Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ
ଚନ୍ଦ୍ର ଓ ମଙ୍ଗଳଙ୍କ ସ୍ଥିତିଜନିତ ପାରିବାରିକ ଜୀବନରେ ସୌହାର୍ଦ୍ଦ୍ୟତା, କାର୍ଯ୍ୟକ୍ଷେତ୍ର ପ୍ରତି ଉତ୍ସାହ ସୃଷ୍ଟି କରିବ। ସକାଳ ଯାତ୍ରା, ବ୍ୟବସାୟ ଓ ବନ୍ଧୁମିଳନ ପାଇଁ ଦିନଟି ଭଲ। ଜମିଜମାକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ସମ୍ଭାବନା ରହିଛି । କିଛି ସାଧାରଣ ସମସ୍ୟା ରହିଥିଲେ ମଧ୍ୟ କେତେକ ଦୃଷ୍ଟିକୋଣରୁ ନିଶ୍ଚିନ୍ତ ରହିବେ।
ବୃଷ
ବୃଷ
ବୃହସ୍ପତିଙ୍କ ଶୁଭତ୍ୱରୁ ନୂତନ ଯୋଜନା ପାଇଁ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। କୃତ୍ତିକା ନକ୍ଷତ୍ରର ପରିବହନ ବ୍ୟବସାୟରେ ଶିଥିଳତା ଦେଖାଦେବ। ପରିବାରରେ ଅଶାନ୍ତି ଦୂର କରିବାରେ ବନ୍ଧୁଙ୍କ ସାହାଯ୍ୟ ନେବାକୁ ପଡ଼ିପାରେ। ଆନୁଷ୍ଠାନିକ କାମରେ ବିଭିନ୍ନ ଦିଗରୁ ସହଯୋଗ ଓ ସୁଖ ସମ୍ମାନ ପାଇ ଖୁସି ହେବେ।
ମିଥୁନ
ମିଥୁନ
 ଚନ୍ଦ୍ରଙ୍କ ସ୍ଥିତିରୁ ଆଜି ଆପଣ ଠିକ୍‌ ନିଷ୍ପତ୍ତି ନେଇ କର୍ମକ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ। ଅନ୍ୟମନସ୍କ ହେତୁ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବାକୁ ପଡିପାରେ । ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ ଅସୁବିଧା ହେବନାହିଁ। ପରିବହନ ଓ ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ମନ୍ଦ ନୁହେଁ।
କର୍କଟ
କର୍କଟ
ଧନାଧିପ ଭାଗ୍ୟସ୍ଥ ହେତୁ ଅର୍ଥଲାଭ ସହ ଗ୍ରହଯୋଗ ଅନୁସାରେ କୌଣସି କାମ ଅଟକିବ ନାହିଁ। ଯାହା କରିବା ପାଇଁ ଭାବୁଥିବେ ନିର୍ଦ୍ଦିଷ୍ଟ ସମୟର କିଛି ପୂର୍ବରୁ ଅଟକି ରହିଯିବେ। ପରିବାର ଭିତରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ଶିଳ୍ପ, ବାଣିଜ୍ୟ ତଥା ମାଲିମକଦ୍ଦମା କ୍ଷେତ୍ରରେ ସମସ୍ୟା ସମାଧାନର ଆଶା କ୍ଷୀଣ ହୋଇପାରେ।
ସି˚ହ
ସି˚ହ
ସପ୍ତମସ୍ଥ ଗ୍ରହ ସମ୍ପର୍କରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ରାଜନୀତି, ଶିକ୍ଷା, ପରୀକ୍ଷାଦିରେ ଅଧିକ ନ ହେଲେ ମଧ୍ୟ ବିଶେଷ କିଛି ଖରାପ ହେବନାହିଁ। ବନ୍ଧୁଙ୍କ ପ୍ରେରଣାରେ ଧର୍ମକାର୍ଯ୍ୟ କରିବା ସକାଶେ ମନ ବଳାଇବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନସ୍ତାପ କରିପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭ କରିବାର ସମ୍ଭାବନା ରହିଛି । ବୁଧ ଯୁକ୍ତ ବୃହସ୍ପତି ହେତୁ ସଭାସମିତିରେ ନୂତନ ବନ୍ଧୁଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ। ଆଜି ଗାଡିମୋଟର କିମ୍ବା କୌଣସି ମୂଲ୍ୟବାନ୍‌ ଜିନିଷ କିଣିପାରନ୍ତି। ପାରିବାରିକ କ୍ଷେତ୍ରରେ ଲାଗିରହିଥିବା ସମସ୍ୟା ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇଯିବ।
ତୁଳା
ତୁଳା
ଆନୁଷଙ୍ଗିକ ସହଯୋଗ ଲାଭ କରି ଅଟକି ରହିଥିବା ଅସମ୍ପୂର୍ଣ୍ଣ କାମକୁ ଆଜି ପୂର୍ଣ୍ଣାଙ୍ଗ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁଙ୍କ ସହ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଚତୁର୍ଥସ୍ଥ ଗ୍ରହଜନିତ ପାରିବାରିକ ସ୍ଥିତିକୁ ନେଇ ଚିନ୍ତାପ୍ରକଟ କରିବେ। ପରିସ୍ଥିତିରେ ପଡି ଘର ସାଜସଜ୍ଜାରେ କିମ୍ବା ମରାମତିରେ ସ୍ବାତୀ ନକ୍ଷତ୍ର ବ୍ୟସ୍ତ ରହିପାରନ୍ତି।
ବିଛା
ବିଛା
ଉଚ୍ଚସ୍ଥ ମଙ୍ଗଳ ହେତୁ କେତେକ ଅପୂରଣୀୟ ଅଭିଳାଷ ସକାଶେ ମନ ଉଦ୍‌ବେଗ ରହିବ। ଅନୁରାଧା ନକ୍ଷତ୍ର ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି। ନିଜ ଲୋକମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ। ଅଫିସରେ ବାଧ୍ୟବାଧକତାରେ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ପଡ଼ିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାର ସମାଧାନର ଉପାୟ ବାହାର କରିବାରେ ସଫଳ ହେବେ। ବ୍ୟବସାୟ ବୃଦ୍ଧି କାରଣରୁ ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ। ରବି ଭାଗ୍ୟଭାବକୁ ଦେଖୁଥିବାରୁ ଆକସ୍ମିକ ଭାବେ ଉଚ୍ଚବର୍ଗଙ୍କ ସହାୟତା ପାଇବେ। କାମରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ମକର
ମକର
ମଙ୍ଗଳ ଦୃଷ୍ଟ ଚତୁର୍ଥଭାବ ହେତୁ ପରିବାର ଭିତରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟପ୍ରତି ଅବହେଳା କଲେ ଅନୁତାପ କରିବାକୁ ପଡ଼ିବ। ବନ୍ଧୁ ସମ୍ପର୍କ, ସାହିତ୍ୟ, ଚର୍ଚ୍ଚା, କଳା,କାରିଗରି ଦିଗରୁ ମନଲାଖି ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଉଚ୍ଚାରୋହୀ ଶୁକ୍ର ହେତୁ ସାମାଜିକ ସ୍ତରରେ ଦକ୍ଷତା ଭିତ୍ତିକ ଲୋକସମ୍ପର୍କ ବୃଦ୍ଧି ପାଇବ। ଆଜି ଆର୍ଥିକ ଦିଗଟି ଭଲ ରହିବ। ବନ୍ଧୁଙ୍କଠାରୁ ହଠାତ୍‌ କୌଣସି ଖବର ପାଇ ଖୁସି ହୋଇପାରନ୍ତି। କର୍ମକ୍ଷେତ୍ରରେ କୂଟନୀତି ପ୍ରୟୋଗ କରି ରାଜନୀତି କିମ୍ବା ପ୍ରଶାସନିକ ସ୍ତରରେ ନିଜର ପ୍ରାଧାନ୍ୟ ବିସ୍ତାର କରିପାରନ୍ତି ।
ମୀନମୀନ
ଆଜି କର୍ମକ୍ଷେତ୍ର ଓ ପାରିବାରିକ ଜୀବନକୁ ସରସ ସୁନ୍ଦର କରିବାରେ ସକ୍ଷମ ହେବେ। ପୂର୍ବଭାଦ୍ରପଦ ନକ୍ଷତ୍ରର ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହୋଇପାରେ। ରୋଗ, ଋଣ ଓ ଶତ୍ରୁତା ଆଜିର ଦୁଶ୍ଚିନ୍ତାର ମୁଖ୍ୟ କାରଣ ହୋଇପାରେ। କିଛି ଜିନିଷ ଅନ୍ୟମନସ୍କତାବଶତଃ କୌଣସି ସ୍ଥାନରେ ହଜାଇ ବ୍ୟସ୍ତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri