରଶ୍ନ ଓ ଉତ୍ତରରେ ସାମଞ୍ଜସ୍ୟ ନ ଥିବା ଅଭିଯୋଗ ହୋଇଥିଲା। କେନ୍ଦ୍ର ଶିକ୍ଷାମନ୍ତ୍ରୀ ୨୪ଘଣ୍ଟା ମଧ୍ୟରେ ଛାତ୍ରୀଛାତ୍ରଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶକ୍ରମେ ସିବିଏସ୍‌ଇ ବାସ୍ତବ ସ୍ଥିତି ଅନୁଧ୍ୟାନ ପାଇଁ ଏକ ବିଶେଷଜ୍ଞ କମିଟି ଗଠନ କରିଥିଲା। ଏହି କମିଟି ପରୀକ୍ଷାର ତ୍ରୁଟିକୁ ଅନୁଧ୍ୟାନ କରିବା ପରେ ସୋମବାର ସନ୍ଧ୍ୟା ୬ଟାରେ ରିପୋର୍ଟ ପ୍ରଦାନ କରିଥିଲା। କମିଟି ରିପୋର୍ଟ ଆଧାରରେ ସିବିଏସ୍‌ଇ ଦଶମ ଶ୍ରେଣୀ ଓଡ଼ିଆ ବିଷୟର ଓଏମ୍‌ଆରଗୁଡ଼ିକୁ ବିଶେଷଜ୍ଞ କମିଟି ଦ୍ୱାରା ଅନୁମୋଦିତ ହୋଇଥିବା ଠିକ୍‌ ଉତ୍ତର ସହ ମୂଲ୍ୟାଙ୍କନ କରିଥିଲା। ଏହାପରେ ଛାତ୍ରୀଛାତ୍ରଙ୍କ ସଂଶୋଧିତ ମୂଲ୍ୟାଙ୍କନ ମାର୍କକୁ ସମ୍ପୃକ୍ତ ବିଦ୍ୟାଳୟକୁ ପଠାଇ ଦିଆଯାଇଛି। ଏହା ଦ୍ୱାରା ୨୮ ହଜାର ୩୧୦ ଛାତ୍ରୀଛାତ୍ର ଉପକୃତ ହୋଇଛନ୍ତି ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ଦଶମ ଶ୍ରେଣୀ ଟର୍ମ-୧ ପରୀକ୍ଷା ଫଳ ପ୍ରଦାନରେ ଗୁରୁତର ତ୍ରୁଟି ଯୋଗୁ ଓଡ଼ିଆ ବିଷୟରେ ଛାତ୍ରୀଛାତ୍ରଙ୍କୁ କମ୍‌ ମାର୍କ ମିଳିଥିବା ଅଭିଯୋଗ ହୋଇଥିଲା। ଓଡ଼ିଆ ବିଷୟରେ ୧୭ ମାର୍କର ତ୍ରୁଟି ରହିଥିଲା। ଓଏମ୍‌ଆର୍‌ରେ ପ୍ରଶ୍ନ ଓ ଉତ୍ତର ସହିତ କୌଣସି ସାମଞ୍ଜସ୍ୟ ନ ଥିଲା। ଫଳରେ ପିଲାମାନେ ଅଭିଯୋଗ ଆଣିବା ସହ ପୂର୍ଣ୍ଣ ମାର୍କ ଦେବା ପାଇଁ ଦାବି କରିଥିଲେ। ଏପରିକି ଓଡ଼ିଶା ଅଭିଭାବକ ମହାସଂଘ କର୍ମକର୍ତ୍ତା ଭୁବନେଶ୍ୱରସ୍ଥିତ ସିବିଏସ୍‌ଇ ଆଞ୍ଚଳିକ କାର୍ଯ୍ୟାଳୟରେ ଆଞ୍ଚଳିକ ଅଧିକାରୀ ଆର୍‌. ଶ୍ରୀନିବାସନଙ୍କୁ ଭେଟି ତ୍ରୁଟି ସମାଧାନ ପାଇଁ ଦାବିପତ୍ର ଦେଇଥିଲେ। କିନ୍ତୁ ବୋର୍ଡ ଏ ଦିଗରେ କୌଣସି ପଦକ୍ଷେପ ନେଇ ନ ଥିଲା। ଗତ ୧୧ ତାରିଖରେ ରେଜଲ୍ଟ ବାହାରିଲା ପରେ ପିଲାମାନେ ଚିନ୍ତାରେ ପଡ଼ିଯାଇଥିଲେ। କାରଣ ସେହି ୧୭ମାର୍କ କଟିଯାଇଥିଲା। ଏହାକୁ ନେଇ ସାରା ଓଡ଼ିଶାର ଛାତ୍ରୀଛାତ୍ର, ଅଭିଭାବକ ଅସନ୍ତୋଷ ବ୍ୟକ୍ତ କରିବା ସହିତ ଅଭିଯୋଗ ଆଣିଥିଲେ। ଏହାକୁ ନେଇ ଅଭିଭାବକ ମହାସଂଘ ସୋମବାର ଆଞ୍ଚଳିକ ଅଧିକାରୀଙ୍କୁ ଭେଟି ତ୍ରୁଟି ସମାଧାନ ପାଇଁ ଦାବି କରିବା ସହ ୭ଦିନ ସମୟ ଦେଇଥିଲେ। ମହାସଂଘ ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ ମଧ୍ୟ କରିଥିଲା। ଏହାପରେ ବୋର୍ଡ ଏହାକୁ ଗୁରୁତ୍ୱର ସହ ନେଇ ୨୪ ଘଣ୍ଟାରେ ସମାଧାନ ହୋଇଯିବ ବୋଲି ଟୁଇଟ୍‌ କରି ସୂଚନା ଦେଇଥିଲା। ତାହା ହିଁ ହେଲା। ୨୪ ଘଣ୍ଟା ନ ପୂରୁଣୁ ସମସ୍ୟାର ସମାଧାନ କରିଥିଲା ବୋର୍ଡ। ଓଡ଼ିଆ ପିଲାଙ୍କ ଏହି ଗୁରୁତ୍ୱପୂର୍ଣ୍ଣ ଅଭିଯୋଗର ସମାଧାନ ପାଇଁ ତ୍ୱରିତ ପଦକ୍ଷେପ ନେଇଥିବାରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏବଂ ସିବିଏସ୍‌ଇ ଆଞ୍ଚଳିକ ଅଧିକାରୀଙ୍କୁ ଅଭିଭାବକ ମହାସଂଘ ଧନ୍ୟବାଦ ଜଣାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

କାହିଁକି ସୁଜାତାଙ୍କୁ କରାଗଲା ବଦଳି: ଚାଲିଛି ଜୋରଦାର ଚର୍ଚ୍ଚା

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କ ବିରୋଧରେ ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା...

ବାଦ୍‌ ପଡ଼ିଲେ ୩୫ ବିଧାୟକ, ୪୦ ନୂଆ ମୁହଁକୁ ଭରସା

ଭୁବନେଶ୍ୱର,୩ା୫(ଅନିଲ ଦାସ): ଚଳିତ ବିଧାନସଭା ନିର୍ବାଚନ ପାଇଁ ବିଜେଡି ୧୪୭ ପ୍ରାର୍ଥୀଙ୍କ ତାଲିକା ୯ଟି ପର୍ଯ୍ୟାୟରେ ଘୋଷଣା କରିଛି। ଦଳ ଗତଥର ଭରସା କରିଥିବା ୧୪୭...

ମତଦାନ ପୂର୍ବରୁ ବଢୁଛି ନାମାଙ୍କନ ତାତି

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ବର୍ତ୍ତମାନ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥିଙ୍କ ନାମାଙ୍କନ ଦାଖଲ...

୨୯୨ ଆପତ୍ତିଜନକ ପୋଷ୍ଟ୍‌ ବ୍ଲକ୍‌ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୩ା୫(ସତ୍ୟଜିତ୍‌ ରାଉତ):ଚଳିତ ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳର ସମର୍ଥକଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ପ୍ରଚାର ପାଇଁ...

ବଦଳିଲେ ମିଶନଶକ୍ତି ସଚିବ

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ତଥା ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କୁ ଗୁରୁବାର ବଦଳି କରାଯାଇଛି। ଭାଜପା ଅଭିଯୋଗକ୍ରମେ ଭାରତର ନିର୍ବାଚନ କମିଶନ...

ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି।...

ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri