ଧରିତ୍ରୀ ପ୍ରଭାବ: ଜିଲାପାଳଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ନିର୍ବାଚନ ଆୟୋଗ

ହାଟଡିହୀ୧୬ା୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ଶଢ଼ା ପଞ୍ଚାୟତ ୧୪ଟି ଓ୍ବାର୍ଡକୁ ନେଇ ଗଠିତ। ସରପଞ୍ଚ ପଦବୀ ପାଇଁ ଭାରତୀ ପାତ୍ର ,ସାଗରିକା ଜେନା,ସୁକାନ୍ତି ପାତ୍ର ମୋଟ୍‌ ୩ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ୱିତା କରୁଥିଲେ। ମୋଟ ୪୫୭୦ ଜଣ ମତଦାନ କରିଥିବା ବେଳେ ବୈଧ ଭୋଟ ସଂଖ୍ୟା ୪୪୨୬ ଏବଂ ରିଜେକ୍ଟ ଭୋଟ୍‌ ସଂଖ୍ୟା ୧୪୫ ଅଟେ। ଭାରତୀଙ୍କୁ ୩୩ ଖଣ୍ଡ,ସାଗରିକାଙ୍କୁ ୨୨୦୯ ଖଣ୍ଡ, ସୁକାନ୍ତିଙ୍କୁ ୨୧୮୪ ଖଣ୍ଡ ଭୋଟ୍‌ ମିଳିଥିଲା। ବ୍ଲକ ପକ୍ଷରୁ ସାଗରିକାଙ୍କୁ ବିଜୟୀ ଘୋଷଣା କରାଯାଇଛି। ଏହାକୁ ପ୍ରତିବାଦ କରି ସୁକାନ୍ତି କେନ୍ଦୁଝର ଜିଲାପାଳ, ଆନନ୍ଦପୁର ଉପଜିଲାପାଳ, ହାଟଡିହୀ ବିଡିଓ ଏବଂ ରାଜ୍ୟ ନିର୍ବାଚନ କମିଶନଙ୍କୁ ଲିଖିତ ଅଭିଯୋଗ କରିଥିଲେ।

ଅଭିଯୋଗ ଅନୁସାରେ ବୃଦ୍ଧାଙ୍ଗୁଳି ଛାପରେ ତାଙ୍କ ସପକ୍ଷରେ ହୋଇଥିବା ବହୁ ମତଦାନକୁ ରିଜେକ୍ଟ କରାଯାଇଥିବାରୁ ସେ ପରାଜିତ ହୋଇଛନ୍ତି। ତେଣୁ ରିଜେକ୍ଟ ହୋଇଥିବା ସେହି ସବୁ ମତଦାନକୁ ବୈଧ ଭାବେ ପୁନଃ ଗଣନା ପାଇଁ ନିବେଦନ କରିଥିଲେ। ବିଡିଓ ବିନୀତା ବିଜୟିନୀ ବୃଦ୍ଧାଙ୍ଗୁଳି ଛାପରେ ମତଦାନକୁ ଅବୈଧ କହିଥିବା ବେଳେ ଆନନ୍ଦପୁର ଉପଜିଲାପାଳ ଗୋପୀନାଥ କୁଅଁର ଏପରି ମତଦାନକୁ ବୈଧ ବୋଲି କହିଥିଲେ।

ଅପରପକ୍ଷେ ରାଜ୍ୟ ନିର୍ବାଚନ ଆୟୋଗ, ଓଡ଼ିଶାଙ୍କ ପକ୍ଷରୁ ତା ୧.୧୧.୨୦୦୬ରେ ସଚିବ ଫକୀର ଚରଣ ସତପଥୀ ଏକ ଗାଇଡ୍‌ଲାଇନ ସମସ୍ତ ଉପଜିଲାପାଳ,ବିଡିଓ ଏବଂ ଜିଲା ପଞ୍ଚାୟତ ଅଧିକାରୀଙ୍କୁ ପ୍ରେରଣ କରିଥିଲେ। ବୃଦ୍ଧାଙ୍ଗୁଳି ଛାପରେ ମତଦାନ ବୈଧ ବୋଲି ଉକ୍ତ ଚିଠିରେ ଉଲେଖ ଅଛି l ଏ ସଂକ୍ରାନ୍ତରେ ଏକ ବିସ୍ତୃତ ରିପୋର୍ଟ ଗତ ମାର୍ଚ୍ଚ ୬ ତାରିଖ ଧରିତ୍ରୀରେ ପ୍ରକାଶ ପାଇଥିଲା। ପରେ ରାଜ୍ୟ ନିର୍ବାଚନ ଆୟୋଗ ଓଡ଼ିଶା ଘଟଣାକୁ ଗୁରୁତର ସହ ନେଇଛନ୍ତି। ଡେପୁଟି ସେକ୍ରେଟାରୀ ଏ.ଏଚ୍‌.ପାଣିଗ୍ରାହୀ ଚିଠି ନଂ ୫୧୯୩/୧୬.୩.୨୦୨୨ ଅନୁସାରେ କେନ୍ଦୁଝର ଜିଲାପାଳଙ୍କୁ ଅଭିଯୋଗର ତଦନ୍ତ ଏବଂ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri