Posted inଖେଳ

ବିଶ୍ୱରେକର୍ଡ କଲେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌

କରାଚି,୧୭।୩: ଅଷ୍ଟ୍ରେଲିଆ ବିପକ୍ଷ କରାଚି ଟେଷ୍ଟରେ ପାକିସ୍ତାନ ଅଧିନାୟକ ବାବର ଆଜାମ ଚମତ୍କାର ପ୍ରଦର୍ଶନ କରିଛନ୍ତି। ୫୦୬ ରନର ଲକ୍ଷ୍ୟର ଜବାବରେ ପାକିସ୍ତାନ ଦଳ ଚତୁର୍ଥ ଇନିଂସରେ ଏକ ସମୟରେ ୨୧ ରନରେ ୨ ଉଇକେଟ ହରାଇଥିଲା। ଏହା ପରେ ବାବର ପାକିସ୍ତାନର ବିଜୟ ଆଶା ବଢାଇଥିଲେ। ଯଦିଓ ପାକିସ୍ତାନ ବିଜୟ ହାସଲ କରିପାରିଲା ନାହିଁ, କିନ୍ତୁ ପରାଜୟକୁ ଏଡାଇବାରେ ସଫଳ ହୋଇଥିଲା। ପାକିସ୍ତାନୀ ଅଧିନାୟକ ଅଷ୍ଟ୍ରେଲିଆ ସମ୍ମୁଖରେ ଏକ ପଥର ଭଳି ଛିଡ଼ା ହୋଇଥିଲେ ଏବଂ ଚତୁର୍ଥ ଇନିଂସରେ ୧୯୬ ରନର ଏକ ବିରାଟ ଇନିଂସ ଖେଳିଥିଲେ।
ବାବର ମାତ୍ର ୪ ରନ ପାଇଁ ଦ୍ୱିଶତକ ହାସଲ କରିବାରୁ ବଞ୍ଚିତ ହୋଇଥିଲେ। କିନ୍ତୁ ଏକ ବିରାଟ ଇନିଂସ ଜରିଆରେ ସେ ବିଶ୍ୱ ରେକର୍ଡ ସୃଷ୍ଟି କରିଥିଲେ। ବାବର ବିରାଟ କୋହଲି, ରିକି ପଣ୍ଟିଙ୍ଗଙ୍କ ପରି ଭେଟେରାନ ମାନଙ୍କୁ ପଛରେ ପାକାଇଥିଲେ। ସେ ଟେଷ୍ଟ ମ୍ୟାଚର ଚତୁର୍ଥ ଇନିଂସରେ ସର୍ବାଧିକ ରନ ସଂଗ୍ରହ କରିବାରେ ଦୁନିଆର ପ୍ରଥମ ଅଧିନାୟକ ହୋଇପାରିଛନ୍ତି।
ଏହାପୂର୍ବରୁ ଏହି ରେକର୍ଡ ଇଂଲଣ୍ଡର ମାଇକେଲ ଆର୍ଥଟନଙ୍କ ନାମରେ ଥିଲା, ଯିଏ ୧୯୯୫ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଅପରାଜିତ ୧୮୫ ରନ କରିଥିଲେ। ଏହି ତାଲିକାରେ ମାଇକେଲଙ୍କ ପରେ ବେଭାନ କଙ୍ଗଡନ, ଡନ ବ୍ରାଡମ୍ୟାନ, ରିକି ପଣ୍ଟିଂ, ଗ୍ରାମ ସ୍ମିଥ, ବ୍ରାଏନ ଲାରା, ବିରାଟ କୋହଲିଙ୍କ ପରି ଭେଟେରାନମାନେ ମଧ୍ୟ ସାମିଲ ଅଛନ୍ତି। ବାବର ସମସ୍ତଙ୍କୁ ପଛରେ ପକାଇ ଦେଇଛନ୍ତି। କୋହଲି ୨୦୧୪ରେ ଅଷ୍ଟ୍ରେଲିଆ ବିପକ୍ଷରେ ଅଧିନାୟକ ଭାବରେ ଚତୁର୍ଥ ଇନିଂସରେ ୧୪୧ ରନ ସଂଗ୍ରହ କରିଥିଲେ।
ଏହା ବ୍ୟତୀତ ବାବର ଆଜାମ ମଧ୍ୟ ଚତୁର୍ଥ ଇନିଂସରେ ସର୍ବାଧିକ ରନ ସଂଗ୍ରହ କରିଥିବା ପାକିସ୍ତାନର ପ୍ରଥମ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ବାବର ୟୁନିସ ଖାନଙ୍କୁ ପଛରେ ପକାଇଛନ୍ତି। ୨୦୧୫ ରେ ଶ୍ରୀଲଙ୍କା ବିପକ୍ଷ ଚତୁର୍ଥ ଇନିଂସରେ ୟୁନିସ ଅପରାଜିତ ୧୭୧ ରନ ସଂଗ୍ରହ କରିଥିଲେ। ଚତୁର୍ଥ ଇନିଂସରେ ୪୦୦ରୁ ଅଧିକ ବଲ ଖେଳିଥିବା ପାକିସ୍ତାନର ପ୍ରଥମ ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି ବାବର।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ୍ତ ଗ୍ରହର ଜୀବନ ରହସ୍ୟ

ପୃଥିବୀକୁ ମିଶେଇ ଆଠଟା ଗ୍ରହ, ପ୍ଲୁଟୋକୁ ମିଶେଇ ୫ଟା ବାମନଗ୍ରହ, ଚନ୍ଦ୍ରକୁ ମିଶେଇ ଶହ ଶହ ଉପଗ୍ରହ, ଗ୍ରହାଣୁପୁଞ୍ଜ, ଅଗଣିତ ଛୋଟବଡ଼ ପିଣ୍ଡ ଏବଂ ବିଶାଳକାୟ...

ଶିଶୁ ଅନୁକୂଳ ପାଠାଗାର

ଜାତୀୟ ଶିକ୍ଷାନୀତିି ୨୦୨୦ରେ ଏବଂ ଜାତୀୟ ପାଠ୍ୟ ଖସଡ଼ା ୨୦୨୨ରେ ପ୍ରାକ୍‌-ପ୍ରାଥମିକ ଶିକ୍ଷାରେ ଇମରଜେଣ୍ଟ ଲିଟେରାସି ବା ଅଙ୍କୁରିତ ସାକ୍ଷରତା, ଇମରଜେଣ୍ଟ ରିଡିଂ ବା ଅଙ୍କୁରିତ...

ଶୁଭାଙ୍ଗୀ ଦତ୍ତଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଅଭିନେତ୍ରୀ ଶୁଭାଙ୍ଗୀ ଦତ୍ତଙ୍କୁ ସର୍ବଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି। ସେ ଅନୁପମ ଖେର୍‌ଙ୍କ ନିର୍ଦ୍ଦେଶିତ ‘ତନଭି ଦି ଗ୍ରେଟ୍‌’...

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri